Posted inଜାତୀୟ

କାହିଁକି ପ୍ରାର୍ଥୀ ତାଲିକା ପ୍ରତ୍ୟାହାର କଲା ଭାଜପା, ଜାଣନ୍ତୁ ଅନ୍ଦର ମହଲରେ କ’ଣ ହେଲା

ନୂଆଦିଲ୍ଲୀ,୨୬।୮: ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ସୋମବାର ଭାଜପା ପ୍ରଥମେ ୪୪ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲା। ହେଲେ କିଛି ସମୟ ପରେ ଦଳ ଏହି ତାଲିକାକୁ ପ୍ରତ୍ୟାହର କରି ୧୫ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଦଳ କାହିଁକି ଏହି ପଦକ୍ଷେପ ନେବାକୁ ପଡିଲା ସେନେଇ ରାଜନୈତିକ ମହଲରେ ଗୁରୁତର ଆଲୋଚନା ଚାଲିଛି। ସାଧାରଣତଃ ଭାରତୀୟ ଜନତା ପାର୍ଟି ଏଭଳି ପଦକ୍ଷେପ ନେଇ ନ ଥାଏ। ଏହା ମଧ୍ୟ କୁହାଯାଉଛି ଯେ ଏହାକୁ ଧରି ଦଳ ଉତ୍ତରପ୍ରଦେଶ ଲୋକ ସଭା ନିର୍ବାଚନରେ ହୋଇଥିବା ତ୍ରୁଟିର ପୁନରାବୃତ୍ତିରୁ ନିଜକୁ ରକ୍ଷା କରିଛି।

ଭାଜପା ତିନୋଟି ପର୍ଯ୍ୟାୟ ପାଇଁ ୪୪ଜଣ ପ୍ରାର୍ଥୀଙ୍କ ତାଲିକା ମଧ୍ୟ ଏହାର ଅଫିସିଆଲ ୱେବସାଇଟରେ ଅପଲୋଡ କରିସାରିଥିଲା। ବର୍ତ୍ତମାନ ଏହି ତାଲିକାକୁ ସେଠାରୁ ହଟାଇ ଦିଆଯାଇଛି। ୱେବସାଇଟରେ କେବଳ ପ୍ରଥମ ପର୍ଯ୍ୟାୟର ୧୫ଜଣ ପ୍ରାର୍ଥୀଙ୍କ ନାମ ଦୃଶ୍ୟମାନ ହେଉଛି। ଅବଶିଷ୍ଟ ପ୍ରାର୍ଥୀଙ୍କ ନାମ ପ୍ରତ୍ୟାହାର କରାଯାଇଛି। ଦଳ ସୂତ୍ରରୁ ପ୍ରକାଶ ଯେ ଦ୍ୱିତୀୟ ଏବଂ ତୃତୀୟ ପର୍ଯ୍ୟାୟ ପାଇଁ ପ୍ରାର୍ଥୀଙ୍କ ନାମ ଭୁଲରେ ତାଲିକାରେ ଅନ୍ତର୍ଭୁକ୍ତ କରାଯାଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ଦ୍ୱିତୀୟ ଏବଂ ତୃତୀୟ ପର୍ଯ୍ୟାୟ ପାଇଁ ପ୍ରାର୍ଥୀଙ୍କ ଉପରେ ଆଲୋଚନା କରାଯାଇଛି ଏବଂ ସମ୍ଭାବ୍ୟ ପ୍ରାର୍ଥୀଙ୍କ ନାମ ମଧ୍ୟ ସ୍ଥିର ହୋଇଛି କିନ୍ତୁ ଏହା ଏପର୍ଯ୍ୟନ୍ତ ପ୍ରକାଶ ପାଇନାହିଁ।
ସୂଚନାଯୋଗ୍ୟ ପାର୍ଟି ସୂତ୍ର ଅନୁଯାୟୀ, ପ୍ରାର୍ଥୀଙ୍କ ନାମ ଘୋଷଣା ଦ୍ୱାରା ବିରୋଧୀ ଦଳ ଉପକୃତ ହୋଇପାରନ୍ତି। ପ୍ରାର୍ଥୀ ଚୟନ ରଣନୀତି ପରିବର୍ତ୍ତନ କରି ଭାଜପା ତାଲିକା ଦେଖି ସେମାନେ ଏହାର ଲାଭ ଉଠାଇ ପାରନ୍ତି। ଏହାକୁ ଏଡାଇବା ପାଇଁ ଦଳ କେବଳ ଶେଷ ମୁହୂର୍ତ୍ତରେ ତାଲିକା ପ୍ରକାଶ କରିବାକୁ ଚେଷ୍ଟା କରୁଛି ବୋଲି କୁହାଯାଉଛି। ବିରୋଧୀ ଦଳର ପ୍ରାର୍ଥୀଙ୍କୁ ଦେଖି ଭାଜପା ଏହାର ଫାଇଦା ନେଇପାରିବ ବୋଲି ମଧ୍ୟ ପ୍ରୟାସ କରାଯାଇଛି। ତେବେ ଏହା ମଧ୍ୟ ସତ୍ୟ ଯେ ଠି ସମୟରେ ତାଲିକା ପ୍ରକାଶ କରୁଥିବା ଏକ ଦଳ ଭାବରେ ଭାଜପା ଜଣାଶୁଣା।


Enter your email to get our daily news in your inbox.

All Right Reserved By Dharitri.Com

ଶାହାଙ୍କ ଉପରେ ପୁରସ୍କାର ଘୋଷଣା କଲେ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ, ସିଆର୍‌ପିଏଫ୍‌ ସ୍କୁଲ ବନ୍ଦ ପାଇଁ ଆହ୍ବାନ

ନୂଆଦିଲ୍ଲୀ,୨୫ା୧୦ : ଖଲିସ୍ତାନୀ ଆତଙ୍କବାଦୀ ତଥା ‘ଶିଖ୍‌ସ ଫର୍‌ ଜଷ୍ଟିସ୍‌’ (ଏସ୍‌ଏଫ୍‌ଜେ) ମୁଖ୍ୟ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁ ପୁଣିଥରେ ଭାରତକୁ ଧମକ ଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ...

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ।...

ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୫।୧୦: ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା ଲାଗିଛି। ବାରାଣସୀ କୋର୍ଟ ହିନ୍ଦୁ ପକ୍ଷଙ୍କ ଆବେଦନକୁ ଖାରଜ କରିଛନ୍ତି। ତେବେ ଜ୍ଞାନବାପିର ଏଏସ୍‌ଆଇ ସର୍ଭେ...

କିଏ ନେବେ ରତନ ଟାଟାଙ୍କ ଅତିପ୍ରିୟ ‘ଟିଟୋ’ର ଯତ୍ନ, ସାମ୍ନାକୁ ଆସିଲା ଏହି ନାମ

ମୁମ୍ବାଇ,୨୫।୧୦: ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ତଥା ସମ୍ମାନିତ ଚେୟାରମ୍ୟାନ ରତନ ଟାଟାଙ୍କ ଅକ୍ଟୋବର ୯ରେ ମୁମ୍ବାଇର ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ ୮୬ ବର୍ଷ ବୟସରେ...

ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି...

ଭାରତୀୟଙ୍କୁ ଚାକିରି ଦେବାକୁ ଡାକୁଛି ଜର୍ମାନୀ, ମୋଦିଙ୍କ ସାମ୍ନାରେ ଏମିତି କହିଲେ ଚାନସେଲର

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଜର୍ମାନ ଚାନସେଲର ଓଲାଫ ସ୍କୋଲଜ କହିଛନ୍ତି ଯେ ଜର୍ମାନୀ ଭାରତୀୟମାନଙ୍କୁ ଚାକିରି ଯୋଗାଇବାକୁ ଚାହୁଁଛି। ସେ ଡାକୁଛନ୍ତି। କିନ୍ତୁ...

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୧୦: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ସୁପ୍ରିମକୋର୍ଟଙ୍କରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ହାଇକୋର୍ଟଙ୍କ...

ନୀତୀଶ କୁମାରଙ୍କୁ ଭେଟିଲେ ଖାନ ସାର୍‌, ବଢୁଛି ରାଜନୈତିକ ଉଷ୍ମତା

ପାଟନା,୨୫।୧୦: ଏବେ ବିହାରର ରାଜଧାନୀ ପାଟନାରୁ ଏକ ବଡ ଖବର ସାମ୍ନାକୁ ଆସିଛି। ପ୍ରତିଯୋଗିତାମୂଳକ ପରୀକ୍ଷାର ଜଣାଶୁଣା ଶିକ୍ଷକ ଖାନ ସାର୍‌ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri