କାହିଁକି ରଶି ଲଗାଇ ଝୁଲିପଡ଼ିଲେ ବିଜେଡି ନେତା: ଘଟଣା ପଛରେ ରହିଛି କି…

କାଳିପଦା(ରାଜଶ୍ରୀ ପାଣିଗ୍ରାହୀ)/ବାଲିଆପାଳ (ଗୋପାଳ ଚନ୍ଦ୍ର ସାହୁ),୨୬।୮: ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅଧୀନ ଜମ୍ଭିରାଇ ପଞ୍ଚାୟତର ପୂର୍ବତନ ସରପଞ୍ଚ ଜୟନ୍ତୀ ନାୟକଙ୍କ ପୁତ୍ର ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ଚନ୍ଦ୍ର ନାୟକ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟାର କାରଣ ସ୍ପଷ୍ଟ ହୋଇ ନ ଥିଲେ ହେଁ ସେ ବ୍ରେନ୍‌ ଟ୍ୟୁମର ରୋଗରେ ପୀଡ଼ିତ ଥିଲେ ବୋଲି ତାଙ୍କ ପରିବାର ଲୋକେ କହିଛନ୍ତି। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ସୂଚନା ଅନୁଯାୟୀ, ରବିବାର ଭୋର ୫ଟା ସମୟରେ ଘର ନିକଟସ୍ଥ ସୁନ୍ଦରୋକୁଇଲି ଶିବ ମନ୍ଦିର ପଛପଟେ ଥିବା ଏକ ଗଛରେ କାର୍ତ୍ତିକଙ୍କ ମୃତଦେହ ଝୁଲୁଥିବା ଗ୍ରାମବାସୀ ଦେଖିଥିଲେ। ଖବରପାଇ ବାଲିଆପାଳ ଥାନା ପୋଲିସ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। କାର୍ତ୍ତିକ ବିଜେଡିର ଜଣେ ଆଗଧାଡ଼ିରନେତା ଥିଲେ। ମା’ ସରପଞ୍ଚ ଥିବାବେଳେ ତାଙ୍କର ସମସ୍ତ କାର୍ଯ୍ୟ କରି ପଞ୍ଚାୟତରେ ବେଶ ଲୋକପ୍ରିୟତା ଅର୍ଜନ କରିଥିଲେ। ମୃତ୍ୟୁ ଖବର ପାଇ ପୂର୍ବତନ ଏମ୍‌ପି ରବୀନ୍ଦ୍ର ଜେନା, ଭାଜପା ନେତା ରବୀନ୍ଦ୍ର ଅଣ୍ଡିଆ, ଗୋବିନ୍ଦ ପ୍ରସାଦ ଦାସ, ନିଶାକର ସେଠୀ, ଅଜୟ ସାମଲ,ପୂର୍ବତନ ସରପଞ୍ଚ ମନ୍ମଥ ନାୟକଙ୍କ ସହିତ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚତ୍ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ପ୍ରବଳ ବର୍ଷା: ଭୁଶୁଡ଼ିଲା ଘର କାନ୍ଥ

ରିଷିଡ଼ା,୧୯ା୯ (ସୁଶାନ୍ତ ମଲ୍ଲିକ): ପ୍ରବଳ ବର୍ଷା ଯୋଗୁ ମାଟିକାନ୍ଥ ଭୁଶୁଡିପଡ଼ିଲା। ଫଳରେ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri