‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର ସାମାନ୍ୟ ସଦସ୍ୟ। ଶାସକ ବିଜେଡିର ସାମାନ୍ୟ ସଦସ୍ୟ କାର୍ତ୍ତିକ ପାଣ୍ଡିଆନଙ୍କୁ ପୋଲିସ ଛାଉଣିରେ ରଖିବା ସହ ତାଙ୍କ ପାଇଁ ସ୍ବତନ୍ତ୍ର ହେଲିପ୍ୟାଡ୍‌ ନିର୍ମାଣ କରାଯାଉଛି। କେଉଁ ଆଧାରରେ ପାଣ୍ଡିଆନ୍‌ଙ୍କୁ ଏତେ ମାତ୍ରାରେ ଜେଡ୍‌ କାଟେଗୋରିର ସୁରକ୍ଷା ଦିଆଯାଉଛି ବୋଲି ଭାଜପା ପ୍ରଶ୍ନ କରିଛି। ଭାଜପାର ଏକ ପ୍ରତିନିଧି ମଣ୍ଡଳୀ ଗୁରୁବାର ଏହି ପ୍ରସଙ୍ଗରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଏନେଇ ଅଭିଯୋଗ କରିଛନ୍ତି। ଭାଜପା ପ୍ରତିନିଧି ଦଳ କହିଛି ଯେ, ରାଜ୍ୟର ମୁଖ୍ୟ ଶାସନ ସଚିବ ଏବଂ ଗୃହ ସଚିବ କାହିଁକି ଓ କାହା ନିର୍ଦ୍ଦେଶରେ ଜେଡ୍‌ କାଟେଗୋରି ସୁରକ୍ଷା ଦେଇଛନ୍ତି। ନେତାଗିରି କରୁଥିବା ପାଣ୍ଡିଆନ୍‌ଙ୍କ ଲୋକଙ୍କୁ ଏତେ ଭୟ କାହିଁକି। ବିଜେଡିର ସାମାନ୍ୟ କର୍ମୀ ପାଣ୍ଡିଆନ୍‌ଙ୍କୁ ଏଭଳି ସୁରକ୍ଷା ଯୋଗାଇଦେବା ଆଦର୍ଶ ନିର୍ବାଚନ ଆଚରଣ ବିଧିର ଖୋଲାଖୋଲି ଉଲ୍ଲଂଘନ। ପାଣ୍ଡିଆନ୍‌ଙ୍କ ଠାରୁ ତୁରନ୍ତ ସୁରକ୍ଷା ପ୍ରତ୍ୟାହାର କରାଯିବା ଉଚିତ। ରାଜ୍ୟ ନିର୍ବାଚନ ଅଧିକାରୀ ତୁରନ୍ତ ହସ୍ତକ୍ଷେପକରି ବିହୀତ ଓ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri