କାହିଁକି ଭଙ୍ଗାହେବ ଦିଲ୍ଲୀ ସ୍ଥିତ  ଓଡ଼ିଶା ଭବନ:  ରାଜ୍ୟ ସରକାର କହିଲେ…

ଭୁବନେଶ୍ୱର,୯।୯: ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ ଭଙ୍ଗାହେବ । ଏହାକୁ ରାଜ୍ୟ ସରକାର ବିପଦପୂର୍ଣ୍ଣ ଘୋଷଣା କରିଛନ୍ତି । ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ଯୋଗୁ ଭାଙ୍ଗିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଦିଲ୍ଲୀ ସ୍ଥିତ ଓଡ଼ିଶାର ୩ଟି ଭବନ ଓଡ଼ିଶା ନିବାସ, ଓଡ଼ିଶା ସଦନ ଏବଂ ଓ ଭବନର ଯାଞ୍ଚ କରାଯାଇଥିଲା । ଯାଞ୍ଚ ପରେ ଓଡ଼ିଶା ଭବନ ଦୀର୍ଘ ସମୟ ବ୍ୟବହାର ପାଇଁ ଅସୁରକ୍ଷିତ ବୋଲି ସ୍ପଷ୍ଟ ହୋଇଥିଲା । ଏହାକୁ ୨ରୁ ୩ ବର୍ଷ ମଧ୍ୟରେ ଭାଙ୍ଗିବାକୁ ୨୦୨୨ ଏପ୍ରିଲ ୧୯ ତାରିଖରେ ରିପୋର୍ଟ ଦିଆଯାଇଥିଲା ।
ପରେ ପୁଣି ୨୦୨୪ ଅଗଷ୍ଟ ୨୮ ତାରିଖରେ ଆଉ ଏକ ଚିଠି କରାଯାଇଥିଲା । ଯେଉଁଥିରେ ଦର୍ଶାଯାଇଥିଲା କି, ମରାମତି ପରେ ମଧ୍ୟ ଓଡ଼ିଶା ଭବନ ବ୍ୟବହାର ଉପଯୋଗୀ ନୁହେଁ । ଏନେଇ ପୂର୍ତ୍ତ ବିଭାଗର ମୁଖ୍ୟଯନ୍ତ୍ରୀ ତଥା ଅତିରିକ୍ତ ସଚିବ ଚିଠି କରିଥିଲେ । ଏହା ରିପୋର୍ଟକୁ ବିଚାର କରିବା ପରେ ଓଡ଼ିଶା ଭବନକୁ ଭାଙ୍ଗିବାକୁ ନିର୍ଦ୍ଦେଶ ଦେଇଛନ୍ତି ।
Share