କାଳବୈଶାଖୀରେ ବ୍ୟାପକ କ୍ଷୟକ୍ଷତି: ଦୁଇ ଦିନ ହେଲା ବିଦ୍ୟୁତ-ନେଟୱାର୍କ ସେବା ବାଧାପ୍ରାପ୍ତ

ବାଲିଗୁଡା,୧୨।୬: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଦୀର୍ଘ ଦିନ ପରେ କାଳ ବୈଶାଖୀର ତାଣ୍ଡବ। ପ୍ରବଳ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ ପବନ ସହ ପ୍ରବଳ କୁଆ ପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି । ସହରର ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗି ରାସ୍ତା ଅବରୋଧ ହୋଇଥିବା ବେଳେ ବାଲିଗୁଡ଼ା ବସ ଷ୍ଟାଣ୍ଡ ନିକଟସ୍ଥ ଦଣ୍ଡପାଣି ଲର୍ଜର ସମ୍ମୁଖ ଭାଗ ଗୁରୁତର ଭାବେ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି । ଲଜ ତଳେ ଥିବା ୫ଟି ବାଇକ ଭାଙ୍ଗି ଯିବା ସହ ଦୁଇ ଗାଇ ଚାପି ହୋଇ ରହିଯାଇଥିଲେ। ଖବର ପାଇ ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ଗାଈ ଓ ବାଇକଗୁଡିକୁ ଉଦ୍ଧାର କରିଥିଲେ l ପ୍ରବଳ ପବନ ଯୋଗୁ ବାଲିଗୁଡା ସମେତ ଆଖପାଖ ଅଞ୍ଚଳରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି । ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗି ପଡ଼ିଥିବା ଯୋଗୁ ବିଦ୍ୟତ୍‌ ସେବା ବାଧାପ୍ରାପ୍ତ ହୋଇଛି। ଅଞ୍ଚଳର ବହୁ ଘରର ଛପର ଉଡିଯିବା ସହ ପ୍ରବଳ ବର୍ଷା ଓ ବିଜୁଳି ଯୋଗୁ ବ୍ୟାପକ ବହୁ କ୍ଷୟକ୍ଷତି ହୋଇଛି। ସହରର ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗି ରାସ୍ତା ଅବରୋଧ ହୋଇଥିବା ଜଣାପଡ଼ିଛି। ଦୁଇ ଘଣ୍ଟା ଧରି ପ୍ରବଳ ବର୍ଷା ହୋଇଥିଲା । ଏହି ଅତର୍କିତ ବର୍ଷା ଯୋଗୁ ସହର ଅନେକ ସାହି ବସ୍ତିରେ ପାଣି ପଶି ଯାଇଥିଲା। ତଳିଆ ଅଞ୍ଚଳରେ ଥିବା ଘର ଭିତରକୁ ପାଣି ପଶିଯିବା ଫଳରେ ଲୋକେ ଘୋର ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ସହରର ଅନେକ ସ୍ଥାନରେ ଗଛ ଉପୁଡି ପଡ଼ିବାରୁ ଯାତାଯାତ ବାଧାପ୍ରାପ୍ତ ହୋଇଛି। ବିଦ୍ୟୁତ ତାର ଉପରେ ଗଛ ପଢ଼ି ଯିବାରୁ ଅନେକ ଅଞ୍ଚଳକୁ ଦୁଇଦିନ ଧରି ବିଦ୍ୟୁତ ଓ ନେଟୱାର୍କ ସରବରାହ ବାଧାପ୍ରାପ୍ତ ହୋଇଛି। ଅନେକ ଅଞ୍ଚଳକୁ ମୋବାଇଲ ଯୋଗାଯୋଗ ମଧ୍ୟ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି l ବିଦ୍ୟୁତ ବିଭାଗ କର୍ତ୍ତୃପକ୍ଷ ତୁରନ୍ତ ବିଦ୍ୟୁତ ଯୋଗାଣ ପାଇଁ ଚେଷ୍ଟା କରୁଥିବା ବିଷୟ ବିଭାଗୀୟ ଅଧିକାରୀ ପ୍ରକାଶ କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ପ୍ରବଳ ବର୍ଷା: ଭୁଶୁଡ଼ିଲା ଘର କାନ୍ଥ

ରିଷିଡ଼ା,୧୯ା୯ (ସୁଶାନ୍ତ ମଲ୍ଲିକ): ପ୍ରବଳ ବର୍ଷା ଯୋଗୁ ମାଟିକାନ୍ଥ ଭୁଶୁଡିପଡ଼ିଲା। ଫଳରେ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri