ପାରିବାରିକ କଳହକୁ କେନ୍ଦ୍ର କରି ଭିଣୋଇକୁ ହତ୍ୟା କଲା ଶଳା, ଭାଣିଜୀ ଗୁରୁତର

ଥୁଆମୂଳ ରାମପୁର,୧ା୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଥୁଆମୂଳ ଗ୍ରାମପଞ୍ଚାୟତ ନିକଟସ୍ଥ ରାଣୀଡୁମେର ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତ୍ରୀରେ ଏକ ଅଭାବନୀୟ ଘଟଣା ଘଟିଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ଆସାମୀ ହରି ଗୌଡ଼(୫୦) ତାଙ୍କ ଭେଣୋଇ ଟିମା ଗୌଡ଼ (୬୦)ଙ୍କୁ ଠେଙ୍ଗାରେ ଆକ୍ରମଣ କରିଥିଲେ, ଫଳରେ ଘଟଣାସ୍ଥଳରେ ହିଁ ମୃତ୍ୟୁ ବରଣ କରିଥିବା ଜଣାପଡିଛି।

ଅନ୍ୟପଟେ ଟିମା ଗୌଡ଼ଙ୍କ ଝିଆରୀ ସୁରେଖା ଗୌଡ଼ (୩୫)ଉକ୍ତ ସ୍ଥାନରେ ବୁଝାମଣା କରିବାକୁ ଯାଇ ସେ ମଧ୍ୟ ଆଶାମୀର ଆକ୍ରମଣର ଶିକାର ହୋଇ ଗୁରୁତର ହୋଇଥିଲେ। ପରେ ସେଠାରୁ ତାଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଥୁଆମୁଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ସେଠାରେ ଅଧିକ ରକ୍ତସ୍ରାବ ହୋଇ ଗୁରୁତର ହେବାରୁ ତାଙ୍କୁ ଭବାନୀପାଟଣା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଏନେଇ ଡାକ୍ତର ସମ୍ବିତ ବିଶ୍ଵାଳ ସୂଚନା ଦେଇଛନ୍ତି।

ସେପଟେ ମୃତ ବ୍ୟକ୍ତିଙ୍କ ମୃତ ଦେହ ତାଙ୍କ ଘର ଦ୍ଵାରରେ ପଡ଼ିରହିଛି। ପ୍ରକାଶ ଥାଉ କି ଆସାମୀ ହରି ଗୌଡ଼ ସୁରେଖା ଗୌଡ଼ଙ୍କ ବାପା ଖତୁ ଗୌଡ଼ଙ୍କୁ ବି ଆଗରୁ ମାରପିଟ୍ କରୁଥିଲେ। ଏନେଇ ଥାନାରେ ମଧ୍ୟ ଅଭିଯୋଗ ହୋଇଥିଲା। ହେଲେ ବର୍ତ୍ତମାନ ଗତ ୧୩ଦିନ ତଳେ ଖତୁ ଗୌଡ ମୃତ୍ୟୁବରଣ କରିଛନ୍ତି। ତେବେ ଖବର ପାଇ ଥୁଆମୁଳ ରାମପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଆସାମୀକୁ ଆୟତ୍ତ କରି କାବୁ କରି ନେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଶ୍ୱିନଙ୍କୁ ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ,୨୮ା୪: ଅବସରପ୍ରାପ୍ତ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ସୋମବାର ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି। ପୂର୍ବତନ ଭାରତୀୟ କ୍ରିକେଟର ଏହି ସମ୍ମାନଜନକ ପୁରସ୍କାର ରାଷ୍ଟ୍ରପତି ଦ୍ରୌପଦୀ...

ରାଜା ଚକ୍ର ମାମଲା: କ୍ରାଇମ ବ୍ରାଞ୍ଚର ତଦନ୍ତ ଜୋରଦାର

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): ବହୁଚର୍ଚ୍ଚିତ ଗନ୍ଧମାର୍ଦ୍ଧନ ଲୋଡିଂ ଏଜେନ୍ସିରେ ଆର୍ଥିକ ଅନିୟମିତା ମାମଲାରେ ତଦନ୍ତକୁ ଜୋରଦାର କରିଛି କ୍ରାଇମ ବ୍ରାଞ୍ଚ। ଏହି ମାମଲା ଖୁବ ଶୀଘ୍ର ଚାର୍ଜ...

ଗଛକଟାକୁ ନେଇ ଉତ୍ତେଜନା

ବୈଶିଙ୍ଗା,୨୮ା୪(ରତନ ଦାଶ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ବନପାଳ କ୍ଷେତ୍ର ଅନ୍ତର୍ଗତ ରଙ୍ଗାମାଟିଆ ସଂରକ୍ଷିତ ଜଙ୍ଗଲରେ ଗତ ୧୯ ତାରିଖରେ କାଳବୈଶାଖୀ ପ୍ରଭାବରେ ଉପୁଡ଼ି ପଡ଼ିଥିବା ଗଛକୁ...

ବହୁଚର୍ଚ୍ଚିତ ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲା, ତଦନ୍ତକୁ ଜୋରଦାର କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): କ୍ରାଇମବ୍ରାଞ୍ଚ ADG ବିନୟତୋଷ ମିଶ୍ର କହିଛନ୍ତି, “ଲୋକଙ୍କ ମନରେ ଉଠୁଥିବା ପ୍ରଶ୍ନର ଉତ୍ତର ଖୋଜିବା ପାଇଁ ଆମେ ସମସ୍ତ ଦିଗକୁ ଯାଞ୍ଚ କରୁଛୁ।...

ଦେଶର ଆଇନ ସୁରକ୍ଷାରେ ଓକିଲଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଟିଟିଲାଗଡ଼,୨୮ା୪(ଶରତ ମିଶ୍ର/ତୀର୍ଥଙ୍କର ପଟେଲ): ସୋମବାର ଟିଟିଲାଗଡ ଓକିଲ ସଂଘ ପକ୍ଷରୁ ସ୍ଥାନୀୟ କୋର୍ଟ ପରିସରରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ତଥା ଓକିଲ ଦିବସ...

ପୁରୀ ନୀଳାଦ୍ରୀ ଭକ୍ତ ନିବାସ ନକଲି ୱେବସାଇଟ୍ ମାମଲା, ଦୁଇ ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): ଓଡ଼ିଶା ସିଆଇଡି ସାଇବର କ୍ରାଇମ୍ ୟୁନିଟ୍ ପୁରୀର ନୀଳାଦ୍ରୀ ଭକ୍ତ ନିବାସ ନାମରେ ନକଲି ୱେବସାଇଟ୍ ତିଆରି କରି ଭକ୍ତମାନଙ୍କୁ ଠକେଇ କରୁଥିବା...

କାର୍‌ ଧକ୍କାରେ ଦାଦନ ଶ୍ରମିକଙ୍କ ମୃତ୍ୟୁ

ଧର୍ମଗଡ଼, ୨୮ା୪ (ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଚିଲିଚିଲା ଗ୍ରାମର ହେମନ୍ତ ନାଏକ ଦାଦନ ଖଟିବାକୁ ତାମିଲନାଡୁ ଯାଇଥିବାବେଳେ ରବିବାର ଏକ କାର୍‌...

ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ନୂଆପଡା,୨୮ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image