Posted inଜାତୀୟ

ମଝି ଆକାଶରେ ସ୍ତ୍ରୀ ସ୍ବାମୀଙ୍କ କଳି: ଜରୁରୀ ଅବତରଣ କରାଗଲା ବିମାନ, ସୋସିଆଲ ମିଡିଆରେ ଭାଇରାଲ…

ନୂଆଦିଲ୍ଲୀ,୨୯।୧୧ : ଫ୍ଲାଇଙ୍ଗ ଫ୍ଲାଇଟରେ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡା ଏତେ ହୋଇଗଲା ଯେ ବିମାନକୁ ଜରୁରୀକାଳୀନ ଅବତରଣ କରିବାକୁ ପଡିଲା। ଏହି ବିମାନ ବ୍ୟାଙ୍କକକୁ ଯାଉଥିଲା, କିନ୍ତୁ ସେମାନଙ୍କ କଳି ଯୋଗୁ ଏହାକୁ ଅବତରଣ ପାଇଁ ଦିଲ୍ଲୀକୁ ଫେରାଇ ଅଣାଯାଇଥିଲା। ଏହି ଲୁଫଥାନ୍ସ ବିମାନ ସ୍ବିଜରଲାଣ୍ଡର ମ୍ୟୁନିଚ ସହରରୁ ଉଡାଣ ଆରମ୍ଭ କରିଥିଲା। ତେବେ ସ୍ତ୍ରୀ ସ୍ବାମୀ ହଠାତ ବିମାନରେ ଝଗଡା ଆରମ୍ଭ କରିଥିଲେ।

ଖବର ଅନୁଯାୟୀ, ମ୍ୟୁନିଚରୁ ବ୍ୟାଙ୍କକକୁ ଯାଉଥିବା ଲୁଫଥାନ୍ସା ବିମାନ ଏଲଏଚ-୭୭୨ରେ ଏଭଳି ହୋଇଛି। ଏହି କାରଣରୁ ବିମାନକୁ ଡାଇଭର୍ଟ କରିବାକୁ କ୍ୟାବିନ କର୍ମଚାରୀମାନେ ନିଷ୍ପତ୍ତି ନେଇଥିଲେ। ସୁରକ୍ଷା ଅଧିକାରୀ କହିଛନ୍ତି ପ୍ରଥମେ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା ଏବଂ ପରେ ସେମାନେ ହାତାହାତି ହୋଇଥିଲେ। କିଛି ଗଣମାଧ୍ୟମରେ ଏହା ମଧ୍ୟ କୁହାଯାଇଛି ମହିଳାଙ୍କ ସ୍ବାମୀ ମଦ୍ୟପାନ କରିଥିଲେ।

ନ୍ୟୁଜ ଏଜେନ୍ସି ସୂତ୍ରରୁ ପ୍ରକାଶ ଝଗଡା ହେବାର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ। ବିମାନଟି ପ୍ରଥମେ ପାକିସ୍ତାନ ବିମାନ ବନ୍ଦରରେ ଅବତରଣ କରିବାକୁ ଅନୁମତି ମାଗିଥିଲା, କିନ୍ତୁ କୌଣସି କାରଣରୁ ଏହି ଅନୁମତି ଦିଆଯାଇ ନ ଥିଲା। ଏହା ପରେ ଏହା ଦିଲ୍ଲୀ ବିମାନବନ୍ଦରରେ ଅବତରଣ କରିଥିଲା। ଝଗଡା କରିଥିବା ପୁରୁଷ ଯାତ୍ରୀଙ୍କୁ ଅବତରଣ କରାଯାଇ ସୁରକ୍ଷା ଅଧିକାରୀଙ୍କୁ ହସ୍ତାନ୍ତର କରାଯାଇଥିଲା। ଲୁଫଥାନ୍ସା ଏୟାର ପକ୍ଷରୁ ଏପର୍ଯ୍ୟନ୍ତ ଏ ବାବଦରେ କୌଣସି ବିବୃତ୍ତି ଦେଇନାହିଁ। ଏହି ଘଟଣା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri