ସ୍ବାଧୀନତା ଦିବସରେ ହେବେ ପୁରସ୍କୃତ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ନୂଆଁଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟ ଏବଂ କହ୍ନେଇବିରା ସରକାରୀ ଉଚ୍ଚ ବିଦ୍ୟାଳୟରେ ସାଧାରଣଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଜନକଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ଅନୁଷ୍ଠିତ ଉକ୍ତ ପ୍ରତିଯୋଗିତାରେ ମୋଟ୍‌ ୯୪ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ନୂଆଁଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପରଦେଶୀ ବୁଦ୍ଧିଆ, କହ୍ନେଇବିରା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣ କେଦାର ସାହୁ, ନିମାଇଁ ଚରଣ ପତି ପ୍ରମୁଖ ସାଧାରଣଜ୍ଞାନ ପ୍ରତିଯୋଗିତା ଆୟୋଜନର ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ। ଜନକଲ୍ୟାଣ ସେବା ଟ୍ରଷ୍ଟର ପ୍ରତିଷ୍ଠାତା ସଭାପତି ମୁକୁନ୍ଦ ଦାଶ, ଆଜୀବନ ସଦସ୍ୟ ଦୟାନିଧି ପ୍ରଧାନ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଗଜାନନ ବେହେରା, ଆନନ୍ଦ ସାହୁ, ଜୁଳି ସରାଫ, ଗିରିଧାରୀ ଯୋଶୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଆସନ୍ତା ୧୫ତାରିଖ ସ୍ବାଧୀନତା ଦିବସରେ କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯିବ ବୋଲି ଜନକଲ୍ୟାଣ ସେବା ଟ୍ରଷ୍ଟର ପ୍ରତିଷ୍ଠାତା ସଭାପତି ଦାଶ ସୂଚନା ଦେଇଛନ୍ତି।