ଭାଙ୍ଗିବ କି ବିଜେଡି? ‘ଭବିଷ୍ୟତରେ ବିଜେଡି ରହିବନି, ଚାହିଁଲେ ବି ରଖିପାରିବେନି’ ଶୁଣି କାହିଁକି ଏମିତି କହିଲେ ଅମର ଶତପଥୀ

ଭୁବନେଶ୍ୱର,୨।୮: ବିଜେଡିକୁ ଭାଜପା ନେତା ଅରବିନ୍ଦ ଢାଲିଙ୍କ ମନ୍ତବ୍ୟରେ ବିଜେଡି ପୂର୍ବତନ ବିଧାୟକ ଅମର ଶତପଥୀ ଘିଅ ଢାଳିଲା ଭଳି ଉତ୍ତର ରଖିଛନ୍ତି। ଦଳର ଆମୂଳଚୁଳ ସଂଗଠନ ଠିକ୍‌ ନକଲେ ଆଗକୁ ଅନେକ ଅଘଟଣ ଘଟିବ ବୋଲି ଅମର କହିଛନ୍ତି। ସେ ଏହା ମଧ୍ୟ କହିଛନ୍ତି ଆମ ସମସ୍ତଙ୍କର ଏ ଦିଗରେ ଅନୁଭବ ରହିଛି। ସଂଗଠନ ଠିକ୍‌ କରିବାକୁ ପ୍ରଚେଷ୍ଟା ଆରମ୍ଭ ହୋଇଛି। ଦେଖାଯାଉ କଣ ହେଉଛି।
ଅନ୍ୟପକ୍ଷେ  ମମତା ମହାନ୍ତ ଭାଜପାରେ  ମିଶିବାକୁ ନେଇ ବିଜେଡିକୁ ଟାର୍ଗେଟ କରି ଭାଜପା ନେତା ଅରବିନ୍ଦ ଢ଼ାଲି କହିଥିଲେି ବିଜେଡି ବସା ଖାଲି ହୋଇଯିବ। ଭବିଷ୍ୟତରେ ବିଜେଡି ରହିବନି, ଚାହିଁଲେ ବି ରଖିପାରିବେନି।
ଜାତୀୟ ଦଳର ବିଲୟ ହୁଏନି, ଆଞ୍ଚଳିକ ଦଳର ବିଲୟ ହୁଏ। ଯିଏ ଆଞ୍ଚଳିକ ଦଳ ଗଢ଼ିଥାଏ, ଅସୁସ୍ଥ ବା ଆଉକଣ ହେଲେ ଦଳ ରୁହେନି। ବିଜେଡିରେ ବାକ ସ୍ବାଧୀନତା ନାହିଁ, ସୁପ୍ରିମୋଙ୍କୁ ଦେଖା କରିପାରିବେ ନାହିଁ। ବିଜେଡିରେ ସମସ୍ତେ ଅସନ୍ତୁଷ୍ଟ ଥିଲେ, ପାଣ୍ଡିଆନ ସର୍ବେସର୍ବା ଥିଲେ ବୋଲି ଢ଼ାଲି କହିଥିଲେ। ଢ଼ାଲିଙ୍କ ପରେ ଅମର ତାଙ୍କ ପ୍ରତିକ୍ରିୟା ରଖିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ନାରୀଶକ୍ତିକୁ ଆର୍ଥିକ କ୍ଷେତ୍ରରେ ସ୍ବାଧୀନତା ଦେବ ସୁଭଦ୍ରା: ମୋଦି

ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ଜନତା ମଇଦାନଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇ ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ ସରକାରୀ ଯୋଜନା...

ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ଜନତା ମଇଦାନଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇ ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ...

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଟ୍ରାଫିକ୍‌ କଟକଣା

ଭୁବନେଶ୍ୱର,୧୬ା୯(ସତ୍ୟଜିତ୍‌ ରାଉତ): ସୁଭଦ୍ରା ଯୋଜନାର ଶୁଭାରମ୍ଭ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭୁବନେଶ୍ୱର ଆସୁଛନ୍ତି। ଏଥିପାଇଁ ରାଜଧାନୀରେ ବିପୁଳ...

ମା’ ହାତୀ ମୃତ୍ୟୁର ତିନିଦିନ ପରେ ଛୁଆ ଉଦ୍ଧାର

ଭବାନୀପାଟଣା/ନର୍ଲା,୧୬ା୯ (ଉତ୍ତମ କୁମାର ଦାଶ/ସନ୍ତୋଷ ପାତ୍ର)- କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଅନ୍ତର୍ଗତ ରେଗଡିମାଲ ନିକଟ ଜଙ୍ଗଲ ପାର୍ଶ୍ୱରୁ ଗତ ଶୁକ୍ରବାର ଏକ...

ସୁଭଦ୍ରା ନାଁ’ରେ ବଡ଼ ଠକେଇ: ମହିଳାଙ୍କ ଖାତାରୁ ୧୨ ହଜାର ଟଙ୍କା ଗାଏବ

ନିମାପଡ଼ା,୧୬।୯(ବିଚିତ୍ରାନନ୍ଦ ସାହୁ): ସୁଭଦ୍ରା ଯୋଜନାରେ ମହିଳାମାନଙ୍କ ଖାତାକୁ ଟଙ୍କା ଯିବାର ଗୋଟିଏ ଦିନ ପୂର୍ବରୁ ବଡ଼ ଠକେଇରେ ପଡିଛନ୍ତି ମହିଳା। ଚାହୁଁଛହୁଁ ଖାତାରୁ ଉଡିଯାଇଛି କଷ୍ଟ...

ସୁଭଦ୍ରା ଟଙ୍କା ପାଇଁ କୋରାପୁଟରୁ ଭୁବନେଶ୍ୱର ଆସିଲେ ୧୦୦ ମହିଳା

କୋରାପୁଟ,୧୬।୯(ଅମିତାଭ ବେହେରା ): ମଙ୍ଗଳବାର ଭୁବନେଶ୍ୱରଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରାଯିବ । ଏନେଇ ସୋମବାର କୋରାପୁଟ ଜିଲାରୁ ୧୦୦ଜଣ ସୁଭଦ୍ରା ହିତାଧିକାରୀ ବସ୍‌ ଯୋଗେ...

ହାତୀ ଉପଦ୍ରବ: ଭାଙ୍ଗିଲେ ଘର, ଧାନ ବସ୍ତାରେ ଥିବା ଟଙ୍କା ଖାଇଗଲେ

କେନ୍ଦୁଝର,୧୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡ ତେଲକୋଇ ବନାଞ୍ଚଳରେ ହାତୀଙ୍କ ଉପଦ୍ରଵ ବଢ଼ିବାରେ ଲାଗିଛି। ଫଳରେ ଲୋକମାନଙ୍କ ମଧ୍ୟରେ ଅସନ୍ତୋଷ ବଢୁଛି। ଖାଦ୍ୟ ଅନ୍ବେଷଣରେ ଜଙ୍ଗଲରୁ...

କାର ଭିତରେ ଅଜଗର: ୫ ଘଣ୍ଟା ଉଦ୍ୟମ ପରେ ହେଲା ଉଦ୍ଧାର

ଯାଜପୁର,୧୬।୯: କାର ଭିତରୁ ବାହାରିଲା ଅଜଗର। ଏଭଳି ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ତେନ୍ତୁଲିଖୁଣ୍ଟା ଗାଁ ହୁଣ୍ଡାଇ ସୋ’ ରୁମ ନିକଟରେ। ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri