ଗିରିଶ ମୁର୍ମୁ ହେବେ କି ଓଡ଼ିଶାର ମୁଖ୍ୟମନ୍ତ୍ରୀ: ଖୋଲାଖୋଲି ଏମିତି କହିଦେଲେ ତୋମାର

ଭୁବନେଶ୍ବର,୧୦।୬:ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସପେନ୍ସ ଲାଗିରହିଛି। ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ବିଷୟରେ ଆଲୋଚନା ଶେଷ ହେବ ବୋଲି କୁହାଯାଉଛି। ଏସବୁ ଭିତରେ ମୁଖ୍ୟମନ୍ତ୍ରୀ ଚର୍ଚ୍ଚା ପ୍ରସଙ୍ଗରେ ଭାଜପା ପ୍ରଭାରୀ ବିଜୟପାଲ ସିଂ ତୋମାରଙ୍କ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଏନେଇ ସେ କହିଛନ୍ତି, ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ହେବ। ଗିରୀଶ ମୁର୍ମୁଙ୍କ ନାଁ ଚର୍ଚ୍ଚାରେ ଥିବା ପ୍ରସଙ୍ଗରେ ତୋମାର କହିଛନ୍ତି, ମୋ ଜାଣିବାରେ ସେଭଳି କିଛି ନାହିଁ।
ସୂଚନାଯୋଗ୍ୟ, କେନ୍ଦ୍ର କ୍ୟାବିନେଟ ମନ୍ତ୍ରୀ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କୁ ଓଡ଼ିଶା ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବେ ଓଡ଼ିଶା ଗସ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଭାଜପା ବିଧାୟକ ଦଳ ବୈଠକରେ ଦୁଇ କେନ୍ଦ୍ର ମନ୍ତ୍ରୀ ଯୋଗ ଦେବେ ଏବଂ କିଏ ହେବେ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ତର୍ଜମା କରିବେ।

Share