Posted inଖେଳ

ସତରେ କ’ଣ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ଟିମ୍‌ ଇଣ୍ଡିଆ? ସ୍ପଷ୍ଟ ଚିତ୍ର ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୭।୧୦: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ କ୍ରିକେଟ ଟିମ୍‌ ପାକିସ୍ତାନ ଗସ୍ତ କରିବ କି ଏଷବ ଏମିତି ପ୍ରଶ୍ନ ଉଙ୍କି ମାରିଛି। ବର୍ତ୍ତମାନ ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଏସସିଓ ବୈଠକ ପାଇଁ ପାକିସ୍ତାନ ଗସ୍ତରେ ଅଛନ୍ତି। ଏହି ସମୟରେ ଆଇସିସି ଚାମ୍ପିଅନ୍ସ ଟ୍ରଫି ଏବଂ ଭାରତର ଆଭିମୁଖ୍ୟ ଉପରେ ଦୁଇ ଦେଶ ମଧ୍ୟରେ କୌଣସି ଆଲୋଚନା ହୋଇଥିଲା କି? ଏହି ପ୍ରଶ୍ନର ଉତ୍ତରରେ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣଧିର ଜୟସୱାଲ କହିଛନ୍ତି ଯେ ବୈଦେଶିକ ମନ୍ତ୍ରୀଙ୍କ ପାକିସ୍ତାନ ଗସ୍ତ ସମୟରେ କ୍ରିକେଟ ସମ୍ପର୍କରେ କୌଣସି ଆଲୋଚନା ହୋଇନାହିଁ। ଏହାର ସ୍ପଷ୍ଟ ଅର୍ଥ ହେଉଛି ପାକିସ୍ତାନର ମାଟିରେ ଚାମ୍ପିଅନ୍ସ ଟ୍ରଫି ନ ଖେଳିବା ପାଇଁ ଭାରତର ନିଷ୍ପତ୍ତି ଏବେ ବି ସ୍ଥିର ରହିଛି।

ଆଇସିସି ଚାମ୍ପିଅନ୍ସ ଟ୍ରଫିରେ ଭାରତ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି। ଭାରତ ସ୍ପଷ୍ଟ ଭାବେ କହିଛି ଯେ ଭାରତୀୟ କ୍ରିକେଟ ଦଳ ପାକିସ୍ତାନ ଗସ୍ତ କରିବ ନାହିଁ। ଭାରତ ପକ୍ଷରୁ ଏକ ପରାମର୍ଶ ମଧ୍ୟ ଦିଆଯାଇଛି ଯେ ଯଦି ଏକ ନିରପେକ୍ଷ ସ୍ଥାନରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୁଏ ତେବେ ଭାରତ ପ୍ରସ୍ତୁତ ଅଛି। ଏଥି ସହିତ ପାକିସ୍ତାନ କ୍ରମାଗତ ଭାବରେ ଭାରତକୁ ନିବେଦନ କରୁଛି ଯେ ଭାରତ ପାକିସ୍ତାନର ମାଟିକୁ ଆସି ଚାମ୍ପିଅନ୍ସ ଟ୍ରଫିରେ ଭାଗ ନେବା ଉଚିତ, କିନ୍ତୁ ଆତଙ୍କବାଦ ଏବଂ କଥାବାର୍ତ୍ତା କିମ୍ବା କ୍ରିକେଟ ଏକାଠି ଖେଳିପାରିବ ନାହିଁ ବୋଲି ଭାରତ ସରକାର ମଧ୍ୟ ସ୍ପଷ୍ଟ ଭାବେ ସ୍ପଷ୍ଟ କରିଆସୁଛନ୍ତି। ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଏସସିଓ ବୈଠକ ସମୟରେ ମଧ୍ୟ ଆତଙ୍କବାଦ ପ୍ରସଙ୍ଗକୁ ଉଚ୍ଚ ସ୍ବରରେ ଉଠାଇ ପାକିସ୍ତାନର ମାଟିକୁ ଯାଇ ନିଜ ଭାଷାରେ ଏହାର ଜବାବ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବ୍ୟାକ୍‌ଫୁଟ୍‌ରେ ଟିମ୍‌ ଇଣ୍ଡିଆ: ବୋଲିଂ ପରେ ବ୍ୟାଟିଂରେ କିଓ୍ବି ଖେଳାଳିଙ୍କ ଜଲଓ୍ବା

ବେଙ୍ଗାଲୁରୁ,୧୭ା୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଏକ ଅଲୋଡା ରେକର୍ଡ ନିଜ ନାମରେ କରିଛି ଭାରତ। ପ୍ରଥମ ଦିନ ବର୍ଷାରେ ଧୋଇ ଯାଇଥିବା ବେଳେ...

ଭାରତ ନାଁରେ ୫ ଅଲୋଡା ରେକର୍ଡ: ଜାଣନ୍ତୁ ଏ ବିଷୟରେ…

ବେଙ୍ଗାଲୁରୁ,୧୭।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ପ୍ରଥମ ଦିନର ଖେଳ ବର୍ଷାରେ ଧୋଇ ଯାଇଥିଲା । ଏହା ପରେ ଦ୍ୱିତୀୟ...

ଆଇପିଏଲ୍‌ ୨୦୨୫ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସର ନବକଳେବର: ହଟିଲେ ରିକି ପଣ୍ଟିଂ

ନୂଆଦିଲ୍ଲୀ,୧୭।୧୦: ପ୍ରତ୍ୟେକ ଦଳ ଆଇପିଏଲ୍‌ ୨୦୨୫ ପାଇଁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ସିଜିନ୍‌ ପାଇଁ ଆଇପିଏଲ ଦଳରେ ଅନେକ ପରିବର୍ତ୍ତନ କରାଯାଉଛି। ଦିଲ୍ଲୀ କ୍ୟାପିଟାଲ୍ସରେ ମଧ୍ୟ...

ଟେଷ୍ଟ ଇତିହାସରେ ପ୍ରଥମଥର ପାଇଁ ଘରେ ମାଟି କାମୁଡିଲା ଟିମ୍‌ ଇଣ୍ଡିଆ: ଏମିତି ରେକର୍ଡ କଲା

ବେଙ୍ଗାଲୁରୁ,୧୭।୧୦: ବେଙ୍ଗାଲୁରୁରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ମାତ୍ର ୪୬ ରନରେ ଅଲଆଉଟ ହୋଇଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଘରୋଇ ମାଟିରେ...

ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଲେ କୋହଲି

ନୂଆଦିଲ୍ଲୀ,୧୭।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟରେ ଏମ୍‌ ଏସ୍‌ ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଛନ୍ତି। ଟସ୍‌ ଜିତିବା ପରେ ରୋହିତ ଏକାଦଶ ଘୋଷଣା କରିବା ମାତ୍ରେ...

୫୫ ବର୍ଷ ପରେ ଏମିତି ଲଜ୍ଜାଜନକ ରେକର୍ଡ କଲା ଟିମ୍‌ଇଣ୍ଡିଆ

ବେଙ୍ଗାଲୁରୁ,୧୭।୧୦: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ପ୍ରଥମ ଦିନ ବର୍ଷା ଯୋଗୁ ଟସ...

ବେଙ୍ଗାଲୁରୁ ଟେଷ୍ଟରେ ଭାରତ ୪୬ ରନରେ ଅଲଆଉଟ୍: ଖାତା ଖୋଲିପାରିଲେନି ୫ ବ୍ୟାଟର

ନୂଆଦିଲ୍ଲୀ,୧୭ା୧୦: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ଗୁରୁବାର ମ୍ୟାଚର ଦ୍ୱିତୀୟ ଦିନରେ ଖେଳ...

ଲଜ୍ଜାଜନକ ରେକର୍ଡ କଲେ କୋହଲି, ପ୍ରଶ୍ନ ଉଠାଇଲେ ସଞ୍ଜୟ ମାଞ୍ଜରେକର

ବେଙ୍ଗାଲୁରୁ,୧୭।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟର ପ୍ରଥମ ଦିନ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଥିବା ବେଳେ ଦ୍ୱିତୀୟ ଦିନ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ବ୍ୟାଟିଂ ବିପର୍ଯ୍ୟୟ ଘଟିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri