୧୧ରୁ ଶୀତ ମହୋତ୍ସବ: ଯୋଗଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କଲା କମିଟି

ଦାରିଙ୍ଗବାଡି,୪।୧(ଅରୁଣ ସାହୁ):ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁକ୍ରବାର ବିଳମ୍ବିତ ରାତିରେ ଦାରିଙ୍ଗବାଡି ଶୀତ ମହୋତ୍ସବ କମିଟି ଭେଟିଛନ୍ତି। କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ନେତୃତ୍ୱରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, କମିଟିର ସମ୍ପାଦକ ତଥା ବିଡ଼ିଓ ପ୍ରୀତିରଞ୍ଜନ ରଥ ଓ ଅନ୍ୟମାନେ ଭୁବନେଶ୍ୱର ଗସ୍ତରେ ଯାଇ ବିଭିନ୍ନ ବିଭାଗୀୟ ମନ୍ତ୍ରୀଙ୍କୁ ଭେଟି ନିମନ୍ତ୍ରଣ ପ୍ରଦାନ କରିବା ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୀତ ମହୋତ୍ସବରେ ଯୋଗଦେବାକୁ ନିବେଦନ କରିଛନ୍ତି। ସେହିପରି ମନ୍ତ୍ରୀ ଗୋକୁକାନନ୍ଦ ମଲିକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ମହାପାତ୍ର, ରବିନାରାୟଣ ନାୟକ ପ୍ରମୁଖଙ୍କୁ ଭେଟି ନିମନ୍ତ୍ରଣ ପତ୍ର ପ୍ରଦାନ କରାଯିବା ସହ ଏହି ମହୋତ୍ସବ ରେ ଯୋଗଦାନ ପାଇଁ ନିବେଦନ କରାଯାଇଛି।
ପ୍ରକାଶ ଯେ ଆସନ୍ତା ୧୧ଠାରୁ ଶୀତ ମହୋତ୍ସବର ଶୁଭାରମ୍ଭ ହେବ ଓ ୧୩ରେ ଉଦଯାପନୀ କରାଯିବ। ଏହି ୩ ଦିନ ଧରି ଉତ୍ସବରେ ରାଜ୍ୟ ତଥା ରାଜ୍ୟ ବାହାରୁ ବିଭିନ୍ନ କଳାକାରମାନଙ୍କ ଦ୍ୱାରା ବିଭିନ୍ନ କଳା ପ୍ରଦର୍ଶନ କରିବେ। ଦର୍ଶକଙ୍କ ମନୋରଞ୍ଜନ ପାଇଁ ପାରମ୍ପରିକ ନୃତ୍ୟକଳା, ସଙ୍ଗୀତ, ମେଲୋଡି ଆଦି କାର୍ଯ୍ୟକ୍ରମ ରହିଛି ସେହିପରି ୧ ଶହରୁ ଉର୍ଦ୍ଧ୍ୱ ଷ୍ଟଲ ରହିବ ଏବଂ ଏହି ଉତ୍ସବକୁ ଅଧିକ ଲୋକାଭିମୁଖୀ କରିବା ପାଇଁ ଜିଲା ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଗୁରୁତ୍ୱ ଦିଆଯାଇଛି। ଏହି ମହୋତ୍ସବ ରେ ଯୋଗଦେବାକୁ ରାଜ୍ୟ ଓ ରାଜ୍ୟ ବାହାରୁ ପର୍ଯ୍ୟଟକଙ୍କ ଭିଡ଼ ହେବା ଆଶଙ୍କାରେ ବିଭିନ୍ନ ପଦକ୍ଷେପ ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାନାଡାରେ Pahalgam Attackକୁ ନେଇ ସାମ୍ନା ସାମ୍ନି ହେଲେ ଭାରତ-ପାକ ଜନତା

ଲଣ୍ଡନ,୨୮।୪: ପହଲଗାମ ଆକ୍ରମଣକୁ ନେଇ ଲଣ୍ଡନରେ ପ୍ରତିବାଦ ଜାରି ରହିଛି। Pahalgam Attack ପରେ ‘ଭାରତୀୟ ପ୍ରଚାର’ ବୋଲି କୁହାଯାଉଥିବା ପାକିସ୍ତାନୀ ପ୍ରତିବାଦର ପ୍ରତିବାଦ କରିବା...

ସୁନା ବ୍ୟବସାୟୀଙ୍କୁ ମାଡ଼ ମାରି ଗହଣା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଉନ ଥାନା ଅନ୍ତର୍ଗତ ନରଣପୁରଠାରେ ସାହୁ ଜୁଏଲାରୀ ଓ୍ବର୍କସପ୍‌ ମାଲିକ ଦୀପକ ସାହୁଙ୍କୁ ମାଡ଼ ମାରି ୫ ଲକ୍ଷରୁ ଊଦ୍ଧର୍‌ବ ଟଙ୍କାର...

କମ୍ପାନୀରୁ ଶ୍ରମିକଙ୍କୁ ଆଣି ଆସୁଥିବାବେଳେ ଓଲଟିଲା ବସ୍‌: ଜଣେ ମୃତ

ସୁନ୍ଦରଗଡ଼,୨୮ା୪(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିରି ଥାନା ଅନ୍ତର୍ଗତ ଏନ୍‌ଟିପିସି ଡୁଲଙ୍ଗା କୋଇଲା ଖଣି ଭିତରେ ବସ୍‌ ଦୁର୍ଘଟଣା ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ପାକିସ୍ତାନକୁ ଆଇନା ଦେଖାଇଲେ ଓଓ୍ବାଇସି, Pahalgam Attackକୁ ନେଇ କହିଲେ ତୁମେ ଭାରତଠାରୁ ଅଧ ଘଣ୍ଟା ନୁହେଁ, ଅଧା ଶତାବ୍ଦୀ ପଛରେ ଅଛ

ନୂଆଦିଲ୍ଲୀ,୨୮।୪: ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପୁଣି ଥରେ ପାକିସ୍ତାନ ଉପରେ ବର୍ଷିଛନ୍ତି। ଓୱାଇସି ପାକିସ୍ତାନକୁ କହିଥିଲେ ଯେ ତୁମେ ଭାରତଠାରୁ ଅଧା ଶତାବ୍ଦୀ ପଛରେ...

‘ପହଲଗାମ ଆକ୍ରମଣ ଭାରତ ନିଜେ କରି ଆମକୁ ବଦନାମ କରୁଛି’

ଇସଲାମାବାଦ,୨୮ା୪: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖଓ୍ବାଜା ଆସିଫ ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଏକ ହାସ୍ୟାସ୍ପଦ ବୟାନ ଦେଇଛନ୍ତି। ସେ କହିଛନ୍ତି, ଏବେ ଲାଗୁଛି ଭାରତ...

Pahalgam Attack: ପୃଥିବୀର ଭୂସ୍ବର୍ଗ ଏବେ ନିରବ, ନିଃଶବ୍ଦ, ଚୁପ ହୋଇଯାଇଛି ଡାଲ ହ୍ରଦ

ଜମ୍ମୁ,୨୮।୪: ଶ୍ରୀନଗରର ପ୍ରସିଦ୍ଧ ଡାଲ ହ୍ରଦର ହାଉସ ବୋଟ ଗୁଡ଼ିକ ପ୍ରାୟ ଖାଲି ପଡ଼ିଛି। କିଛି ଦିନ ପୂର୍ବରୁ ପର୍ଯ୍ୟଟକମାନଙ୍କୁ ହ୍ରଦ ପରିଦର୍ଶନରେ ନେବା ସମୟରେ...

ଘରେ ପଇସା ରଖନ୍ତି ନାହିଁ ମହିଳା, ଜାଣନ୍ତୁ ଏହା ପଛର ମୁଖ୍ୟ କାରଣ…

ଭବାନୀପାଟଣା,୨୮।୪ (ଉତ୍ତମ କୁମାର ଦାଶ): ପୁରାତନ କାଳରେ ଯେତେବେଳେ ଟଙ୍କାର ପ୍ରଚଳନ ନ ଥିଲା ସେତେବେଳେ ମଣିଷ ନିଜର ଦୈନନ୍ଦିନ ଜୀବନର ଚାହିଦା ମେଣ୍ଟାଇବା ପାଇଁ...

ଜାଣନ୍ତୁ କେମିତି ସୁସ୍ଥ ରହିବ କିଡ୍‌ନୀ

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରବାହିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି ଅଦରକାରୀ ତତ୍ତ୍ୱକୁ ନିଷ୍କାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image