ବଢ଼ିଲା ଶୀତ, ପୁଣି ଆସୁଛି ବର୍ଷା

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): ଲଘୁଚାପଜନିତ ଅଦିନିଆ ବର୍ଷା ଛାଡିଯାଇଥିଲେ ମଧ୍ୟ ରବିବାରଠାରୁ ରାଜ୍ୟରେ ଶୀତର ପରିମାଣ ବଢ଼ିଛି। ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା ଥିବାରୁ ୩ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ପଶ୍ଚିମ-ଦକ୍ଷିଣ-ପଶ୍ଚିମ ଦିଗରେ ଗତିକରି ଆଗାମୀ ୨୪ ତାରିଖ ବେଳକୁ ଉତ୍ତର ତାମିଲନାଡ଼ୁ ପାର୍ଶ୍ୱ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟତର ହେବ। ଏହା ପ୍ରଭାବରେ ଓଡିଶା ଉପରେ ଏକ ପୂର୍ବାଳୀ ନିମ୍ନଚାପ ରେଖା ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁ ଦକ୍ଷିଣ-ପୂର୍ବ ଦିଗରୁ ଜଳୀୟବାଷ୍ପ ପୂର୍ଣ୍ଣ ସାମୁଦ୍ରିକ ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ କରିବା ଫଳରେ ଦକ୍ଷିଣ ଉପକୂଳ ସମେତ ପାଶର୍‌ବବର୍ତ୍ତୀ ଉତ୍ତର ଉପକୂଳ ଓଡ଼ିଶାରେ ବର୍ଷା ହେବ। ୨୪ ତାରିଖରେ ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ନୟାଗଡ଼, କୋରାପୁଟ, ମାଲକାନଗିରି, କନ୍ଧମାଳ ଆଦି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଅନ୍ୟପକ୍ଷରେ ସୋମବାର ଓ ମଙ୍ଗଳବାର ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, କଳାହାଣ୍ଡି ଓ ଅନୁଗୋଳ ଜିଲାରେ ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି କନ୍ଧମାଳ, ରାୟଗଡ଼ା, କୋରାପୁଟ, ବଲାଙ୍ଗୀର, ବରଗଡ଼ ଆଦି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିବ ବୋଲି ପାଣିପାଗ କେନ୍ଦ୍ରର ବୁଲେଟିନ୍‌ରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବିରେ ସ୍ଥାନାନ୍ତର ହେବ ନନ୍‌ଟ୍ରମା କାଜୁଆଲ୍‌ଟି

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲର ନନ୍‌ଟ୍ରମା କାଜୁଆଲ୍‌ଟି ସ୍ଥାନାନ୍ତର ହେବ। ଏବେ କାଜୁଆଲ୍‌ଟି ଯେଉଁ ସ୍ଥାନରେ କାର୍ଯ୍ୟ କରୁଛି, ସେଠାରୁ ଉଠିଯାଇ ଭେଷଜ ୱାର୍ଡର ୟୁନିଟ୍‌-୬ରେ...

ବଡ଼ଦିନ, ନୂଆବର୍ଷରେ ସ୍ବାଦିଷ୍ଟ ଖାଦ୍ୟର ମଜାନେବେ ସହରବାସୀ

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଦିନ କେଇଟା ପରେ ବଡ଼ଦିନ ଓ ନୂଆବର୍ଷ। ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ସହ ନୂତନ ବର୍ଷକୁ ସ୍ବାଗତ କରିବା ପାଇଁ ସହରବାସୀ...

ଅଭିନେତ୍ରୀଙ୍କଠାରୁ ୮.୨୫ ଲକ୍ଷ ଟଙ୍କା ଠକି ନେଇ ଗିରଫ ହେଲେ ଯାତ୍ରା ପାର୍ଟି ମାଲିକ

ଭୁବନେଶ୍ୱର,୨୩ା୧୨(ସୂର୍ଯ୍ୟକାନ୍ତ ବେହେରା): ଅଭିନେତ୍ରୀଙ୍କୁ ମିଥ୍ୟା ଆଶ୍ୱାସନା ଦେବା ସହ ପ୍ରତାରଣା କରି ୮ ଲକ୍ଷରୁ ଅଧିକ ଟଙ୍କା ଠକିବା ମାମଲାରେ ଲିଙ୍ଗରାଜ ପୋଲିସ ଜଣେ ଯାତ୍ରା...

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬...

ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍‌

ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍‌...

ଡବଲ ଇଞ୍ଜିନ ସରକାର ଉପରେ ବର୍ଷିଲେ ସାଗର

ଭବାନୀପାଟଣା,୨୩ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଭଳି ପବିତ୍ର ଗୃହରେ ବାବା ସାହେବ ଆମ୍ବେଡକରଙ୍କ ନାମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅପମାନଜନକ ଶବ୍ଦ ବ୍ୟବହାର...

ନବୀନଙ୍କ ଉପରେ ବହିକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୧୨(ସୁନିତ୍‌ ମିଶ୍ର): ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ‘ନବୀନ ପଟ୍ଟନାୟକ- ଦ ଅଥରିଟେଟିଭ ବାୟୋଗ୍ରାଫି ରିଭାଇଜ୍‌ଡ ଆଫ୍ଟର ୨୦୨୪ ଇଲେକ୍ସନ’ ପୁସ୍ତକ ଉନ୍ମୋଚନ ହୋଇଯାଇଛି। ସେ...

ପ୍ରାକ୍‌ ବଜେଟ ପାଇଁ ପ୍ରସ୍ତୁତି ଆରମ୍ଭ: ଓଡ଼ିଶା ପାଇଁ ୯ ପ୍ରସ୍ତାବ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨ା୧୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ନେତୃତ୍ୱରେ ରବିବାର ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri