ଘନକୁହୁଡ଼ି ସହ ବାଲିଗୁଡ଼ାକୁ ପୁଣି ଫେରିଛି ଶୀତ, ଯାନବାହନ ଚଳାଚଳରେ ବାଧା

ବାଲିଗୁଡ଼ା,୬ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳରେ ମେଘୁଆ ପାଗ ପରେ ପୁଣି କୁହୁଡ଼ି ସାଙ୍ଗକୁ ଫେରିଲା ଶୀତ ଲହରି। ଲଘୁଚାପ ବର୍ଷା ପରେ ଖସୁଛି ପାରଦ ବଢୁଛି ଶୀତ। ଘନ କୁହୁଡ଼ି ସହ ପୁଣି ଫେରିଛି ଶୀତ, ଦିନ ଦଶଟା ପର୍ଯ୍ୟନ୍ତ କମୁନି କୁହୁଡ଼ି। ବାଲିଗୁଡ଼ା ତଥା ଏହାର ଆଖପାଖ କୋଟଗଡ଼,ଦାରିଙ୍ଗବାଡ଼ି, କ.ନୂଆଗାଁ, ବେଲଘର, ତୁମୁଡ଼ିବନ୍ଧ, ରାଇକିଆ, ଟିକାବାଲି, ଚକାପାଦ ଜି.ଉଦୟଗିରି ଅଞ୍ଚଳର ବିଭିନ୍ନ ଉପାନ୍ତ ଅଞ୍ଚରେ ବଢ଼ିଲାଣି ଶୀତ। ଶୀତୁଆ ସକାଳରେ ଚା’ ଦୋକାନରେ ଲୋକଙ୍କ ଭିଡ଼ ମଧ୍ୟ ଦେଖିବାକୁ ମିଳୁଛି।

ଘନକୁହୁଡ଼ିରେ ଆଚ୍ଛାଦିତ ହୋଇଛି ସମଗ୍ର ଅଞ୍ଚଳ। ଅସହ୍ୟ ଜାଡ଼ରେ ଲୋକେ ଘରୁ ପଦାକୁ ବାହାରି ପାରୁନାହାନ୍ତି। ସଞ୍ଜ ନଇଁଲେ ଉପାନ୍ତ ଅଞ୍ଚଳରେ ତାପମାତ୍ରା ହ୍ରାସ ପାଉଛି। ଦିନ ୧୦ଟା ପର୍ଯ୍ୟନ୍ତ ଘନକୁହୁଡ଼ିର ଚାଦର ତଳେ ଘୋଡ଼େଇ ହୋଇ ରହୁଥିବାରୁ ଶୀତ ଦାଉରୁ ରକ୍ଷାପାଇବା ପାଇଁ ଲୋକେ ଅଧରାତିରୁ ନିଆଁ ଜାଳି ନିଆଁର ଆଶ୍ରୟ ନେଉଛନ୍ତି। ରାସ୍ତାରେ କୁହୁଡ଼ି ପାଇଁ ଯାନବାହନ ଚଳାଚଳରେ ବାଧା ସୃଷ୍ଟି ହେଉଛି l ଶୀତରୁ ବର୍ତ୍ତିବା ପାଇଁ ଲୋକେ ଗରମ ଗରମ ଜିନିଷ ଖାଇବାକୁ ପସନ୍ଦ କରୁଛନ୍ତି। ସେପଟେ ଶୀତର ମଜା ଉଠାଇବା ପାଇଁ ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ି, ବେଲଘର ଲୁଦୁ ଜଳପ୍ରପାତ,ସାପ ନଳା,ମଣ୍ଡାସୁର ଭଳି ବିଭିନ୍ନ ଅଞ୍ଚଳର ପ୍ରାକୃତିକ ବିଭବ ଅତି ନିକଟରୁ ଦେଖିବାକୁ ପର୍ଯ୍ୟଟକଙ୍କ ନୂତନ ବର୍ଷ ଆରମ୍ଭରୁ ସୂଅ ଛୁଟିଲାଣି। ଶୀତ ଯୋଗୁ ଗରିବ ଓ ଶ୍ରମଜୀବୀ କର୍ମକ୍ଷେତ୍ରକୁ ଯାଇ ପାରୁ ନାହାନ୍ତି, ସେପଟେ ନିଜକୁ ଫିଟ୍‌ ରଖିବା ପାଇଁ ସବୁ ବର୍ଗର ଲୋକେ ସକାଳୁ ସକାଳୁ ମର୍ଣ୍ଣିଂ ଓ୍ବାକ୍‌, ଯୋଗ, ବ୍ୟାୟାମ କରିବା ପାଇଁ ଜିମ୍‌, ପାର୍କ, ରାସ୍ତା ଓ ଷ୍ଟାଡିୟମରେ ଭିଡ଼ ଜମାଉଥିବା ଦେଖିବାକୁ ମିଳୁଛି। ଶୀତ ଆସିବା କ୍ଷଣି ଦେଖାଯାଇଛି ତୁଷାରର ଧଳା ଆସ୍ତରଣ। ବର୍ଷା ଛାଡ଼ିବା ଆକାଶ ମେଘ ମୁକ୍ତ ହୋଇ ନୀଳ ଆକାଶରେ ପରିଣତ ହେବା ସହ ଆକାଶରେ ମଝିରେ ମଝିରେ ମେଘ ଖଣ୍ଡ ସବୁଜ ପରିବେଶକୁ ଆହୁରି ଆକର୍ଷିତ କରୁଛି। ରାସ୍ତାକଡ଼ ଝରଣାର ଦୃଶ୍ୟ ସବୁଜିମା ବୃକ୍ଷରାଜି ବିରାଟ ପାହାଡ଼ ପର୍ବତ ରାସ୍ତାରେ ଯାତାୟାତ କରୁଥିବା ଯାତ୍ରୀଙ୍କୁ ବେଶ ଆନନ୍ଦ ଦେଉଥିବା ଦେଖିବାକୁ ମିଳିଛି। ରାସ୍ତାରେ ଯାତାୟାତ କଲାବେଳେ ଲୋଭନୀୟ ମନୋରମ ଦୃଶ୍ୟ ଦେଖି ଯାତ୍ରୀମାନେ କିଛି ସମୟ ଅଟକି ଯାଇ ପ୍ରକୃତିର ମଜା ଉଠାଇବା ସହ ନିଜ ନିଜ ମୋବାଇଲରେ କିଛି ଫଟୋ ଉତ୍ତୋଳନ କରି ବେଶ୍‌ ଆନନ୍ଦିତ ହେଉଛନ୍ତି। ଗତ କିଛିଦିନ ହେଲା ପାଗ ଶୁଖିଲା ରହିବା ସହ ସକାଳ ଓ ସନ୍ଧ୍ୟା ସମୟରେ ପ୍ରବଳ ଶୀତ ଅନୁଭୂତି ହେଉଛି। ମଧ୍ୟରାତ୍ରିରୁ ଭୋର୍‌ ମଧ୍ୟରେ ଅଧିକ ଶୀତ ପଡ଼ିବା ସହ ସକାଳର କୁହୁଡି ଶୀତକୁ ଦ୍ବିଗୁଣିତ କରୁଛି। ବର୍ତ୍ତମାନ ବର୍ଷା ଛାଡ଼ିବା ପରେ ପର୍ଯ୍ୟଟନର ଋତୁ ଆରମ୍ଭ ହୋଇ ଯାଇଛି। କନ୍ଧମାଳ ଜିଲାର ପର୍ଯ୍ୟଟନ କ୍ଷେତ୍ର ବାହାର ଜିଲା ଏବଂ ବାହାର ରାଜ୍ୟର ପର୍ଯ୍ୟଟକମାନଙ୍କୁ ସ୍ବାଗତ କରିବା ପାଇଁ ପୂରା ପ୍ରସ୍ତୁତ ହୋଇରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri