୫ରୁ କମିବ ଶୀତ

ଭୁବନେଶ୍ୱର,୪।୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ଯୋଗୁ ଚଳିତ ବର୍ଷ ଓଡ଼ିଶା ଭିତରକୁ ବାରମ୍ବାର ପଶ୍ଚିମା ବାୟୁ ପ୍ରବାହ ହେଉଛି। ଏଥିଯୋଗୁ ବର୍ଷା ମଧ୍ୟ ଲାଗିରହୁଛି। ଆସନ୍ତା ୮ ତାରିଖରୁ ୧୨ ତାରିଖ ଯାଏ ରାଜ୍ୟରେ ବର୍ଷା ହେବ। ୮ରୁ ୧୦ ତାରିଖ ମଧ୍ୟରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାରେ ବର୍ଷା ହେବ। କେତେକ ସ୍ଥାନରେ ଘଡ଼ଘଡି ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ୧୦ ତାରିଖରୁ ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର, ପୁରୀ, କଟକ, ଖୋର୍ଦ୍ଧା ଜିଲାର କେତେକ ସ୍ଥାନରେ ୧୧ ଓ ୧୨ ତାରିଖରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ ପକ୍ଷରେ ରାଜ୍ୟରେ ଗତ ୨ଦିନ ହେବ ଶୀତ ସାମାନ୍ୟ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୪ରୁ ୫ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିଛି। ରାଜ୍ୟର ୪ଟି ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳେ ଥିବା ବେଳେ ୧୬ଟି ସ୍ଥାନରେ ୧୫ ଡିଗ୍ରୀ ସେଲ୍‌ସିୟସ ତଳେ ରହିଛି। ଆସନ୍ତା ୫ ତାରିଖରୁ ରାଜ୍ୟରେ ରାତ୍ରିର ତାପମାତ୍ରା ବୃଦ୍ଧି ପାଇବ। ଶୀତ କମିଯିବ। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଟିଟିଲାଗଡ଼ରେ ୯.୩, କେନ୍ଦୁଝରରେ ୯.୫ ଏବଂ ଫୁଲବାଣୀରେ ୧୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସେହିପରି ବାଲେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୨.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଚାନ୍ଦବାଲି ୧୨, କଟକ ୧୩, ଭୁବନେଶ୍ୱର ୧୨.୯, ଅନୁଗୋଳ ୧୩, ବାରିପଦା ୧୨, ଝାରସୁଗୁଡା ୧୦.୨, ସମ୍ବଲପୁର ୧୨.୮, ସୁନ୍ଦରଗଡ ୧୩, ହୀରାକୁଦ ୧୨.୭, ତାଳଚେର ୧୨, ଭବାନୀପାଟଣା ୧୧.୮, ବଲାଙ୍ଗୀର ୧୨.୮, କୋରାପୁଟ ୧୦.୫, ଫୁଲବାଣୀ ୧୦ ଏବଂ ସୋନପୁରରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଆସନ୍ତା ସପ୍ତାହେ ଯାଏ ଏଭଳି ପାଗ ଜାରି ରହିବ। ମଙ୍ଗଳବାର ରାଜ୍ୟର କେତେକ ସ୍ଥାନରେ କୁହୁଡ଼ି ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତ: ଦୁଇ ଶିଶୁଙ୍କ ସମେତ ୫ ଆହତ

ରାମଗିରି,୨୨ା୪(ବୃନ୍ଦାବନ ଗୌଡ଼): ଆର.ଉଦୟଗିରି ବ୍ଲକ ଅନଘା ପଞ୍ଚାୟତ ଅନ୍ତର୍ଗତ ତୁବୁରୁସିଂ ଗ୍ରାମରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିଲା। ଏଥିରେ ୨ ଶିଶୁଙ୍କ ସମେତ ୫...

ଅଂଶୁଘାତରେ ନିର୍ବାହୀ ଅଧିକାରୀ ଗୁରୁତର

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ପିଇଓ କାଳିଆ ମଲ୍ଲିକ ମଙ୍ଗଳବାର ଅଂଶୁଘାତରେ ଗୁରୁତର...

ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ୱର, ୨୨।୪: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି...

୮ ବର୍ଷ ପରେ ପୁଅକୁ ଖୋଜି ପାଇଲେ ମା’

ମୋହନା,୨୨ା୪ମନ୍ମଥ ମିଶ୍ର): ମା’ର ମମତା ଅନନ୍ୟ। ସେ ଯେଉଁଠି ଯେଉଁ ଅବସ୍ଥାରେ ଥିଲେ ମଧ୍ୟ ନିଜ ସନ୍ତାନକୁ ଝୁରି ହୋଇଥାଏ। ଗଜପତି ଜିଲା ପାରଳାଖେମୁଣ୍ଡି ମୋହନା...

କେମେଷ୍ଟ୍ରି ପେପର ଖରାପ ହୋଇଛି ୪ ହଜାର ଟଙ୍କା ଦେଲେ ପାସ ମାର୍କ ମିଳିବ: ଆସୁଛି ଫୋନ କଲ,

ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟ ବିଜ୍ଞାନ ଛାତ୍ରୀଛାତ୍ରମାନଙ୍କ ଅଭିଭାବକମାନଙ୍କୁ ଗତ ଦୁଇଦିନ ହେଲା ଏକ ଫୋନ କଲ ଆସୁଛି। ତୁମ ପିଲାର କେମେଷ୍ଟ୍ରି ପେପର ଖରାପ...

ମାଙ୍କଡ଼ କାମୁଡ଼ାରେ ୪ ଆହତ

ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ)-ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ପାଗଳ ମାଙ୍କଡ଼ ଆତଙ୍କ ଖେଳାଇଛି। ସେହି ମାଙ୍କଡ଼ କାମୁଡାରେ ସୋମବାର ଓ ମଙ୍ଗଳବାର ଦୁଇ ଦିନରେ ଗ୍ରାମର...

ଦିଗପହଣ୍ଡିରେ ଶ୍ରୀ ରାମଚରିତ ମାନସ କାର୍ଯ୍ୟକ୍ରମ: ଶ୍ରୀରାମଚରିତ ସମଗ୍ର ମାନବ ଜାତିର ମାର୍ଗଦର୍ଶକ

ଦିଗପହଣ୍ଡି,୨୨|୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ରାଜବାଟି ସିଂହଦ୍ଵାର ସମ୍ମୁଖରେ ଗତ ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ ପ୍ରବଚନ...

ବିଶ୍ବ ଧରିତ୍ରୀ ଦିବସ ପାଳିତ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଶିଳ୍ପ ତାଲିମ କେନ୍ଦ୍ର ରେ ମଙ୍ଗଳବାର ବିଶ ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏଥିରେ ପରିବେଶବିତ୍ ଶୁଳପାଣି ଶତପଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image