ରାଜ୍ୟରେ କମିବ ଶୀତ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ମଧ୍ୟ-ଭାରତରେ ସକ୍ରିୟ ଗୁରୁଚାପ ବଳୟ ବର୍ତ୍ତମାନ ପୂର୍ବ-ମୁହାଁ ହୋଇ ରାଜ୍ୟ ଉପରେ କାୟା ବିସ୍ତାର କରିଛି। ଫଳରେ ଜଳୀୟବାଷ୍ପ ପୂର୍ଣ୍ଣ ଉଷ୍ମ ସାମୁଦ୍ରିକ ବାୟୁର ପ୍ରଭାବ ବୃଦ୍ଧି ପାଇବା ସହ ଶୀତ କମିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ, ବାୟୁମଣ୍ଡଳରେ ଆଦ୍ରତା ବୃଦ୍ଧି ସହ ରାଜ୍ୟରେ କିଛି ଜିଲାରେ ଘନକୁହୁଡ଼ିର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ ଏବଂ ଖୋର୍ଦ୍ଧା ଜିଲାରେ ଗୋଟିଏ ଦୁଇଟି ସ୍ଥାନରେ ଘନକୁହୁଡି ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି।