ଆଭ୍ୟନ୍ତରୀଣ ଓଡ଼ିଶାରେ ବଢ଼ିବ ଶୀତ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଶୁଖିଲା ପାଗ ଜାରି ରହିବ। ୨୧ ତାରିଖରୁ ପାଗ ବଦଳିବ। ଆକାଶ ମେଘାଚ୍ଛନ୍ନ ରହିବା ସହ କିଛି ଜିଲାରେ ବର୍ଷା ହେବ। ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ବଢ଼ିବ। ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।
ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କିଛି ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବ। ପ୍ରଭାବରେ ୨୧ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି।

Share