ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ ଜିଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର,୨୫।୭(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଅଧିକ ଜିଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏଥିରେ ପ୍ରଭାବିତ ହେବାକୁ ଥିବା ଜିଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡା, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ଖୋର୍ଦ୍ଧା, ପୁରୀ, କନ୍ଧମାଳ ଓ ନୟାଗଡ଼ ରହିଛି । ଏହି ଜିଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଉକ୍ତ ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଅନ୍ୟପଟେ ୨୬ରୁ ୨୭ ତାରିଖ ମଧ୍ୟରେ ସୁନ୍ଦରଗଡ଼ ଝାରସୁଗୁଡ଼ା ଦେବଗଡ଼ କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର,ବରଗଡ଼, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଓ ବୌଦ୍ଧ ଆଦି ଜିଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି ।

Share