ବିନା ଭକ୍ତରେ ହୋଇପାରେ ସ୍ନାନଯାତ୍ରା

ପୁରୀ ଅଫିସ, ୧ା୬: କୋଭିଡ୍‌ କଟକଣା ମଧ୍ୟରେ ବିନା ଭକ୍ତରେ ଚଳିତ ବର୍ଷର ସ୍ନାନଯାତ୍ରା ହୋଇପାରେ। ତେବେ ଏ ନେଇ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇନାହିଁ। କେବଳ ଆଲୋଚନା ଚାଲିଛି। ସ୍ନାନଯାତ୍ରା ସହ ସଂଶ୍ଲିଷ୍ଟ ସମସ୍ତ ବ୍ୟକ୍ତିବିଶେଷଙ୍କ ସହିତ ବିଚାର ବିମର୍ଶ କରାଯିବା ପରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ପୁରୀ ଜିଲାପାଳ ସମର୍ଥ ବର୍ମା ସୋମବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଜିଲାପାଳ ବର୍ମା କହିଛନ୍ତି, ପୁରୀ ଜିଲାରେ ଏବେ ଦୈନିକ କୋଭିଡ୍‌ ସଂକ୍ରମଣ ୩ଶହରୁ ୪ଶହ ରହୁଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତବର୍ଷର ଚନ୍ଦନଯାତ୍ରାକୁ ବିନା ଭକ୍ତରେ କରାଯାଉଛି। ଯଦି ଏଭଳି କୋଭିଡ୍‌ ସ୍ଥିତି ଜାରି ରହେ ତେବେ ଆଗକୁ ମଧ୍ୟ ବିନା ଭକ୍ତରେ ସ୍ନାନଯାତ୍ରା ହେବାର ସମ୍ଭାବନା ରହିଛି। ତେବେ ଏ ନେଇ ବିଧିବଦ୍ଧ ଭାବେ କିଛି ନିଷ୍ପତ୍ତି ନିଆଯାଇନାହିଁ କି ସ୍ନାନଯାତ୍ରା ସଂକ୍ରାନ୍ତ କୌଣସି ବୈଠକ ଏପର୍ଯ୍ୟନ୍ତ ହୋଇନାହିଁ। ବୈଠକ ନ ହେବା ପୂର୍ବରୁ ସ୍ନାନଯାତ୍ରା ସମ୍ପର୍କରେ ସ୍ପଷ୍ଟ ଭାବେ କୁହାଯାଇପାରିବ ନାହିଁ। ସ୍ନାନଯାତ୍ରା ସହ ସମ୍ପୃକ୍ତ ସେବାୟତ ଏବଂ ଅନ୍ୟ ପକ୍ଷଙ୍କ ସହ ପ୍ରଶାସନ ଆଲୋଚନା କରିବ। ଏହାପରେ ସହମତି ଭିତ୍ତିରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ। ଶ୍ରୀମନ୍ଦିର ପ୍ରଶାସନ ଏନେଇ ବିଧିବଦ୍ଧ ଭାବେ ସୂଚନା ଦେବେ ବୋଲି ଜିଲାପାଳ ପ୍ରକାଶ କରିଛନ୍ତି। ଚଳିତବର୍ଷ ଜୁନ୍‌ ୨୪ରେ ଦେବସ୍ନାନ ପୂର୍ଣ୍ଣିମା ତଥା ସ୍ନାନଯାତ୍ରା ପଡୁଛି। ଗତବର୍ଷ କରୋନା ଯୋଗୁ ବିନା ଭକ୍ତରେ ସ୍ନାନଯାତ୍ରା ସମ୍ପନ୍ନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମେଜର, ପୀଡ଼ିତାଙ୍କ ନାଁ ପ୍ରକାଶ ନ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୩ା୯: ଭରତପୁର କାଣ୍ଡକୁ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର କରାଯାଇଛି। ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ବାରଣ କରିଛନ୍ତି ହାଇକୋର୍ଟ।...

ଭରା ନଦୀ ପାର ହୋଇ ଗାଁରେ ପହଞ୍ଚି ଲୋକଙ୍କ କଥା ଶୁଣିଲେ ବିଧାୟକ

ଚିତ୍ରକୋଣ୍ଡା/ମାଲକାନଗିରି,୨୩।୯: ମାଲକାନଗିରି ଜିଲା ଅପହଞ୍ଚ ଗଜିଆଗୁଡ଼ା ଗାଁରେ ସୋମବାର ପହଞ୍ଚି ଲୋକଙ୍କ ସମସ୍ୟା ବୁଝିଛନ୍ତି ଚିତ୍ରକୋଣ୍ଡା କଂଗ୍ରେସ ବିଧାୟକ ମଙ୍ଗୁ ଖିଲ। ମିଳିଥିବା ସୂଚନା ମୁତାବକ,...

ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ ଏମ୍‌ପି, ବିଡିଓ- ତହସିଲଦାରଙ୍କ ସହ ମିଶି କଲେ ସଫେଇ

ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦିନିକିଆ ଗସ୍ତରେ ଆସି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଥିଲେ।...

ସଂଗଠନ ମଜଭୁତ ପାଇଁ କର୍ଣ୍ଣମନ୍ତ୍ର ଦେଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ

ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦିନିକିଆ ଗସ୍ତ ହୋଇଛି। ଏହି ସମୟରେ ସେ ଦାରିଙ୍ଗବାଡ଼ି...

ବ୍ଲକ ଅଫିସ ସମ୍ମୁଖରେ ହୋଇଥିବା ଆନ୍ଦୋଳନକୁ ବିରୋଧ କଲେ ୧୯ ସରପଞ୍ଚ, ଜିଲାପାଳଙ୍କୁ ଦେଲେ ଦାବିପତ୍ର

କେସିଙ୍ଗା,୨୩ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପ୍ରଶାସନ ବିରୋଧରେ ଚାଞ୍ଚେର ପଞ୍ଚାୟତର ସରପଞ୍ଚ ଅଞ୍ଜୁ କୁମାର ବ୍ଲକ ଅଫିସ ଆଗରେ ୩ ଦିନ ଆନ୍ଦୋଳନ...

ଟ୍ରକ-ବାଇକ୍‌ ଧକ୍କା: ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର

ଗୋପାଳପୁର, ୨୨।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଭାଲିଆଗାଡ଼ ନିକଟରେ ରବିବାର ଏକ ଟ୍ରକ-ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ...

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

ଗଞ୍ଜେଇ ଜବତ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ରବିବାର ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଶ୍ମଶାନ ନିକଟରୁ ୨ କିଣ୍ଟାଲ ୧୪ କେ.ଜି ୨...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri