ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ ଜେଲରେ ଥିବା ଅଭିଯୁକ୍ତ ୨୦୨୨ରେ ଧମକ ଦେଇଥିଲେ। ଉକ୍ତ ମାମଲାର ବିଚାର କରି ଅତିରିକ୍ତ ଜିଲା ଜଜ-୩ ମୁଖ୍ୟ ଅଭିଯୁକ୍ତ ରୁପେଷ ପାଢୀଙ୍କୁ ୩ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଦୋଷୀ ସାବ୍ୟସ୍ତ ହୋଇଥିବା ଅଭିଯୁକ୍ତ ରୁପେଷ ଗିରଫ ପରଠାରୁ ବ୍ରହ୍ମପୁର ମଣ୍ଡଳକାରାଗାରରେ ବନ୍ଦୀ ଭାବେ ଅଛନ୍ତି।

ପ୍ରକାଶ ଥାଉକି, ୨୦୨୦ ଜୁନ ୧୩ ତାରିଖ ରାତିରେ କ୍ଷୀର ବ୍ୟବସାୟୀ ଲମ୍ବୋଦରଙ୍କୁ ତାଙ୍କ କ୍ଷୀର ଗୋଦାମ ଭିତରେ ହତ୍ୟା କରାଯାଇଥିଲା । ଅଭିଯୁକ୍ତମାନେ ଲୁଟ ଉଦ୍ଦେଶ୍ୟରେ ଗୋଦାମ ଭିତରକୁ ଯାଇଥିବା ବେଳେ ଧରାପଡିଯିବା ଭୟରେ ଲମ୍ବୋଦରଙ୍କୁ ହତ୍ୟା କରିଥିଲେ। ଏହି ମାମଲାରେ ଗୋଶାଣିନୁଆଗାଁ ପୋଲିସ ପର୍ଯ୍ୟାୟ କ୍ରମେ ରୁପେଶ ପାଢ଼ୀ, ଶ୍ରୀନୁ ପାତ୍ର, ରଞ୍ଜିତ କୁମାର ସାହୁ, ଶିବ ମହାଙ୍କୁଡଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା । ଅନ୍ୟଜଣେ ଅଭିଯୁକ୍ତ ଶଙ୍କର ସାହୁ ଫେରାର ଥିଲେ।

ଏହି ହତ୍ୟା ଘଟଣାରେ ଥିବା ସାକ୍ଷୀଙ୍କ ମଧ୍ୟରୁ ଲମ୍ବାଦରଙ୍କ ଗୋଦାମ ମ୍ୟାନେଜର ଭି. ବିନୟ ମାମଲାର ମୁଖ୍ୟ ସାକ୍ଷୀ ରହିଥିଲେ । ୨୦୨୨ ଏପ୍ରିଲ ୨୨ରେ ବିନୟଙ୍କୁ ମାମଲାର ବିଚାର ବେଳେ କୋର୍ଟରେ ସାକ୍ଷୀ ନ ଦେବାକୁ ଅଭିଯୁକ୍ତ ରୂପେଶ ଜେଲରେ ଥାଇ ଧମକ ଦେଇଥିଲେ। ଏ ନେଇ ଗୋଶାଣିନୁଆଗାଁ ଥାନାରେ ସେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା(ନଂ.୬୨/୨୨) ଏକ ମାମଲା ରୁଜୁ କରିଥିଲା।

ତତ୍କାଳୀନ ଏସ୍‌ଆଇ ଜ୍ଞାନ ରଞ୍ଜନ ବେହେରା ଏନେଇ କୋର୍ଟରେ ଚାର୍ଜସିଟ ଦାଖଲ କରିଥିଲେ। ଏହି ମାମଲାର ବିଚାର ଏଡିଜେ-୩ କୋର୍ଟରେ ଚାଲିଥିଲା । ବିଚାର ବେଳେ ୫ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଉପଯୁକ୍ତ ସାକ୍ଷ୍ୟପ୍ରମାଣକୁ ଭିତ୍ତି କରି ବିଚାରପତି ବିବଶ୍ବତ ଗୌତମ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ପବ୍ଲିକ ପ୍ରସିକ୍ୟୁଟର ତ୍ରିଲୋଚନ ପରିଡ଼ାଙ୍କ ତତ୍ତ୍ୱାବଧାନରେ ଏପିପି ବିକ୍ରମ କୁଣ୍ଡ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ପ୍ରବଳ ବର୍ଷା: ଭୁଶୁଡ଼ିଲା ଘର କାନ୍ଥ

ରିଷିଡ଼ା,୧୯ା୯ (ସୁଶାନ୍ତ ମଲ୍ଲିକ): ପ୍ରବଳ ବର୍ଷା ଯୋଗୁ ମାଟିକାନ୍ଥ ଭୁଶୁଡିପଡ଼ିଲା। ଫଳରେ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା...

ଗାଁ ମୁହାଁ ଭାଲୁ, ଲୋକେ ଭୟଭିତ

କୋକସରା,୧୯।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କନ୍ଦାବୁଟ୍ରା ପଞ୍ଚାୟତ ଘୁର୍ଲୁଗୁଡା ନିକଟ ଚାଷଜମିକୁ ଲାଗି ରହିଥିବା ପଡ଼ିଆରେ ଏକ ଭାଲୁ ଖାଦ୍ୟ ଅନ୍ବେଷଣରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri