ଭୁବନେଶ୍ୱର,୧୬।୩(ବ୍ୟୁରୋ): ବିଜୁ ଜନତା ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଠମଲ୍ଲିକ ଏନଏସ୍ସିର ନିହାର ହୋତା ଓ ସନ୍ତୋଷ ହୋତାଙ୍କୁ ଦଳରୁ ନିଲମ୍ବନ କରିଛନ୍ତି । ଦଳ ବିରୋଧୀ କାର୍ଯ୍ୟ ପାଇଁ ଉଭୟଙ୍କୁ ନିଲମ୍ବନ କରାଯାଇଥିବା ଜଣାପଡ଼ିଛି। ଏ ନେଇ ଦଳ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।
ସୂଚନାଯୋଗ୍ୟ, ଏହି ଦୁହିଁଙ୍କ ନାଁରେ ଦଳ ବିରୋଧୀ କାର୍ଯ୍ୟ ନେଇ ଅଭିଯୋଗ ଆସିଥିଲା । ପରେ ଦଳ ପକ୍ଷରୁ ଖୋଲତାଡ଼ ଆରମ୍ଭ ହୋଇଥିଲା । ଶେଷରେ ବୁଧବାର ସୁପ୍ରିମୋ ଉଭୟଙ୍କୁ ଦଳରୁ ନିଲମ୍ବନ କରିଛନ୍ତି । ଏହି ଆଦେଶକୁ ତୁରନ୍ତ ଲାଗୁ କରିବା ନେଇ ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।