Advertisement

ବାଇକରୁ ଖସି ପଡ଼ି ମହିଳାଙ୍କ ମୃତ୍ୟୁ

ଜୁନାଗଡ଼,୧୦।୧୧(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ନିକଟରେ ବାଇକରୁ ପଡି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାମ ଅଦିତି ପଣ୍ଡା (୫୩)। ତାଙ୍କ ଘର ପିଲିକିଆ ଗ୍ରାମରେ ବୋଲି ଜଣାପଡିଛି। ଶନିବାର ପୂର୍ବାହ୍ନରେ ସ୍ବାମୀ ସୁଶାନ୍ତ ପଣ୍ଡାଙ୍କ ସହ ବାଇକରେ ଭବାନୀପାଟଣା ଅଭିମୁଖେ ଯାଉଥିବାବେଳେ ଚଞ୍ଚରାବାଡି ନିକଟ ୨୬ ନଂ ଜାତୀୟ ରାଜପଥ ଉପରେ ଭାରସାମ୍ୟ ହରାଇ ପଡିଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ବ୍ୟବଚ୍ଛେଦ ପରେ ପୋଲିସ ମୃତଦେହକୁ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share
Tags: odisha