ବସ୍‌ ପୋଡ଼ିରେ ମହିଳା ମୃତ ଘଟଣା: ୮ ଦିନ ହେଲାଣି ମୃତଦେହ ଫେରିନାହିଁ

ମାର୍ଶାଘାଇ,୧୮ା୧୧ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କୋଲ୍‌କାତାରୁ ପାରାଦୀପ ଆସୁଥିବା ଏକ ଘରୋଇ ଯାତ୍ରୀବାହୀ ବସ୍‌ରେ ଗତ ୧୦ ତାରିଖ ରାତିରେ ନିଆଁ ଲାଗି କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅଞ୍ଚଳର ଜନୈକା ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଥିଲା। ମାର୍ଶାଘାଇ ଥାନା ଅଙ୍ଗୁଳାଇ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମର ରାଜେନ୍ଦ୍ର ଦାସଙ୍କ ପତ୍ନୀ ପୁଷ୍ପାଞ୍ଜଳି (୩୫) ଦୀପାବଳି ଉପଲକ୍ଷେ ନିଜ ଗ୍ରାମକୁ ଆସୁଥିବା ବେଳେ ଖଡ଼ଗପୁର ନିକଟରେ ବସ୍‌ରେ ନିଆଁ ଲାଗିଯିବା ପରେ ସେ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ। ଖଡ଼ଗପୁର ଡାକ୍ତରଖାନାରେ ତାଙ୍କ ମୃତଦେହ ସଂରକ୍ଷିତ ହୋଇ ରହିଥିବା ବେଳେ ଚିହ୍ନଟ ପାଇଁ ଡିଏନ୍‌ଏ ଟେଷ୍ଟର ଆବଶ୍ୟକତା ଥିବାରୁ ସେଠାକାର ପ୍ରଶାସନିକ ଉଦାସୀନତା କାରଣରୁ ଏହା ବିଳମ୍ବ ହେଉଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଫଳରେ ଆଜକୁ ୮ ଦିନ ହେବ ମୃତଦେହ ଗଁାକୁ ଆସି ପାରିଲାନାହିଁ। ପରିବାର ଲୋକେ ହିନ୍ଦୁଧର୍ମ ରୀତିନୀତି ଅନୁଯାୟୀ ତାଙ୍କର କ୍ରିୟାକର୍ମ କରୁଛନ୍ତି। ଆହୁରି ମଧ୍ୟ କେନ୍ଦ୍ରାପଡ଼ା ଜିଲା ପ୍ରଶାସନକୁ ପରିବାର ଲୋକ ଏ ସମ୍ପର୍କରେ ଜଣାଇଥିଲେ ମଧ୍ୟ ପ୍ରଶାସନ ଖାଲି ଆଶ୍ୱାସନା ଦେଉଥିବା ସମ୍ପର୍କୀୟ ପ୍ରକାଶ କରିଛନ୍ତି। ଉଭୟ ଜିଲା ପ୍ରଶାସନ ମଧ୍ୟରେ ସମନ୍ବୟ ରହିଥିଲେ ହୁଏତ ମୃତଦେହ ଗାଁକୁ ଆସି ସଂସ୍କାର ହୋଇପାରିଥାନ୍ତା ବୋଲି ଗଁା ଲୋକେ କହିଛନ୍ତି। ସର୍ବଶେଷ ଖବର ଅନୁଯାୟୀ, ଶୁକ୍ରବାର ମୃତା ମହିଳାଙ୍କ ଭାଇ ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ରାଜଗଡ଼ ପଞ୍ଚାୟତର ନଛିପଡ଼ା ଗ୍ରାମର ବିକାଶ କୁମାର ଦାସଙ୍କ ରକ୍ତ ନମୁନା କୋଲ୍‌କାତାସ୍ଥିତ ଫରେନ୍‌ସିକ ସାଇନ୍ସ ଲାବରେଟୋରି ପକ୍ଷରୁ ସଂଗ୍ରହ କରାଯାଇଛି। ଶନିବାର ଓ ରବିବାର ଛୁଟି ଥିବାରୁ ସୋମବାର ଯଦି ରିପୋର୍ଟ ଆସେ ତେବେ ମହିଳାଙ୍କ ଏକାଦଶାହ କାର୍ଯ୍ୟ ସରିଯାଇଥିବ। ତେଣୁ ତାଙ୍କ ମୃତଦେହ ଗ୍ରାମକୁ ଆସିବା ସମ୍ଭାବନା କ୍ଷୀଣ ବୋଲି ନିକଟ ପଡ଼ୋଶୀଙ୍କ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଳନ୍ଦୀ-ନାଳିଆ ନଦୀରେ ବନ୍ୟା, ୬ ହଜାର ଲୋକ ପାଣିଘେରରେ

ତିହିଡ଼ି,୨୭ା୧୦(ସଞ୍ଜିତ ବଳ): ବାତ୍ୟା ଦାନା ପରେ ସାଳନ୍ଦୀ ଓ ନାଳିଆ ନଦୀରେ ବନ୍ୟା ଆସିଛି। ଯାହାଫଳରେ ଭଦ୍ରକ ଜିଲା ତିହଡ଼ି ବ୍ଲକ ଅଧୀନ ବିଲଣା ଓ...

ମଦ ପିଇବା ପାଇଁ ସ୍ତ୍ରୀଙ୍କୁ ଟଙ୍କା ମାଗିଲେ ସ୍ବାମୀ, ନ ଦେବାରୁ ନେଲେ ଏମିତି ପଦକ୍ଷେପ…

ତୁମୁଡ଼ିବନ୍ଧ,୨୭ା୧୦(ଦୀପକ କୁମାର ପରାସେଠ): ନୃଶଂସ ସ୍ବାମୀଙ୍କର ଅମାନୁଷିକ କାଣ୍ଡ। ମଦ୍ୟପାନ ପାଇଁ ସ୍ବାମୀ ଟଙ୍କା ମାଗିବା ପରେ ସ୍ତ୍ରୀ ଟଙ୍କା ନ ଦେବାରୁ ଛୁରିରେ ସ୍ତ୍ରୀଙ୍କ...

ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ୫ ବର୍ଷୀୟା ଝିଅଙ୍କ ମୃତ୍ୟୁ ଅଭିଯୋଗ

ଝରିଗାଁ,୨୭।୧୦(କିଶୋର ଚନ୍ଦ୍ର ମଣ୍ତଳ)ନବରଙ୍ଗପୁରରୁ ଭୁବନେଶ୍ୱର ଯାଇ କାମ କରୁଥିବା ଏକ ଦମ୍ପତିଙ୍କ ୫ ବର୍ଷୀୟା ଝିଅ ଶୁକ୍ରବାର ଏକ ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ପ୍ରାଣ...

ବିଜେଡି ବିଧାୟକଙ୍କୁ ଅଣଦେଖା: ଗଣେଶ୍ୱର

କେନ୍ଦ୍ରାପଡ଼ା,୨୭ା୧୦(ଜଗନ୍ନାଥ ଧଳ)ବାତ୍ୟା ‘ଦାନା’ ପ୍ରଭାବରେ କ୍ଷୟକ୍ଷତିର ଆକଳନ ଚାଲିଛି। ଏହି ସମୟରେ ଶାସକ ଓ ବିରୋଧୀ ଦଳର କଳି ଆରମ୍ଭ ହୋଇଛି। ବାତ୍ୟା ପରିଚାଳନାରେ ଶାସକ...

୧୦୮ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମାନବିକତା: ବାତ୍ୟାବେଳେ ଅସୁସ୍ଥ ମହିଳାଙ୍କୁ ବୋହି ଆମ୍ବୁଲାନ୍ସ ଯାଏ ଆଣିଲେ

ରାଜନଗର,୨୭ା୧୦(ଭାସ୍କର ରାଉତରାୟ): ବାତ୍ୟା ‘ଦାନା’ ତାଣ୍ଡବ ଆରମ୍ଭ ହେବା ପୂର୍ବରୁ ରାଜନଗରରେ ବର୍ଷା ଆରମ୍ଭ ହୋଇଯାଇଥିଲା। ଏହି ସମୟରେ ରାଜନଗର ବ୍ଲକ ଡେରା ପଞ୍ଚାୟତ କାଠୁଆଗଣ୍ଡ...

ବନ୍ୟା ସ୍ଥିତି: ୧୦ ଗାଁ ବିଚ୍ଛିନ୍ନ

ବାଲେଶ୍ୱର(ବାଞ୍ଛାନିଧି ଦେ)/ ନୀଳଗିରି(ପ୍ରଶାନ୍ତ ବିଶ୍ୱାଳ), ୨୭।୧୦: ବାତ୍ୟା ‘ଦାନା’ ପ୍ରଭାବରେ ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଛି ବନ୍ୟା ପରିସ୍ଥିତି। ଉପରମୁଣ୍ଡରେ ହୋଇଥିବା...

ପୁରୀରେ ହବିଷ୍ୟାଳିଙ୍କ ମୃତ୍ୟୁ: ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର ଲୋକେ

ପୁରୀ ୨୬ା୧୦(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷ୍ୟାଳିଙ୍କ ପାଇଁ ପୁରୀରେ ହବିଷ୍ୟାଳି କେନ୍ଦ୍ର କରାଯାଇଛି। ୪ଟି କେନ୍ଦ୍ରରେ ହବିଷ୍ୟାଳିମାନଙ୍କ ରହିବା ନିମନ୍ତେ ପ୍ରଶାସନ...

ମଣ୍ଡି ବୁଲି ସ୍ଥିତି ଦେଖିଲେ ଜିଲାପାଳ

ଅତାବିରା,୨୬ା୧୦(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ଧାନ ଅମଳ ଆରମ୍ଭ ହୋଇଛି। ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ ବୈଠକ ପରେ ଜିଲାରେ ମଣ୍ଡିଗୁଡ଼ିକରେ ଧାନ ସଂଗ୍ରହ କରାଯିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri