ବଜ୍ରପାତ ନେଲା ମହିଳାଙ୍କ ଜୀବନ

ମହାକାଳପଡ଼ା,୨୩ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା ସୁନୀତି ପଞ୍ଚାୟତ ଗୋଚ୍ଛାୟତପଡ଼ାରେ ରବିବାର ବଜ୍ରପାତ ଘଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅଞ୍ଜନା ମଣ୍ଡଳ(୪୦)। ସେ ଘର ପାଖରେ କାମ କରୁଥିବା ବେଳେ ହଠାତ ପବନ, ବର୍ଷା ହୋଇ ଘଡଘଡି ସହ ବଜ୍ରପାତ ଘଟିଥିଲା। ଫଳରେ ଅଞ୍ଜନା ଗୁରୁତର ହୋଇ ପଡିଥିଲେ।

ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରି ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବର୍ଷା ଯୋଗୁ ଗଁା ରାସ୍ତା କାଦୁଅ ହୋଇଥିବାରୁ ତାଙ୍କୁ ଭାରରେ ଗାଡ଼ି ପାଖ ଯାଏ ଲୋକେ ବୋହି ଆଣିଥିଲେ।

ଖବରପାଇ ଜିଲା ପରିଷଦ ସଭ୍ୟ ଅପୁ ପରିଡ଼ା, ମନୋଜ ପାତ୍ର, ଗଗନ ପ୍ରଧାନ, ବିମଳ ଗନ୍ତାୟତ, ଗୋବିନ୍ଦ ଦାସ, ରାଜୁ ଭୂୟଁା ପ୍ରମୁଖ ପରିବାର ଲୋକଙ୍କ ପାଖରେ ପହଞ୍ଚି ଦୁଃଖ ପ୍ରକାଶ କରିଥିଲେ।

ଅନ୍ୟପକ୍ଷେ ସରକାରୀ ସହାୟତା ପ୍ରଦାନ ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ମହାକାଳପଡ଼ା ତହସିଲଦାର ଶିବ ମଲିକଙ୍କୁ ପଚାରିବାରେ ତଦନ୍ତ ପରେ ଆଇନ ଅନୁସାରେ ସରକାରୀ ସହାୟତା ପ୍ରଦାନ ପାଇଁ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri