ରାସ୍ତାକଡ଼ରେ ମହିଳାଙ୍କ ପ୍ରସବ

ଚନ୍ଦାହାଣ୍ଡି, ୪ା୭(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକରେ ପୁଣି ଜନନୀ ଯନ୍ତ୍ରଣା। ଖରାପ ରାସ୍ତା ଯୋଗୁ ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ। ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଚାଲିକି ଯିବାବେଳେ ଗର୍ଭବତୀ ଜଣଙ୍କ ରାସ୍ତାକଡ଼ରେ ପ୍ରସବ କରିଛନ୍ତି। ଏହା ହେଉଛି ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ପାଟଖଲିଆ ପଞ୍ଚାୟତ ଅଧୀନ ଗୋରଝରିଆ ଗ୍ରାମର ଘଟଣା।
ଗୋରଝରିଆ ଗ୍ରାମର ଯୁଗେଶ୍ବର ଗୌଡ଼ଙ୍କ ସ୍ତ୍ରୀ ରମୁଲାଙ୍କ ପ୍ରସବ ବେଦନା ହେବାରୁ ପରିବାର ଲୋକେ ଆମ୍ବୁଲାନ୍ସ ଡକାଇଥିଲେ। ତେବେ ଗୋରଝରିଆ ରାସ୍ତା କାଦୁଅ ପଚପଚ ଥିବାରୁ ଗାଁକୁ ଆମ୍ବୁଲାନ୍ସ ଯାଇ ନ ଥିଲା। ପରିବାର ଲୋକେ ବାଧ୍ୟ ହୋଇ ରମୁଲାଙ୍କୁ ଚଲାଇ ଚଲାଇ କାଦୁଅ ରାସ୍ତା ପାର କରାଉଥିବାବେଳେ ସେ ରାସ୍ତା କଡ଼ରେ ହିଁ ସନ୍ତାନ ଜନ୍ମ ଦେଇଥିଲେ। ଉକ୍ତ ଖବରପାଇ ପାଟଖଲିଆ ସମିତି ସଭ୍ୟ ତୁରନ୍ତ ନିଜ ଗାଡି ପଠାଇ ମା ଓ ଶିଶୁକୁ ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ଏହି ଘଟଣା ପାଟଖଲିଆ ପଞ୍ଚାୟତ ପାଇଁ ନୂଆ ନୁହେଁ। ଏଥିପୂର୍ବରୁ ମଧ୍ୟ ଏପରି ଘଟଣା ଘଟିଛି। ପ୍ରଶାସନ, ସ୍ଥାନୀୟ ବିଧାୟକ, ଏମ୍‌ପି ରାସ୍ତା ନିର୍ମାଣ ପାଇଁ ଉଦ୍ୟମ କରୁନଥିବା ପାଟଖଲିଆ ସମିତିସଭ୍ୟା ନିରୁପମା ଧୁରୁଆ ଏବଂ ପିସିସି ସମ୍ପାଦକ କ୍ଷେମରାଜ ବାଘ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

ନବରଙ୍ଗପୁରରେ ବାଘ ଛେଳି ଛକାପଞ୍ଝା: ମନୋହର ରନ୍ଧାରିଙ୍କୁ ଗଣଣଶିକ୍ଷା ମନ୍ତ୍ରୀ କହିଲେ…

ନବରଙ୍ଗପୁର,୧୫।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାସ୍ତରୀୟ ଲୋକ ମହୋତ୍ସବ ମଣ୍ଡେଇ -୨୦୨୫ ରବିବାର ଉଦ୍‌ଯାପିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତିରାଜ, ପାନୀୟଜଳ ଓ ଗ୍ରାମ୍ୟ...

ଚନ୍ଦାହାଣ୍ଡି ଧରିତ୍ରୀ ଖବରଦାତା ଦିଲୀପ ଦାସଙ୍କ ପରଲୋକ

ନବରଙ୍ଗପୁର,୧୧।୧୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ୍‌ ଧରିତ୍ରୀ ଖବରଦାତା ଦିଲୀପ ଦାସ (୫୪)ଙ୍କ ବୁଧବାର ସକାଳ ୯ଟାରେ ପରଲୋକ ଘଟିଛି। ସେ ୨୦୦୯ରୁ ଧରିତ୍ରୀ ଖବରଦାତାଭାବେ...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଅନ୍ତେବାସୀ ଛାତ୍ର ଗୁରୁତର ଘଟଣା: ରାତିଅଧରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ନିଲମ୍ବିତ, ରୋଷେୟା ବହିଷ୍କୃତ

ନବରଙ୍ଗପୁର,୨୯।୧୧(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ୍‌ କୋକଡ଼ି ସେମଲା ଆଶ୍ରମ ବିଦ୍ୟାଳୟ ହଷ୍ଟେଲ ରୋଷେଇଘରେ ଗତ ୨୦ ତାରିଖରେ ପ୍ରେସରକୁକର ଫାଟି ସପ୍ତମ ଶ୍ରେଣୀ ଛାତ୍ର...

ପାଚେରି ଡେଇଁ ଗୁରୁତର ଛାତ୍ରଙ୍କୁ ଉଦ୍ଧାରକଲେ ପ୍ରଦୀପ ମାଝୀ: ଚିକିତ୍ସା ନ କରାଇ ୯ଦିନ ପର୍ଯ୍ୟନ୍ତ ହଷ୍ଟେଲରେ ତାଲା ପକାଇ ରଖିଥିଲେ

ନବରଙ୍ଗପୁର,୨୯।୧୧(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ୍‌ କୋକଡ଼ି ସେମଲା ଆଶ୍ରମ ବିଦ୍ୟାଳୟ ହଷ୍ଟେଲ ରୋଷେଇଘରେ ଗତ ୨୦ ତାରିଖରେ ପ୍ରେସରକୁକର ଫାଟି ସପ୍ତମ ଶ୍ରେଣୀ ଛାତ୍ର...

ଅନ୍ୟ ଜାତିରେ ବିବାହ କରିଥିଲେ ବାପା, ପୁଅର ମୃତଦେହ ଛୁଇଁଲେନି ସମାଜ ଲୋକେ

ଚନ୍ଦାହାଣ୍ଡି/ନବରଙ୍ଗପୁର,୨୯।୧୧(ଦିଲ୍ଲୀପ ଦାସ/ସଦଶିବ ପ୍ରହରାଜ): ଯେତେ ସଚେତନକଲେ ମଧ୍ୟ ଲୋକଙ୍କ ଭିତରେ ଏବେ ମଧ୍ୟ ଅନ୍ଧବିଶ୍ୱାସ, ଜାତିପ୍ରଥା ଭରି ରହିଛି। ଏହାର ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି...

ବ୍ୟବସାୟୀଙ୍କ ଘରେ ସଶସ୍ତ୍ର ଡକାୟତି, ସ୍ତ୍ରୀଙ୍କୁ ଛୁରିରେ ଆକ୍ରମଣ କରି ଦୁର୍ବୃତ୍ତ ଲୁଟିନେଲେ…

ଝରିଗାଁ,୨୭ା୧୧(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ଅଞ୍ଚଳରେ ଦିନକୁ ଦିନ ଚୋରି ଡକାୟତି ବଢୁଥିବା ବେଳେ ଦୁର୍ବୃତ୍ତମାନେ କଳାକନା ବୁଲାଇ ନିର୍ଭୟରେ ବୁଲୁଛନ୍ତି। ଯାହାଫଳରେ ଅଞ୍ଚଳରେ ରହୁଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri