ମଦ ପିଆଇ ଗୁପ୍ତାଙ୍ଗ କାଟିଥିଲେ ମହିଳା: ୭ ବର୍ଷ ଜେଲ

କେନ୍ଦୁଝର,୯ା୯(ସ୍ବ.ପ୍ର.): ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗ କାଟିଦେବା ଅଭିଯୋଗରେ ଶୁକ୍ରବାର ସ୍ଥାନୀୟ ସିଜେଏମ୍‌ ରଞ୍ଜୁଲତା ଲେଙ୍କା ଅଭିଯୁକ୍ତ ମହିଳା କମଳା ପାତ୍ରଙ୍କୁ ଦୋଷୀ ସାବ୍ୟସ୍ତ କରି ୭ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏପରିକି ୨୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଆଉ ୬ ମାସ ଜେଲ ଦଣ୍ଡ ଭୋଗିବାକୁ କୋର୍ଟ କହିଛନ୍ତି।
ସୂଚନାଯୋଗ୍ୟ, ୨୦୧୮ ନଭେମ୍ବର ୭ରେ ହରିଚନ୍ଦନପୁର ଥାନା ଅଧୀନ ନୂଆଗାଁର କମଳା ପାତ୍ର ପଣ୍ଡାପଡ଼ା ଥାନା ଅନ୍ତର୍ଗତ ଝାରବେଡ଼ା ଗ୍ରାମର ରାଜେନ୍ଦ୍ର ନାୟକଙ୍କୁ ସନ୍ଧ୍ୟାରେ ଘରକୁ ଡାକିଥିଲେ। ତାଙ୍କୁ ଅତ୍ୟଧିକ ମଦ ପିଆଇ ପରେ ଏକ ଧାରୁଆ ଅସ୍ତ୍ରରେ ଗୁପ୍ତାଙ୍ଗ କାଟିଦେଇଥିଲେ। ରାଜେନ୍ଦ୍ରଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ହରିଚନ୍ଦନପୁର ଡାକ୍ତରଖାନା ଓ ପରେ କଟକ ବଡ଼ ଡାକ୍ତରଖାନାକୁ ପଠାଯାଇଥିଲା। ଏନେଇ ରାଜେନ୍ଦ୍ରଙ୍କ ବାପା ଅଭିମନ୍ୟୁ ୮ ତାରିଖରେ ହରିଚନ୍ଦନପୁର ଥାନାରେ ଅଭିଯୋଗ କରିଥିଲେ। ପୋଲିସ କମଳାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ୧୭ଜଣ ସାଖୀ ଓ ପୋଲିସର ବୟାନକୁ ଭିତ୍ତିକରି କୋର୍ଟ ଉପରୋକ୍ତ ଦଣ୍ଡାଦେଶ ଦେଇଛନ୍ତି। ପୀଡ଼ିତଙ୍କ ପକ୍ଷରୁ ସରକାରୀ ଆଇନଜୀବୀ ଅଶୋକ ଦାସ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅହରହ ଜଳୁଛି ଷ୍ଟ୍ରିଟ୍‌ଲାଇଟ୍‌, ପଚାରିଲେ ବିଦ୍ୟୁତ୍‌ କର୍ମଚାରୀ କହୁଛନ୍ତି…

ନିରାକାରପୁର,୨୩ା୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଦୁର୍ଘଟଣା ରୋକାଯିବା ସହିତ ଦୂର ସ୍ଥାନକୁ କିଭଳି ଶୀଘ୍ର ତଥା ସୁବିଧାରେ ଯାତାୟାତ କରିପାରିବେ ସେଥିପାଇଁ ରାଜରାସ୍ତାର ଅନେକ ସ୍ଥାନରେ...

ଚନ୍ଦକା ଗଲା ଛୁଆହାତୀ, ଭାବବିହ୍ବଳ ହେଲେ ବନ କର୍ମଚାରୀ

କେନ୍ଦୁଝର,୨୩ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ମେଗାନର୍ସରୀରେ ରଖାଯାଇଥିବା ୩ମାସର ଛୁଆହାତୀକୁ ବନ ବିଭାଗର ‘ରକ୍ଷକ’ ଯାନରେ ଶନିବାର ଚନ୍ଦକା ସ୍ଥାନାନ୍ତର...

କୋଠରିରେ ତାଲା ପକାଇ ସ୍ବାମୀଙ୍କୁ ରଖିଥିଲେ ସ୍ତ୍ରୀ: ଆଠ ଦିନପରେ ହେଲେ ଉଦ୍ଧାର

ମୋହନା,୨୩ା୧୧(ମନ୍ନମଥ ମିଶ୍ର): ସ୍ବାମୀଙ୍କୁ ୮ ଦିନ ଏକ କୋଠରିରେ ତାଲା ପକାଇ ରଖିଥିଲେ ସ୍ତ୍ରୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା...

ଗାଁ ରାସ୍ତାରେ ବାଘ ପାଦ ଚିହ୍ନ: ଭୟଭୀତ ଗ୍ରାମବାସୀ

ମୋହନା,୨୩ା୧୧(ମନ୍ମଥ ମିଶ୍ର): ପୁଣି ବାଘ ଆତଙ୍କ। ଘାଟି ନିକଟ ଗାଁ ରାସ୍ତାରେ ବାଘ ପାଦ ଚିହ୍ନ ଦେଖି ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ଗଜପତି ଜିଲା ମୋହନା...

ଆସିଲା ଜିପିଆର-ଜିପିଏସ୍‌ ସର୍ଭେ ରିପୋର୍ଟ: ଏଥିରେ ରହିଛି…

ପୁରୀ,୨୩ା୧୧: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏଏସ୍‌ଆଇ ପକ୍ଷରୁ କରାଯାଇଥିବା ଜିପିଆର୍‌-ଜିପିଏସ୍‌ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ...

ପଦାକୁ ଆସିଲା ନବଜାତ ଶିଶୁକନ୍ୟା ବିକ୍ରି: ଜେଲ ଗଲେ ୩ ଅଭିଯୁକ୍ତ

ଲାଠୋର,୨୩ା୧୧(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଁଝର ଅଞ୍ଚଳର ଏକ ନବଜାତ ଶିଶୁକନ୍ୟା ବିକ୍ରି ହେବା ନେଇ ଚର୍ଚ୍ଚା ହୋଇଥିଲା । ଏହି ଘଟଣାରେ...

ଆଇଜି ପାର୍କକୁ ଆସିଲେ ୨ ଚିତା ବାଘ

ରାଉରକେଲା,୨୩।୧୧(ବିପ୍ଳବ ରଞ୍ଜନ ଦାସ): ଆର୍‌ଏସ୍‌ପିର ଇନ୍ଦିରା ଗାନ୍ଧୀ ପାର୍କ ପ୍ରାଣୀ ଉଦ୍ୟାନକୁ ଗୋଟିଏ ଅଣ୍ଡିରା ଓ ଗୋଟିଏ ମାଈ ଚିତାବାଘ ଆସିଛନ୍ତି। ଗତ ୨୧ତାରିଖରେ କେନ୍ଦ୍ରୀୟ...

ଗଞ୍ଜେଇ ସହ କାର୍‌ ଜବତ: ୨ ଗିରଫ

ବାଲିଗୁଡ଼ା,୨୩ା୧୧(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଅବକାରୀ ବିଭାଗ ଗଞ୍ଜେଇ ଚୋରାଚାଲାଣ ବେଳେ ଚଢାଉ କରି କାର୍‌ ସହ ଦୁଇଜଣଙ୍କୁ ଗିରଫ କୋର୍ଟଚାଲାଣ କରିଛି। ସୂଚନାନୁଯାୟୀ,...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri