ବାଇକ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ଼ ମୁଖ୍ୟ ରାସ୍ତାରେ ବାଇକ ଧକ୍କାରେ ଜଣେ ମହିଳା ମୃତ୍ୟୁବରଣ କରିଛନ୍ତି। ସେ ହେଲେ କୁଲାଡର ସୁଷମା ପାଣ୍ଡ (୫୪) । ପୋଲିସ ମରଶରୀରକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲ ପଠାଇ ଦେଇଛି। ଧକ୍କା ଲଗାଇଥିବା ବାଇକ ଚାଳକ ଜଣକ ଘଟଣା ପରେ ଫେରାର ହୋଇଯାଇଛନ୍ତି।

ଘଟଣାରୁ ପ୍ରକାଶ ଯେ, ସୁଷମା ଗତକାଲି ରାତିରେ ମୁଖ୍ୟ ରାସ୍ତା ଦେଇ ଘରକୁ ଯାଉଥିଲେ। ଏହି ସମୟରେ ଭଞ୍ଜନଗରରୁ କୋଟିବିରାଡ଼ି ଅଭିମୁଖେ ଯାଉଥିବା ଜଣେ ବାଇକ ଚାଳକ ସୁଷମାଙ୍କୁ ଧକ୍କା ଲଗାଇଥିଲେ। ଫଳରେ ସୁଷମା ଗୁରୁତର ଭାବେ ଆହତ ହୋଇଥିଲେ। ଏହାପରେ ସଂପୃକ୍ତ ଅଞ୍ଚଳବାସୀ ସୁଷମାକୁ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ ଆଣିଥିଲେ। ଆଜି ପ୍ରତ୍ୟୁଷରେ ସୁଷମା ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରାପାତରେ ଯୁବକ ଗୁରୁତର

ଦିଗପହଣ୍ଡି,୨୮ା୪(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ୍‌ ଛଣମେରି ପଞ୍ଚାୟତ ପେଣ୍ଡୁରାଖାଳି ଗ୍ରାମରେ ସୋମବାର ଅପରାହ୍ନରେ ବଜ୍ରାପାତରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ...

ବଡ଼ ବୟାନ ଦେଲେ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ, ଖୁବଶୀଘ୍ର ଭାରତ କରିବ ଆକ୍ରମଣ

ନୂଆଦିଲ୍ଲୀ,୨୮।୪: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ସୋମବାର କହିଛନ୍ତି ଯେ ଗତ ସପ୍ତାହରେ କାଶ୍ମୀରରେ ପର୍ଯ୍ୟଟକମାନଙ୍କ ଉପରେ ହୋଇଥିବା ଏକ ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ ପଡ଼ୋଶୀ...

ମା’ ବଡରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଝାଲିଆଗୋଛାକୁ ହରାଇ ଛେଦାଭୂମୀ ଚାମ୍ପିୟନ

ଭଞ୍ଜନଗର,୨୮।୪ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବ୍ରାହ୍ମଣପଦର ପଞ୍ଚାୟତ ଝାଲିଆଗୋଛା ଠାରେ ଚାଲିଥିବା ମା’ ବଡରାଉଳ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ ଫାଇନାଲ ମ୍ୟାଚ ସୋମବାର...

ଅଶ୍ୱିନଙ୍କୁ ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ,୨୮ା୪: ଅବସରପ୍ରାପ୍ତ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ସୋମବାର ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି। ପୂର୍ବତନ ଭାରତୀୟ କ୍ରିକେଟର ଏହି ସମ୍ମାନଜନକ ପୁରସ୍କାର ରାଷ୍ଟ୍ରପତି ଦ୍ରୌପଦୀ...

ରାଜା ଚକ୍ର ମାମଲା: କ୍ରାଇମ ବ୍ରାଞ୍ଚର ତଦନ୍ତ ଜୋରଦାର

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): ବହୁଚର୍ଚ୍ଚିତ ଗନ୍ଧମାର୍ଦ୍ଧନ ଲୋଡିଂ ଏଜେନ୍ସିରେ ଆର୍ଥିକ ଅନିୟମିତା ମାମଲାରେ ତଦନ୍ତକୁ ଜୋରଦାର କରିଛି କ୍ରାଇମ ବ୍ରାଞ୍ଚ। ଏହି ମାମଲା ଖୁବ ଶୀଘ୍ର ଚାର୍ଜ...

ଗଛକଟାକୁ ନେଇ ଉତ୍ତେଜନା

ବୈଶିଙ୍ଗା,୨୮ା୪(ରତନ ଦାଶ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ବନପାଳ କ୍ଷେତ୍ର ଅନ୍ତର୍ଗତ ରଙ୍ଗାମାଟିଆ ସଂରକ୍ଷିତ ଜଙ୍ଗଲରେ ଗତ ୧୯ ତାରିଖରେ କାଳବୈଶାଖୀ ପ୍ରଭାବରେ ଉପୁଡ଼ି ପଡ଼ିଥିବା ଗଛକୁ...

ବହୁଚର୍ଚ୍ଚିତ ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲା, ତଦନ୍ତକୁ ଜୋରଦାର କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): କ୍ରାଇମବ୍ରାଞ୍ଚ ADG ବିନୟତୋଷ ମିଶ୍ର କହିଛନ୍ତି, “ଲୋକଙ୍କ ମନରେ ଉଠୁଥିବା ପ୍ରଶ୍ନର ଉତ୍ତର ଖୋଜିବା ପାଇଁ ଆମେ ସମସ୍ତ ଦିଗକୁ ଯାଞ୍ଚ କରୁଛୁ।...

ଦେଶର ଆଇନ ସୁରକ୍ଷାରେ ଓକିଲଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଟିଟିଲାଗଡ଼,୨୮ା୪(ଶରତ ମିଶ୍ର/ତୀର୍ଥଙ୍କର ପଟେଲ): ସୋମବାର ଟିଟିଲାଗଡ ଓକିଲ ସଂଘ ପକ୍ଷରୁ ସ୍ଥାନୀୟ କୋର୍ଟ ପରିସରରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ତଥା ଓକିଲ ଦିବସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image