ମହୁଲ ଗୋଟାଇବା ହେଲା କାଳ, ଗଲା ମହିଳାଙ୍କ ଜୀବନ

ଦେବଗଡ଼,୨୯।୩(ଡି.ଏନ୍‌.ଏ.): ଦେବଗଡ ବନଖଣ୍ଡ ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଖଣ୍ଡାଧୁଆଁ ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଦଳିଦେବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପ୍ରମିଳା ପଧାନ(୪୦)। ପ୍ରମିଳା ସକାଳୁ ମହୁଲ ଗୋଟାଇବାକୁ ଯାଇ ହାତୀ ହାବୁଡ଼ରେ ପଡ଼ିଥିଲେ। ହାତୀ ତାଙ୍କୁ ଦଳି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଘଟଣାସ୍ଥଳରେ ବନବିଭାଗ କର୍ମଚାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛି।