ପଥରରେ ଛେଚି ମହିଳାଙ୍କୁ ହତ୍ୟା

ଖଲ୍ଲିକୋଟ,୧୭ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ବଡ଼ ଘାଟିରେ ବୁଧବାର ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ପୋଲିସ ଜବତ କରିଛି। ମହିଳାଙ୍କ ବୟସ ୨୫ରୁ ୩୦ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଥିବା ବେଳେ ତାଙ୍କ ବେକକୁ ଏକ ଧାରୁଆ ଅସ୍ତ୍ରରେ କଟାଯାଇଛି ଓ ମୁଣ୍ଡରେ ପଥର ଛେଚି ବୀଭତ୍ସ ଭାବେ ହତ୍ୟା କରାଯାଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ପ୍ରକାଶ ଯେ, ସକାଳେ ବଡ଼ଘାଟିରୁ ଖଲ୍ଲିକୋଟକୁ ସଂଯୋଗ କରୁଥିବା ରାସ୍ତା କଡ଼ରେ ସମ୍ପୃକ୍ତ ମହିଳାଙ୍କ ମୃତଦେହ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଖବର ପାଇ ଖଲ୍ଲିକୋଟ ଥାନାଧିକାରୀ ଜଗନ୍ନାଥ ମଲ୍ଲିକ, ଏସ୍‌ଆଇ ଦେବାଶିଷ ମିଶ୍ର, ହିମାଂଶୁ ଶେଖର ପାତ୍ର ଓ ଭେଜିପୁଟ ଫାଣ୍ଡି ଅଧିକାରୀ ପି . ସ୍ବରୂପ କିଷାନ ପହଞ୍ଚତ୍ ଘଟଣାର ତଦନ୍ତ କରିଥିଲେ। ପରେ ଛତ୍ରପୁର ଅତିରିକ୍ତ ଏସ୍‌ପି ଠାକୁର ପ୍ରସାଦ ପାତ୍ର, ଏସ୍‌ଡିପିଓ ଗୌତମ କିଷାନ, ରମ୍ଭା ଆଇଆଇସି ଦୀପ୍ତି ରଞ୍ଜନ ବେହେରା, ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ଦ୍ୱାରା ତଦନ୍ତ ଜୋରଦାର କରାଯାଇଛି। ଘଟଣାସ୍ଥଳରୁ ହତ୍ୟାରେ ବ୍ୟବହୃତ ହୋଇଥିବା ଦୁଇଟି ରକ୍ତଲଗା ପଥର ଜବତ କରିବା ସହ ପୋଲିସ ମୃତଦେହକୁ ଜବତ କରି ବ୍ରହ୍ମପୁର ଏଫଏମ୍‌ଟିକୁ ପଠାଇଛି। ଏ ନେଇ ଖଲ୍ଲିକୋଟ ପୋଲିସ ନଂ. ୧୪୨/୨୨ ଅନୁଯାୟୀ ଏକ ହତ୍ୟା ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

ଋଷିକୁଲ୍ୟା ମା’ ରାମଚଣ୍ଡୀ ପୀଠ ହେବ ତୀର୍ଥକ୍ଷେତ୍ର

ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଛତ୍ରପୁର ସଦର ମହକୁମା ନିକଟସ୍ଥ ନୀଳାଦ୍ରିପୁର ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ବିବାସିନୀ ମା’ ରାମଚଣ୍ଡୀଙ୍କ ପୀଠ। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri