ପରିବାର ଛାଡି ଲିଭ୍‌ ଇନ୍‌ରେ ରହୁଥିଲେ ମହିଳା: ହତ୍ୟା କଲା ପ୍ରେମିକ

ବଣାଇଁ,୨୬।୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଗୁରୁଣ୍ଡିଆ ଥାନା କନ୍ୟାଶ୍ରମ ବସ୍ତିରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଛି। ଗୁରୁବାର ପୋଲିସ ମୃତଦେହ ଜବତ କରି ସ୍ଥାନୀୟ ଲୋକଙ୍କ ସହାୟତାରେ ବ୍ୟବଚ୍ଛେଦ ପାଇଁ ବଣାଇଁ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି। ମୃତା ମହିଳା ହେଲେ ଲହୁଣୀପଡ଼ା ଥାନା ଅନ୍ତର୍ଗତ ବେଲକୁଦର ଗ୍ରାମର ଯଶୋମତି ଧୀବର (୪୫)।

ପ୍ରାୟ ୪ ବର୍ଷ ହେବ ସେ ସ୍ବାମୀ ଓ ପରିବାରକୁ ଛାଡି ଗୁରୁଣ୍ଡିଆର ଜଣେ ଟ୍ରାକ୍ଟର ଚାଳକ ମନେସ ଲୁଗୁନ୍‌(୨୯)ଙ୍କ ସହିତ ଲିଲ୍‌ ଇନ୍‌ ରିଲେଶନରେ ରହୁଥିଲେ। ଉଭୟେ କାମ କରିବା ସହିତ କନ୍ୟାଶ୍ରମ ବସ୍ତିରେ ଥିବା ମନେସଙ୍କ ଘରେ ଏକତ୍ର ଥିଲେ। ଗତ ସୋମବାର ରାତିରେ ଉଭୟେ କାମରୁ ଫେରିବା ପରେ ଘରେ ଝଗଡ଼ା ହୋଇଥିଲା। ସେହିଦିନଠାରୁ ଗୁରୁବାର ସୁଦ୍ଧା ଯଶୋମତିଙ୍କୁ କେହି ଦେଖି ନ ଥିଲେ। ହତ୍ୟା କରାଯାଇଛି ବୋଲି କେହି ଜାଣିପାରି ନ ଥିଲେ। ଯଶୋମତିଙ୍କୁ ଦେଖିବାକୁ ନ ପାଇ ଲୋକଙ୍କ ସନ୍ଦେହ ହେବାରୁ ଥାନାରେ ଜଣାଇଥିଲେ। ଗୁରୁଣ୍ଡିଆ ଥାନା ପୋଲିସ ମନେସ ଲୁଗୁନଙ୍କ ଘରକୁ ଯାଇଥିଲା। ଘର ଭିତରେ ଯଶୋମତିଙ୍କ ମୃତଦେହ ପଡ଼ିଥିଲା। ତାଙ୍କ ମୁଣ୍ଡକୁ ଧାରୁଆ ଅସ୍ତ୍ରରେ ହଣାଯାଇଥିବା ଦେଖିବାକୁ ମିଳିଥିଲା। ପୋଲିସ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରି ଲୁଚି ରହିଥିବା ମନେସଙ୍କୁ ସାରେ ଧରି ପଚରାଉଚରା କରୁଛି। ମହିଳାଙ୍କୁ ହତ୍ୟାକରିଥିବା ସେ ସ୍ବୀକାର କରିଛନ୍ତି ବୋଲି ପୋଲିସ ସୂଚନା ଦେଇଛି। ଏହି ସଂକ୍ରାନ୍ତରେ ଗୁରୁଣ୍ଡିଆ ଥାନାରେ ଏକ ହତ୍ୟା ମାମଲା (ନଂ.୪୭/୨୦୨୪) ରୁଜୁ କରି ପୋଲିସ ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷା ଗାଡି ଧକ୍କାରେ ଆହତ ହୋଇଥିବା ଛାତ୍ରୀଙ୍କୁ ସାଇକେଲ ଉପହାର ଦେଲେ ଉପମୁଖ୍ୟମନ୍ତ୍ରୀ

ଗୋପ,୨୬।୯: ବୁଧବାର ଏକ ଦୁର୍ଭାଗ୍ୟଜନକ ଘଟଣାରେ ପୁରୀ ଜିଲାର ଗୋପ ବ୍ଲକ ଅନ୍ତର୍ଗତ ସୋରିସିଆପଡା ଅଞ୍ଚଳରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କର ସୁରକ୍ଷାରେ ଥିବା ପୋଲିସ୍ ଭ୍ୟାନ୍...

ଏଥର ସରୋଗେସି ମାତୃତ୍ୱ କ୍ଷେତ୍ରରେ ମିଳିବ ଛୁଟି: ମହିଳା କର୍ମଚାରୀଙ୍କୁ ୧୮୦ଦିନ, ପୁରୁଷଙ୍କୁ ୧୫ଦିନ

ଭୁବନେଶ୍ୱର,୨୬।୯(ଶର୍ମିଷ୍ଠା ପାଣିଗ୍ରାହୀ): ଏଥର ଉଧାର ମାତୃତ୍ୱ ଅର୍ଥାତ ସରୋଗେସି ପାଇଁ ମିଳିବ ଛୁଟି। ରାଜ୍ୟ ସରକାରଙ୍କ ପକ୍ଷରୁ ଏ ନେଇ ସୂଚନା ପ୍ରଦାନ କରାଯାଇଛି। ଉଧାର...

୪ ମାସର ଶିଶୁପୁତ୍ରଙ୍କୁ କରିଥିଲେ ହତ୍ୟା: ଅଭିଯୁକ୍ତ ବାପାଙ୍କୁ ଆଜୀବନ ଜେଲ

ବାଲେଶ୍ୱର,୨୬।୯(ବାଞ୍ଛାନିଧି ଦେ): ୪ ମାସର ଏକ ଶିଶୁପୁତ୍ର ହତ୍ୟା ମାମଲାର ବିଚାର କରି ଗୁରୁବାର ବାଲେଶ୍ୱର ଓପିଆଇଡି କୋର୍ଟ ବିଚାରପତି ବିଶ୍ୱଜିତ୍‌ ଦାସ ଅଭିଯୁକ୍ତ ବାପାଙ୍କୁ...

ନର୍ସିଂ କର୍ମଚାରୀଙ୍କ ଆନ୍ଦୋଳନ: ହସ୍ପିଟାଲ ଆସି ରୋଗୀ ହଟହଟା

ବରଗଡ଼, ୨୬।୯( ପ୍ରେମାନନ୍ଦ ଖମାରୀ): ୧୦ ଦଫା ଦାବି ନେଇ ନର୍ସିଂ କର୍ମଚାରୀମାନେ ରାଜ୍ୟବ୍ୟାପୀ ଆନ୍ଦୋଳନ କରୁଛନ୍ତି। ବରଗଡ଼ ଜିଲାରେ କାର୍ଯ୍ୟରତ କର୍ମଚାରୀମାନେ ମଧ୍ୟ ଏଥିରେ...

ଖଣି ମାଫିଆଙ୍କ ହାତବାରିସୀ ସାଜିଛି ପୋଲିସ: ଗୁମର ଫିଟାଇଲା ଏଡିଜିଙ୍କ ଚିଠି

କଟକ,୨୬ା୯: ଡ୍ୟୁଟି ଛାଡ଼ି ଅଣ ପୋଲିସ କାର୍ଯ୍ୟରେ ମାତିଛନ୍ତି ଅଧିକାରୀ। ଖଣି ଓ ଶିଳ୍ପାଞ୍ଚଳରେ ପରିବହନ କାର୍ଯ୍ୟରେ ପୋଲିସ କରୁଛନ୍ତି ସହାୟତା। ଏସ୍‌ପି ଓ ଡିସିପିଙ୍କୁ...

ଫୁଲୁଛି ସୁବର୍ଣ୍ଣରେଖା: ପୁଣି ବଡ଼ବନ୍ୟା ଆଶଙ୍କା 

ଭୋଗରାଇ,୨୬l୯(ପ୍ରଦୀପ ଦାସ): ଲଘୁଚାପ ଜନିତ ଲଗାଣ ବର୍ଷାରେ ୩ଦିନ ଧରି ଅବିଶ୍ରାନ୍ତ ବର୍ଷା ଲାଗି ରହିବାରୁ ବାଲେଶ୍ୱର ଜିଲାର ସବୁଠି ଜଳାର୍ଣ୍ଣବ ସହିତ ଜନଜୀବନ ଦୁର୍ବିଷହ...

ମନ୍ଦିର ପରିସରରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଆତ୍ମହତ୍ୟା

ଧରାକୋଟ,୨୬ା୯(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅଧୀନ ରୁଗୁମୁ ପଞ୍ଚାୟତ ଅନ୍ତର୍ଗତ ବେଠୁଆର ଗ୍ରାମର ମା’ଘୋଡ଼ାଦେଈ ଠାକୁରାଣୀଙ୍କ ପୀଠରେ ଜଣେ ଅବସରପ୍ରାପ୍ତ ଶିକ୍ଷକ...

ପମି ଆଣିଲେ ଅଭିଯୋଗ: ଚୋରି କରି ନେଇଛନ୍ତି ମୋ ଗୀତ

ଭୁବନେଶ୍ୱର,୨୬ା୯: ଗୀତ ଚୋରି ଅଭିଯୋଗରେ ସାଇବର ଥାନାର ଦ୍ୱାରସ୍ଥ କଣ୍ଠଶିଳ୍ପୀ ପମି ମିଶ୍ର। ତାଙ୍କର ୧୪ ବର୍ଷ ପୁରୁଣା ଗୀତ ଚୋରି ନେଇ ପ୍ରଯୋଜନା ସଂସ୍ଥା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri