ମହିଳାଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୨୬ା୩(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଚୌଧୁରୀ ଟିକରପଡ଼ା ଗ୍ରାମରେ ୨୦୨୩ ଜାନୁଆରୀ ୮ରେ ଜଣେ ଭିନ୍ନକ୍ଷମ ଯୁବତୀ ବିଷ୍ଣୁପ୍ରିୟା ସାହୁ(୩୮)ଙ୍କୁ ହତ୍ୟା କରାଯାଇଥିଲା।
ଗଞ୍ଜାମ ଜିଲା ଦୌରାଜଜ୍‌ ରୂପଶ୍ରୀ ଚୌଧୁରୀ ଉକ୍ତ ହତ୍ୟା ମାମଲାର ଶୁଣାଣି କରି ମୁଖ୍ୟ ଅଭିଯୁକ୍ତ ଥିବା ଚୌଧୁରୀ ଟିକରପଡ଼ା ଗ୍ରାମର ବିନୋଦ ଅଧିକାରୀଙ୍କ ସ୍ତ୍ରୀ ରୁବିତା(୪୮)ଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୫ ହଜାର ଟଙ୍କା ଜରିମାନା ଦେବାକୁ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ରାୟ ପ୍ରକାଶ ପରେ ରୁବିତା ଅଧିକାରୀଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଉକ୍ତ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ରୁବିତାଙ୍କ ସହଯୋଗୀ ତଥା ତାଙ୍କ ପ୍ରେମିକ ପଦ୍ମନ ସାହୁ(୪୨ )ଙ୍କୁ ପ୍ରମାଣ ଅଭାବରୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। କେ.ନୂଆଗାଁ ପୋଲିସ ମାମଲା ନଂ୬/୨୩ ରେ ଉପରୋକ୍ତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ମାମଲାର ବିଚାରବେଳେ ୧୭ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ସାକ୍ଷୀମାନଙ୍କ ବୟାନକୁ ଆଧାର କରି ଜଜ୍‌ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ପବ୍ଲିକ ପ୍ରସିକ୍ୟୁଟର ତ୍ରିଲୋଚନ ପରିଡ଼ା ମୋକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

OPSC ପରିଚାଳିତ ପରୀକ୍ଷାରେ ପୁଣି ତ୍ରୁଟି ଅଭିଯୋଗ

କଟକ,୩୦ା୩: OPSC ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି ହୋଇଥିବା ଅଭିଯୋଗ ହୋଇଛି। ସାମ୍ବାଦିକତା ଏବଂ ଗଣ ଯୋଗାଯୋଗ ପ୍ରଶ୍ନରେ ତ୍ରୁଟି ଥିବା ଅଭିଯୋଗ କରିଛନ୍ତି...

ବନ୍ଦ ଘରୁ ମିଳିଲା ଯୁବତୀ-ଯୁବକଙ୍କ ମୃତଦେହ

ମୁରିବାହାଲ,୩୦।୩: ବଲାଙ୍ଗୀର ଜିଲା ମୁରିବାହାଲ ଥାନା ସେମିଲପାଲି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଏକ ବନ୍ଦ ଘରୁ ଯୁବତୀ ଏବଂ ଯୁବକଙ୍କ...

ପାଳନ ହେଲା ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ

ପଦ୍ମପୁର,୩୦ା୩(ପ୍ରଦୀପ୍ତ ଦାଶ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ପଦ୍ମପୁରରେ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ ପ୍ରଧାନ ଆଚାର୍ଯ୍ୟ ଚୈତନ୍ୟ ଭୋଇ...

କେନ୍ଦୁଝରର ୧୩ ବ୍ଲକରେ ଆରମ୍ଭ ହେଲା ଅନ୍ତ୍ୟୋଦୟ ଗୃହ ଯୋଜନା

କେନ୍ଦୁଝର,୩୦ା୩: ରବିବାର କଳାହାଣ୍ଡିର ଭବାନୀପାଟଣାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲାର ସମସ୍ତ ୧୩ଟି...

କଲେଜ ଯାଇ ଘରକୁ ଫେରିନାହାନ୍ତି ନାବାଳିକା ଝିଅ, ଅପହରଣକାରୀଙ୍କ ଗିରଫ ଦାବିରେ ଧାରଣା

ଚାନ୍ଦବାଲି,୩୦ା୩(ଅଶୋକ ପଣ୍ଡା): ନାବାଳିକା ଝିଅକୁ ଅପହରଣ ଘଟଣାରକୁ ୧୦ ଦିନ ବିତି ଯାଇଥିଲେ ମଧ୍ୟ ପୋଲିସ ନାବାଳିକାକୁ ଉଦ୍ଧାର କରିବାରେ ବିଫଳ। ଅପହରଣକାରୀଙ୍କୁ ଗିରଫ ଦାବିକରି...

ଖଜୁରୀପଡ଼ାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ

ଖଜୁରୀପଡ଼ା,୩୦ା୩(ବିଦୁର ବେହେରା): ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରବିବାର କଳାହାଣ୍ଡି ଜିଲାରୁ ଆରମ୍ଭ ହୋଇଛି ଏହି ଯୋଜନା। ୫୦...

ଏଣିକି ଜିଲାଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ହେବ: ମୁଖ୍ୟମନ୍ତ୍ରୀ

ଭଞ୍ଜନଗର,୩୦ା୩(ବାବୁଲା ପ୍ରଧାନ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭବାନୀପାଟଣାର ରିଶିଗାଁ ଠାରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ରାଜ୍ୟର...

ଫୋନ୍‌ କରି ପାଖକୁ ଡାକି ଭାଜପା କର୍ମୀଙ୍କୁ ଗୁଳି କଲେ ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ

କବିସୂର୍ଯ୍ୟନଗର,୩୦ା୩(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଆଠଗଡ଼ ପାଟଣା ଜନୈକ ଭାଜପା କର୍ମୀଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ ଅତି ନିକଟରୁ ହୋଇଥିବା ଜଣାପଡ଼ିଛି।କପାଳକୁ ଗୋଟିଏ ରାଉଣ୍ଡ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image