ମହିଳାଙ୍କୁ ଗଣବଳାତ୍କାର, ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଚାନ୍ଦବାଲି,୩୦ା୬(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଭୂଇଁବୃତ୍ତି ପଞ୍ଚାୟତ ନୂଆଗାଁ ନିକଟରେ ଜଣେ ଅନୁସୂଚିତ ଜନଜାତି ମହିଳାଙ୍କୁ ଗଣବଳାତ୍କାର ଅଭିଯୋଗରେ ତିନି ଅଭିଯୁକ୍ତକୁ ଚାନ୍ଦବାଲି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ପରେ ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଡାକ୍ତରୀ ମାଇନା ପାଇଁ ପଠାଯାଇଥିଲା।

ସୂଚନାନୁଯାୟୀ, ଗତ ୨୫ ତାରିଖରେ ଉକ୍ତ ଆଦିବାସୀ ମହିଳା ଭଦ୍ରକରୁ ଚାଷକାର୍ଯ୍ୟ କରିବା ପାଇଁ ଚାନ୍ଦବାଲି ଆସିଥିଲେ। ସେହି ନୂଆଗାଁର ପୂର୍ବ ବର୍ଷ ମଧ୍ୟ ଚାଷ କାମ କରୁଥିଲେ। କୋଣସି କାର୍ଯ୍ୟରେ ଚାନ୍ଦବାଲି ଯାଉଥିବା ବେଳେ ନୂଆଗାଁ ରାସ୍ତାରେ ସନ୍ଧ୍ୟା ପ୍ରାୟ ୭ଟା ସମୟରେ ୩ ଜଣ ଅଭିଯୁକ୍ତ ମହିଳାଙ୍କୁ ଏକୁଟିଆ ପାଇ ମିଳିତ ଭାବେ ବଳାତ୍କାର କରିଥିଲେ। ଏହା ପରେ ପୋଲିସ ନିକଟରୁ ଅଭିଯୁକ୍ତମାନେ ଖସିଯିବା ପାଇଁ ପ୍ରଥମେ ବଳାତ୍କାର ହୋଇଥିବା ଖବର ଥାନାକୁ ଜଣାଇଥିଲେ ଏବଂ ମହିଳାଙ୍କ ପ୍ରତି କେହି ଜଣେ ଅନ୍ୟାୟ କରିଛନ୍ତି ବୋଲି ପୋଲିସକୁ ଖବର ଦେଇଥିଲେ। ପୋଲିସ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ତଦନ୍ତ ବେଳେ ଖବର ଦେଇଥିବା ଲୋକ ହିଁ ପ୍ରକୃତ ଅଭିଯୁକ୍ତ ବୋଲି ପୋଲିସର ସନ୍ଦେହ ଘେରକୁ ଆସିଥିଲା। ଯାହା ଜଣାପଡ଼ିଛି ସେମାନେ ବଳାତ୍କାର କରି ଅନ୍ୟ କାହାରି ମୁଣ୍ଡରେ ଅଠା ବୋଳିବାକୁ ଚକ୍ରାନ୍ତ ଚଳାଇଥିଲେ। କିନ୍ତୁ ନିଜେ କରିଥିବା ଚକ୍ରାନ୍ତରେ ନିଜେ ଫଶି ଯାଇଥିବା ସୂଚନା ମିଳିଛି। ରବିବାର ତିନି ଅଭିଯୁକ୍ତ ଜଗନ୍ନାଥ ଦାସ(୩୬), ପ୍ରଦୀପ ଦାସ(୨୮) ଓ ପଦ୍ମଲୋଚନ ଦାସ(୨୨)ଙ୍କୁ ଚାନ୍ଦବାଲି ପୋଲିସ କେସ୍‌ ନଂ ୨୮୬/୨୪ରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଉରକେଲାରୁ ୨୦ଲକ୍ଷ ଟଙ୍କାରେ ବାଣ ଜବତ

ରାଉରକେଲା,୬।୧୦: ଆଗକୁ ଆଲୋକର ପର୍ବ ଦୀପାବଳି। ଏନେଇ ବେଆଇନ ବାଣ ଗୋଦାମଗୁଡିକ ଖେଳିବା ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସୁନ୍ଦରଗଡ଼ ଜିଲା ପ୍ଲାଣ୍ଟ ସାଇଟ ଥାନା...

ସହରରେ ଚାଞ୍ଚଲ୍ୟ: ମନୋରମାଙ୍କ ହତ୍ୟାକାରୀ ହାରିଦେଲେ ଜୀବନ

କେନ୍ଦୁଝର,୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟରେ ଶଙ୍କରଗଳି ପବିତ୍ରଡିହାରେ ଗତ ୪ ତାରିଖରେ ଜଣେ ୨୦ ବର୍ଷୀୟା ଯୁବତୀ ମନୋରମା ବେହେରା ହତ୍ୟାକାଣ୍ଡର ଅଭିଯୁକ୍ତ...

କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ

କେସିଙ୍ଗା,୬ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ମନମୁଖୀ କାର୍ଯ୍ୟ, ମିଥ୍ୟା ବିଲ୍‌, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତିକୁ ନେଇ ବ୍ଲକ ଅଧ୍ୟକ୍ଷଙ୍କ ନାମରେ...

ସ୍ତ୍ରୀଙ୍କ ହାତରୁ ପାଣି ପିଇ ହୃଦ୍‌ଘାତରେ ଚାଲିଗଲା ସ୍ବାମୀଙ୍କ ଜୀବନ

ଦିଗପହଣ୍ଡି,୬ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ବି.କ୍ରିଷ୍ଣା ରାଓ ସୁବୁଦ୍ଧିଙ୍କ ରବିବାର ସକାଳେ ହୃଦ୍‌ଘାତରେ ପରଲୋକ ଘଟିଛି।...

ଢିଙ୍କିଆ ପଞ୍ଚାୟତ ନିର୍ବାଚନରେ ସ୍ବାଭିମାନ ମଞ୍ଚ ପ୍ରାର୍ଥିନୀ ପିଙ୍କି ଦାସ ବିଜୟୀ

କୁଜଙ୍ଗ,୬।୧୦(ମନୋଜ ପ୍ରଧାନ): ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକର ବହୁଚର୍ଚ୍ଚିତ ଢିଙ୍କିଆ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ଶନିବାର କଡା ସୁରକ୍ଷା ବଳୟ ମଧ୍ୟରେ ବ୍ଲକ କାର୍ଯ୍ୟାଳୟରେ...

ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ…

ଭଦ୍ରକ ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ସିତାଂଶୁ ଶେଖର ମହାପାତ୍ର। ୨୦୨୪ ନିର୍ବାଚନରେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କୁ ୧୬,୦୬୮...

କୁଷ୍ମାଣ୍ଡା ବେଶରେ ମା’ ସମଲେଶ୍ୱରୀ

ବରଗଡ଼,୬ା୧୦: ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ରବିବାର ମା’ ସମଲେଶ୍ବରୀ କୁଷ୍ମାଣ୍ଡା ବେଶରେ ଦର୍ଶନ...

ଚୋରି କରିନେଲେ କୋଟିଏ ଟଙ୍କାର କଳାପଥର

ଯାଜପୁର,୬ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳର ଡଙ୍କାରୀ ପାହାଡ଼ ପାଦଦେଶରେ ପ୍ରଶାସନ ପକ୍ଷରୁ ମହଜୁଦ ଥିବା ପ୍ରାୟ କୋଟିଏ ଟଙ୍କାର କଳାପଥର ଲୁଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri