ଚୁଆରେ ଭାସୁଥିଲା ମହିଳାଙ୍କ ମୃତଦେହ, ଆଉ ତା ପରେ…

ବାଲିଗୁଡା,୧୫l୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ କଟପଡ଼ି ଗ୍ରାମର ଏକ ଚୁଆରୁ ମହିଳାଙ୍କ ମୃତଦେହ ଜବତ କରିଛି ବାଲିଗୁଡା ପୋଲିସ l ମୃତକ ମହିଳା ଜଣକ ଶାନ୍ତିଲତା ମଲ୍ଲିକ ହୋଇଥିବା ଜଣାପଡ଼ିଛିl
ସୂଚନାନୁଯାୟୀ, ଆଜକୁ ତିନିଦିନ ହେବ ବାପଘରକୁ ଯିବା ପାଇଁ ବାହାରିଥିଲେ ଶାନ୍ତିଲତା l ସେଠାରେ ପହଞ୍ଚିଲେ ନା ନାହିଁଁ ସେନେଇ ଶାନ୍ତିଲତାଙ୍କ ସ୍ବାମୀ ଵୀରେନ୍ଦ୍ର ମଲ୍ଲିକ ଖବର ନେବା ପରେ ଶାନ୍ତିଲତା ସେଠାରେ ପହଞ୍ଚି ନ ଥିବା ଜାଣିବାକୁ ପାଇଥିଲେ ଏବଂ ଶାନ୍ତିଲତା କୁଆଡେ଼ ଗଲେ ସେନେଇ ଖୋଜାଖୋଜି କରିଥିଲେ ପରିବାର ଲୋକେ l ହେଲେ ରବିବାର ସକାଳୁ କଟପଡ଼ି ଗ୍ରାମର ଲୋକେ ଗାଁ ନିକଟସ୍ଥ ଉକ୍ତ ଚୁଆକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ଶାନ୍ତିଲତାଙ୍କ ଶବ ଚୁଆରେ ଭାସୁଥିବା ଦେଖି ପରିବାର ଲୋକଙ୍କୁ ଜଣାଇଥିଲେ l ଖବର ପାଇ ଘଟଣାସ୍ଥଳରେ ପରିବାର ଲୋକେ ପହଞ୍ଚି ଦେଖିବା ପରେ ବାଲିଗୁଡ଼ା ଥାନା ପୋଲିସକୁ ଜଣାଇଥିଲେ । ପୋଲିସ ପକ୍ଷରୁ ସୂଚନା ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ କେଉଁ ପରିସ୍ଥିତିରେ ଶାନ୍ତିଲତା ଚୁଆରେ ବୁଡ଼ିଲେ ଏବଂ ତାଙ୍କର ମୃତ୍ୟୁ କିପରି ଘଟିଲା ତାହା ଏଯାବତ୍ ସ୍ପଷ୍ଟ ହୋଇନାହିଁ । ଏ ନେଇ ପୋଲିସ ତଦନ୍ତ ଅବ୍ୟାହତ ରଖିଥିବା ପ୍ରକାଶ କରିଛି l


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖଭବନରେ ସଭାପତିଙ୍କ ହାତକୁ ପଦ୍ମଫୁଲ ବଢ଼ାଇଦେଲେ ମୁନ୍ନା, ନବୀନ ଦେଲେ ଏମିତି ପ୍ରତିକ୍ରିୟା

ଭୁବନେଶ୍ୱର,୨୧।୪: ୱକଫ୍‌ ବିଲ୍‌କୁ ନେଇ ଦଳରେ ଉଠିବା ଥିବା ଝଡ ମଧ୍ୟରେ ନବୀନ ପଟ୍ଟନାୟକ ୯ମ ଥର ବିଜୁ ଜନତା ଦଳର ସଭାପତି ନିର୍ବାଚିତ ହୋଇଛନ୍ତି।...

ଶପଥ ନେଲେ ଖେମୁଣ୍ଡି ଓକିଲ ସଂଘ କର୍ମକର୍ତ୍ତା

ଦିଗପହଣ୍ଡି,୨୧ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ ଉତ୍ସବ ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଓକିଲ...

ଜଳ ସଂରକ୍ଷଣ

ଆମେ ଜାଣୁ ଯେ ଜଳ ହିଁ ଜୀବନ। ଜଳ ବିନା ମଣିଷ ବଞ୍ଚିବା ଅସମ୍ଭବ। ଆମ ସମସ୍ତଙ୍କ ଗୋଟିଏ ଧାରଣା ଧରାପୃଷ୍ଠ ଜଳମୟ। କିନ୍ତୁ ପୃଥିବୀର...

ସୁନୀତା ଉଇଲିୟମ୍ସଙ୍କ ସ୍ମରଣୀୟ ଅନ୍ତରୀକ୍ଷ ଯାତ୍ରା

ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହିଳା ମହାକାଶଚାରୀ ସୁନୀତା ଉଇଲିୟମ୍‌ସ ୨୦୨୪ ମସିହା ଜୁନ୍‌ ୫ ତାରିଖ ଦିନ ଆମେରିକୀୟ କମ୍ପାନୀ ବୋଇଙ୍ଗର ‘ଷ୍ଟାରଲାଇନର୍‌’ ଅନ୍ତରୀକ୍ଷ ଯାନରେ...

“ଲଙ୍କାଗୁଣ୍ଡ ପକାଇ ବାନ୍ଧିଲେ, ତା’ପରେ ଛୁରୀରେ ହତ୍ୟା କଲେ”, କର୍ଣ୍ଣାଟକର ପୂର୍ବତନ ଡିଜିପିଙ୍କ ହତ୍ୟା ମାମଲାରେ ବଡ଼ ଖୁଲାସା

ବେଙ୍ଗଲୁରୁ,୨୧।୪: କର୍ଣ୍ଣାଟକର ପୂର୍ବତନ ଡିଜିପି ଓମ ପ୍ରକାଶଙ୍କ ମୃତ୍ୟୁ ମାମଲାରେ ଆଶ୍ଚର୍ଯ୍ୟଜନକ ଖୁଲାସା ହୋଇଛି। ସେ ଏପ୍ରିଲ ୨୦ ତାରିଖରେ ବେଙ୍ଗାଲୁରୁସ୍ଥିତ ନିଜ ଘରେ ମୃତ...

ଭାରତୀୟ ଇଞ୍ଜିନିୟରିଂର ଚମତ୍କାରିତା: ଚେନାବ ରେଳ ବ୍ରିଜ୍‌

ଭୁବନେଶ୍ୱର, ୨୦।୪(ଜିତେନ୍ଦ୍ର କୁମାର ନାୟକ): କଶ୍ମୀରରୁ କନ୍ୟାକୁମାରୀ। ଭାରତର ଭୌଗୋଳିକ ସ୍ଥିତିକୁ ଦେଖି ଅନେକେ ଏପରି କହିଥାଆନ୍ତି। ଦେଶର ଜୀବନରେଖା ଭାବେ ପରିଚିତ ଭାରତୀୟ ରେଳପଥ...

ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପି ନେବାକୁ ଉଦ୍ୟମ: ଧରାପଡ଼ିବା ଭୟରେ ବୋମା ପକାଇଲେ ଦୁର୍ବୃତ୍ତ

ଭବାନୀପାଟଣା,୨୧।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ ଉଦ୍ୟମ ହୋଇଛି। ଟଙ୍କା ଡିପୋଜିଟ କରିବାକୁ ୩ଜଣ କର୍ମଚାରୀ ଏକ...

‘ଆମ ଆଦମୀ ପାର୍ଟି ଲଢିବ ନାହିଁ MCD ମେୟର ନିର୍ବାଚନ’,ଆତିଶୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୧।୪: ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି ନେତା ଆତିଶୀ ଦିଲ୍ଲୀ MCD ମେୟର ନିର୍ବାଚନକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image