ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଫୁଲବତି ରଣା(୪୮)। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ରାସ୍ତା ଉପରେ ମୃତଦେହକୁ ରଖି ଦୀର୍ଘ ୧୬ ଘଣ୍ଟା ଧରି ଜାତୀୟ ରାଜପଥକୁ ଅବରୋଧ କରି ରଖିଥିଲେ। ଏନେଇ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ତେବେ ସ୍ଥାନୀୟ ପ୍ରଶାସନ ଏବଂ ଘରୋଇ କମ୍ପାନୀ ଅଧିକାରୀଙ୍କ ପ୍ରତିଶ୍ରୁତି ପରେ ଶୁକ୍ରବାର ଅପରାହ୍ନରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି।

ମିଳିଥିବା ସୂଚନା ମୁତାବକ, ଗୁରୁବାର ରାତି ପ୍ରାୟ ସାଢ଼େ ୯ ଟା ବେଳେ ୫୨୦ ନମ୍ବର ଜାତୀୟ ରାଜପଥରେ ଫୁଲବତୀ ଯାଉଥିବା ବେଳେ ପଛ ପଟୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ଭାରସାମ୍ୟ ହରାଇ ତାଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଥିଲା। ଏଥିସହ ଦୁର୍ଘଟଣା ଘଟାଇଥିବା ଟ୍ରକ ପଛେ ଆସୁଥିବା ଅନ୍ୟ ଏକ ଟ୍ରକ ମଧ୍ୟ ଫୁଲବତିଙ୍କ ଉପରକୁ ଚଢ଼ିଯାଇଥିଲା। ଫଳରେ ଫୁଲବତିଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଉତ୍ତ୍ୟକ୍ତ ହୋଇ ଜାତୀୟ ରାଜପଥରେ ଫୁଲବତିଙ୍କ ମୃତଦେହ ରଖି ରାସ୍ତା ଅବରୋଧ କରିଥିଲେ। ରାସ୍ତା ଉପରେ ବେଆଇନ ପାର୍କିଂ ହେଉଥିବା ଲୋକେ ଅଭିଯୋଗ କରିବା ସହ ତୁରନ୍ତ ରାଜପଥରୁ ଭାରିଯାନ ହଟାଇବାକୁ ଦାବି କରିଥିଲେ। ଏପରିକି ମୃତକଙ୍କ ପରିବାରକୁ କ୍ଷତିପୂରଣ ଓ ପରିବାରର ଜଣଙ୍କୁ ଚାକିରି ପ୍ରଦାନ ଦାବି କରି ସ୍ଥାନୀୟ ଲୋକେ ଦାବି କରି ଆନ୍ଦୋଳନ କରିଥିଲେ।

ସ୍ଥାନୀୟ ପୋଲିସ ଆନ୍ଦୋଳନରତ ଲୋକଙ୍କୁ ବୁଝାଶୁଝା କରିଥିଲା। ହେଲେ ଲୋକେ ମାନି ନ ଥିଲେ। ପରେ ବଡବିଲ ତହସିଲଦାର ଡିଏସ୍‌ଏସ୍‌ ଯୋଶୀ ଶୁକ୍ରବାର ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ବିଫଳ ହୋଇଥିଲେ।

ଗୁରୁବାର ରାତି ସାଢ଼େ ୯ଟାରୁ ଶୁକ୍ରବାର ଅପରାହ୍ନ ସାଢ଼େ ୩ଟା ପର୍ଯ୍ୟନ୍ତ ଦୀର୍ଘ ୧୬ ଘଣ୍ଟା ଧରି ଆନ୍ଦୋଳନ ପରେ ପ୍ରଶାସନର ଉଦ୍ୟମ କ୍ରମେ ଦୁଇଟି ଖଣି କମ୍ପାନୀ ଟ୍ରକଗୁଡ଼ିକର ପାର୍କିଂ ନିମନ୍ତେ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ ପ୍ରତିଶ୍ରୁତି ଦେବା ସହ ମୃତ ମହିଳାଙ୍କ ପୁଅକୁ ଚାକିରି ଦେବାକୁ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ରାସ୍ତା ଅବରୋଧ ଯୋଗୁ ଖଣିଜ ପରିବହନ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଥିବା ବେଳେ ସାଧାରଣ ଯାତାୟତ ମଧ୍ୟ ବାଧାପ୍ରାପ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାହାଡ଼ରେ ମରି ପଡ଼ିଛନ୍ତି ୫ ଠେକୁଆ

ରାୟଗଡ଼ା,୨୩ା୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସଦରମହକୁମାସ୍ଥିତ ପ୍ରେମ ପାହାଡ଼ରେ ବୁଧବାର ସମୟରେ ୫ଟି ଠେକୁଆ ମରିପଡ଼ିଥିବା ଦେଖିବାକୁ ମଳିଥିଲା। ତେବେ ପ୍ରେମ ପାହାଡ଼ରେ କେବେ ଠେକୁଆଙ୍କୁ...

ପୋଖରୀରେ ବୁଡ଼ିଗଲେ ୨ ଦିବ୍ୟାଙ୍ଗ ଯୁବତୀ

ଶେରଗଡ଼/ହିଞ୍ଜିଳିକାଟୁ,୨୩।୪(ସୂର୍ଯ୍ୟନାରାୟଣ ଦାଶ/ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ହିଞ୍ଜିଳି ଥାନା ନରେନ୍ଦ୍ରପୁର ଗ୍ରାମ ପୋଖରୀରେ ବୁଡ଼ି ବୁଧବାର ୨ ଦିବ୍ୟାଙ୍ଗ ଯୁବତୀଙ୍କ ମୃତ୍ୟୁ ଘଟିଛି।...

ଖେମୁଣ୍ଡି କଲେଜ ଛାତ୍ରୀଛାତ୍ରଙ୍କ ସଫଳତା, ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ଶୀତଲ-ପୁଷ୍ପାଞ୍ଜଳି

ଦିଗପହଣ୍ଡି,୨୩ା୪(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ସ୍ନାତକ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ବିଭିନ୍ନ ବିଭାଗରେ ଖେମୁଣ୍ଡି କଲେଜର ୧୨ ଜଣ ଛାତ୍ରୀଛାତ୍ର ବିଶବିଦ୍ୟାଳୟର...

ରାଜ୍ୟ ସରକାରଙ୍କୁ ଲାଭାଂଶ ବାବଦରେ ୪ ନିଗମ ଦେଲେ ୨୦୬ କୋଟି ଟଙ୍କା

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର): ରାଜ୍ୟ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଅଧୀନ ଓଡ଼ିଶା କୃଷି ଶିଳ୍ପ ନିଗମ, ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଏବଂ...

ଗଞ୍ଜେଇ ଗାଡ଼ି ଛାଡ଼ି ଚାଳକ ଚମ୍ପଟ

ଦାରିଙ୍ଗବାଡ଼ି,୨୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସକୁ ମିଳିଛି ବଡ଼ ସଫଳତା, ଗଞ୍ଜେଇ ଭର୍ତ୍ତି ମିନିଟ୍ରକକୁ ପୋଲିସ ଜବତ କରିଛି। ୨୭୦ କେଜି ଗଞ୍ଜେଇ ଜବତ...

ପହଲଗାମ୍‌ ଶହୀଦଙ୍କ ସ୍ମୃତିରେ କ୍ୟାଣ୍ଡେଲ ଶୋଭାଯାତ୍ରା

ଭଞ୍ଜନଗର,୨୩ା୪(ବାବୁଲା ପ୍ରଧାନ): ଜମ୍ମୁ-କଶ୍ମୀରର ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ଅନେକ ପର୍ଯ୍ୟଟକ ଶହୀଦ ହୋଇଛନ୍ତି। ଏଥିସହ ଅନେକ ଆହତ ହୋଇ ଏବେ ବି ମେଡିକାଲ ରେ ଚିକିତ୍ସିତ...

BCCIର ବଡ଼ ନିଷ୍ପତ୍ତି: ଚିୟର ଗର୍ଲ, ଆତସବାଜୀ ବିନା ହେବ ଆଜିର IPL ମ୍ୟାଚ

ନୂଆଦିଲ୍ଲୀ,୨୩।୪: SRH Vs MI ଖେଳାଳିଙ୍କ ହାତରେ କଳା ପଟି। IPL ୨୦୨୫ର ୪୧ତମ ମ୍ୟାଚ ଆଜି ଅର୍ଥାତ୍‌ ୨୩ ଏପ୍ରିଲରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ...

ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି ପାଗଳ ମାଙ୍କଡ଼, ଧରିବା ପାଇଁ ନାମେଦମ୍‌ ହେଲାଣି ବନ ବିଭାଗ

ଗଞ୍ଜାମ,୨୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ମାଙ୍କଡ଼ ଆତଙ୍କରେ ଲୋକେ ଅତିଷ୍ଠ ହୋଇ ପଡ଼ିଲେଣି । ଗତକାଲି ଏକ ପାତି ମାଙ୍କଡ଼ କାମୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image