ଜନତା ମଇଦାନକୁ ଆସିଥିଲେ, ବସ୍‌ ଠେଲିଲେ

ଭୁବନେଶ୍ୱର,୧୭।୯: ସୁଭଦ୍ରା ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶା ଆସିଛନ୍ତି। ସେ ଭୁବନେଶ୍ୱର ପହଞ୍ଚି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି। ମୋଦିଙ୍କ ଆଗମନରେ ଜନତା ମଇଦାନରେ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା। ବହୁ ମହିଳା ଏଥିରେ ଯୋଗ ଦେଇଥିଲେ। ତେବେ ଜନସଭାକୁ ସମ୍ବୋଧନ କରି ମୋଦି ଓଡ଼ି ଆସି ଥିବାରୁ ଖୁସିବ୍ୟକ୍ତ କରିଛନ୍ତି। ସେ ଓଡ଼ିଶାବାସୀଙ୍କୁ ଆଗୁଆ ଦଶହରା ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ସେ କହିଛନ୍ତି, ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଥିଲେ ଜନତାଙ୍କ ସେବା ସୁଯୋଗ ମିଳେ, ଓଡ଼ିଶାର ମା’ ମାନଙ୍କ ପାଇଁ ସୁଭଦ୍ରା ଶୁଭାରମ୍ଭ ସୁଯୋଗ ମିଳିଥିବାରୁ ବେଶ ଖୁସି। ଓଡ଼ିଶାର ନୂଆ ସରକାର ଶପଥ ସମାରୋହକୁ ଆସିଥିଲି ଆଜି ସୁଭଦ୍ରା ଶୁଭାରମ୍ଭ ଅବସରରେ ଓଡ଼ିଶକୁ ଆସିଥିବା ସେ କହିଛନ୍ତି।

ତେବେ କାର୍ଯ୍ୟକ୍ରମ ସରିବା ପରେ ଏଠାକୁ ଯୋଗ ଦେବାକୁ ଆସିଥିବା ମହିଳାମାନେ ଫେରିଯିବା ପାଇଁ ପ୍ରସ୍ତୁତି କରୁଥିଲେ। କିନ୍ତୁ ଯେଉଁ ବସ୍‌ରେ ସେ ଆସିଥିଲେ କୌଣସି ଯାନ୍ତ୍ରିକ ତ୍ରୁଟି ଦ୍ୱାରା ତାହା ଷ୍ଟାର୍ଟ ହୋଇ ନ ଥିଲା। ତେଣୁ ବସ୍‌କୁ ଷ୍ଟାର୍ଟ କରିବା ଉଦ୍ଦେଶ୍ୟମରେ ମହିଳାମାନେ ଗାଡିକୁ ପଛରୁ ଧକ୍କା ଦେଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।

ସୂଚନାଥାଉ କି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ଜନତା ମଇଦାନଠାରେ ବିଧିବଦ୍ଧ ଭାବେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏପରିକି ସେ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏହି ପରିପ୍ରେକ୍ଷୀରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କନକ ବଦ୍ଧର୍ନ ସିଂ ଦେଓ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭାଗୀୟ ମନ୍ତ୍ରୀ, ଭାଜପା ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri