‘ସୁଭଦ୍ରା’ରେ ଆତ୍ମନିର୍ଭରଶୀଳ ହେବେ ମହିଳା

କେସିଙ୍ଗା,୧୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଓ ଏନ୍‌ଏସିର ମିଳିତ ଉଦ୍ୟମରେ ସୁଭଦ୍ରା ଯୋଜନା ପାଇଁ ପ୍ରଶାସନ ପକ୍ଷରୁ ଏକ ବିଶାଳ ପଦଯାତ୍ରା ସଚେତନ ପାଇଁ ଶୋଭାଯାତ୍ରା ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପଦ୍ମନାଭ ପୁରୋହିତ, ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବ, ନିର୍ବାହୀ ଅଧିକାରୀ ପ୍ରଣବ କୁମାର ଚାନ୍ଦ, ସିଡିପିଓ ସୁଷମା ମିଶ୍ର, ଜିଲା ମିଶନ ଶକ୍ତି ଫେଡେରେଶନ ସଭାନେତ୍ରୀ ବିଜୟଲକ୍ଷ୍ମୀ ପାଢ଼ୀ, ମିଶନ ଶକ୍ତି ବିପିସି, ଓଡ଼ିଶା ଜୀବନ ଜୀବିକା ମିଶନ , ବିପିଏମ୍‌ଙ୍କ ସମେତ ବିଭିନ୍ନ ମହିଳା ଗୋଷ୍ଠୀଙ୍କ ନେତୃତ୍ୱରେ ଶତାଧିକ ସିଆର୍‌ପି,ଏମ୍ବିକେ, ଫେଡେରେଶନ କର୍ମକର୍ତ୍ତା, ସ୍ବୟଂ ସହାୟକ ଗୋଷ୍ଠୀ, ଆଇସିଡିଏସ୍‌ କର୍ମୀମାନେ ଯୋଗ ଦେଇ ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ଏହି ପଦଯାତ୍ରାଟି ବ୍ଲକ କାର୍ଯ୍ୟାଳୟରୁ ବାହାରି ସହରର ପୋଲିସ ଷ୍ଟେଶନ ଛକ ଯାଏ ପଦଯାତ୍ରା କରି ଘରେ ଘରେ ସୁଭଦ୍ରା ଯୋଜନା ନାରା ଦେଇ ଲୋକଙ୍କୁ ସଚେତନତା କରିଥିଲେ।
ଏହି ପରିପ୍ରେକ୍ଷୀରେ ଏକ ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଡିଓଶ୍ରୀ ପୁରୋହିତ ସୁଭଦ୍ରା ଯୋଜନାକୁ ନେଇ ଯେମିତି ଲୋକଙ୍କ ପାଖରେ ଠିକ୍‌ ଭାବେ ପହଞ୍ଚିବ ଏବଂ ମହିଳାମାନେ ସମସ୍ତେ ଯତ୍ନବାନ ହେବା ସହ ଉପକୃତ ମହିଳାମାନେ କିପରି ସ୍ବାବଲମ୍ବୀ ଓ ଆତ୍ମନିର୍ଭରଶୀଳ ହୋଇ ପାରିବେ ତାହା ଉପରେ ବିସ୍ତୃତ ଭାବରେ ଆଲୋକପାତ କରିଥିଲେ। ସେହିପରି କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଏହି କାର୍ଯ୍ୟକ୍ରମ ପ୍ରଶାସନ ପକ୍ଷରୁ ପଦଯାତ୍ରା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ପ୍ରବଳ ବର୍ଷା: ଭୁଶୁଡ଼ିଲା ଘର କାନ୍ଥ

ରିଷିଡ଼ା,୧୯ା୯ (ସୁଶାନ୍ତ ମଲ୍ଲିକ): ପ୍ରବଳ ବର୍ଷା ଯୋଗୁ ମାଟିକାନ୍ଥ ଭୁଶୁଡିପଡ଼ିଲା। ଫଳରେ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା...

ଗାଁ ମୁହାଁ ଭାଲୁ, ଲୋକେ ଭୟଭିତ

କୋକସରା,୧୯।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କନ୍ଦାବୁଟ୍ରା ପଞ୍ଚାୟତ ଘୁର୍ଲୁଗୁଡା ନିକଟ ଚାଷଜମିକୁ ଲାଗି ରହିଥିବା ପଡ଼ିଆରେ ଏକ ଭାଲୁ ଖାଦ୍ୟ ଅନ୍ବେଷଣରେ...

ସ୍ତ୍ରୀଙ୍କୁ ହତ୍ୟା କରି ପ୍ରମାଣ ନଷ୍ଟ ପାଇଁ ମୃତଦେହ ଆଣି ରାସ୍ତାକଡ଼ରେ ଫିଙ୍ଗିଥିଲେ ସ୍ବାମୀ: ପୋଲିସ ହାତରେ ଲାଗିଲା ବଡ଼ ପ୍ରମାଣ

କୋଣାର୍କ,୧୯।୯: କୋଣାର୍କ ରାସ୍ତାକଡ଼ରୁ ମହିଳାଙ୍କ ମୃତଦେହ ଜବତ ଘଟଣାର ପୋଲିସ ଗୁରୁବାର ପର୍ଦ୍ଦାଫାଶ କରିଛି। ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ହତ୍ୟାକାଣ୍ଡ ଘଟାଇଥିବା ଜଣାପଡିଛି।...

ଧାମନଗରରେ ୧୬୩ ଲାଗୁ

ଧାମନଗର,୧୯ା୯: ଭଦ୍ରକ ଜିଲା ଧାମନଗର ଗୋଷ୍ଠୀ ସଂଘର୍ଷ ଘଟଣାରେ ବିଏନ୍‌ଏସ୍‌ଏସ୍‌ ୧୬୩ ଲାଗୁ ହୋଇଛି। ୨୧ ତାରିଖ ରାତି ୧୦ଟା ପର୍ଯ୍ୟନ୍ତ ବିଏନ୍‌ଏସ୍‌ଏସ୍‌ ୧୬୩ ଲାଗୁ ହୋଇଛି।...

ବି.ଫଟକରା ଗାଁରେ ଗୁଳିକାଣ୍ଡ: ଏସ୍‌ପିଙ୍କୁ ଭେଟିଲେ ଗ୍ରାମବାସୀ

ବଲାଙ୍ଗୀର,୧୯ା୯(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଳା ଥାନା ଅନ୍ତର୍ଗତ ବି. ଫଟକରା ଗାଁରେ ଗତ ୧୧ ତାରିଖ ବିଳମ୍ବିତ ରାତିରେ କିଛି ଯୁବକ ମାରଣାସ୍ତ୍ର...

ଅଙ୍ଗନବାଡ଼ିରୁ ଫେରୁଥିବା ଛାତ୍ରଙ୍କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ଧରାକୋଟ,୧୯।୯: ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ କଂହିରା ପଲ୍ଲି ନିକଟରେ ଦୁର୍ଘଟଣା ଘଟିଛି। ଅଙ୍ଗନବାଡ଼ିରୁ ଫେରୁଥିବା ୩ ବର୍ଷର ଛାତ୍ରଙ୍କୁ ଏକ ବାଇକ୍‌ ଧକ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri