Posted inଖେଳ

ଆଜିଠୁ ମହିଳା ହକି ଅଲିମ୍ପିକ କ୍ୱାଲିଫାୟର୍ସ: ୟୁଏସ୍‌ଏକୁ ଭେଟିବ ଭାରତ

ରାଞ୍ଚି,୧୩ା୧: ଏଫ୍‌ଆଇଏଚ୍‌ ଅଲିମ୍ପିକ କ୍ୱାଲିଫାୟର୍ସ ଟୁର୍ନାମେଣ୍ଟ ଶନିବାର ଆରମ୍ଭ ହେବ। ଉଦ୍‌ଘାଟନୀ ଦିବସରେ ଭାରତ ଏହାର ପ୍ରଥମ ମୁକାବିଲାରେ ୟୁଏସ୍‌ଏକୁ ଭେଟି ଏହାର ଅଭିଯାନ ଆରମ୍ଭ କରିବ। ଭାରତ ପ୍ରତିଯୋଗିତାରେ ପ୍ରଥମ ମ୍ୟାଚ ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌ଏ) ବିପକ୍ଷରେ ଖେଳିବ।

ଆୟୋଜକ ଭାରତ ବ୍ୟତୀତ ଜର୍ମାନୀ, ଚେକ୍‌ ରିପବ୍ଲିକ, ଇଟାଲୀ, ଜାପାନ, ୟୁଏସ୍‌ଏ, ଚିଲି ଓ ନ୍ୟୁଜିଲାଣ୍ଡ ଆଦି ୮ଟି ଦଳକୁ ନେଇ ଅନୁଷ୍ଠିତ ହେବାକୁଥିବା ଏହି ଇଭେଣ୍ଟର ଶ୍ରେଷ୍ଠ ୩ ଦଳ ପ୍ୟାରିସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିବେ।

ପ୍ୟାରିସ ଅଲିମ୍ପିକ୍ସ ଚଳିତବର୍ଷ ଜୁଲାଇ ୨୬ରୁ ଅଗଷ୍ଟ ୧୧ ପର୍ଯ୍ୟନ୍ତ ହେବ। ଟୁର୍ନାମେଣ୍ଟରେ ବିଶ୍ୱର ୫ ନମ୍ବର ର଼୍ୟାଙ୍କିଙ୍ଗ୍‌ ଜର୍ମାନୀ ହେଉଛି ସବୁଠାରୁ ଉଚ୍ଚ ର଼୍ୟାଙ୍କିଙ୍ଗ୍‌ପ୍ରାପ୍ତ ଦଳ। ର଼୍ୟାଙ୍କିଙ୍ଗ୍‌ ତାଲିକାରେ ଭାରତ ଏହା ତଳକୁ ୬ଷ୍ଠ ସ୍ଥାନରେ ରହିଛି। ନ୍ୟୁଜିଲାଣ୍ଡ ୯ମ ସ୍ଥାନରେ ରହିଥିବା ବେଳେ ଏହା ପଛକୁ ଜାପାନ(୧୧ତମ), ଚିଲି (୧୪ତମ), ୟୁଏସ୍‌ଏ (୧୫ତମ), ଇଟାଲୀ (୧୯ତମ) ଏବଂ ଚେକ୍‌ ରିପବ୍ଲିକ (୨୫ତମ) ଆଦି ଦେଶ ରହିଛନ୍ତି। ଭାରତ, ନ୍ୟୁଜିଲାଣ୍ଡ, ଇଟାଲୀ ଏବଂ ଯୁକ୍ତରାଷ୍ଟ୍ର ଆମେରିକା ପୁଲ୍‌ ‘ବି’ରେ ସ୍ଥାନ ପାଇଥିବା ବେଳେ ଜର୍ମାନୀ, ପୂର୍ବତନ ଏସିଆନ ଗେମ୍ସ ଚାମ୍ପିୟନ ଜାପାନ, ଚିଲି ଓ ଚେକ୍‌ ରିପବ୍ଲିକ ପୁଲ୍‌ ‘ଏ’ରେ ରହିଛନ୍ତି। ଭାରତ ଆମେରିକା ବିପକ୍ଷ ମ୍ୟାଚ ପରେ ନ୍ୟୁଜିଲାଣ୍ଡ (ଜାନୁୟାରୀ ୧୪) ଏବଂ ଇଟାଲୀ(ଜାନୁୟାରୀ ୧୬) କୁ ଭେଟିବ। ଜାନୁୟାରୀ ୧୮ରେ ଦୁଇ ସେମିଫାଇନାଲ ଖେଳାଯିବ। ଫାଇନାଲ ଜାନୁୟାରୀ ୧୯ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧୋନୀଙ୍କୁ ପଛରେ ପକାଇ ପନ୍ତ ହେଲେ ‘ନମ୍ବର ୧’

ନୂଆଦିଲ୍ଲୀ,୧୯।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ଜବରଦସ୍ତ କମ୍‌ବ୍ୟାକ୍‌ କରିଛି ଟିମ୍‌ ଇଣ୍ଡିଆ। ପ୍ରଥମ ଇନିଂସରେ ମାତ୍ର ୪୬ ରନ୍‌ରେ ଅଲଆଉଟ୍‌ ହେବା ପରେ ଭାରତୀୟ...

ପିଚ୍‌ରେ ଡିଆଁ ମାରି ରିଷଭ ପନ୍ତଙ୍କୁ ରକ୍ଷା କଲେ ସରଫରାଜ: ଦେଖନ୍ତୁ ଭିଡିଓ

ବେଙ୍ଗାଲୁରୁ,୧୯।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟରେ ଟିମ ଇଣ୍ଡିଆ ପାଇଁ ସରଫରାଜ ଖାନ ଶତକ ହାସଲ କରିଛନ୍ତି। ସରଫରାଜଙ୍କ ଏହି ଇନିଂସ ସହ ଜଡିତ ଏକ...

ଚମକିଲେ ସରଫରାଜ: ଭାରତକୁ ବିପଦରୁ କଲେ ରକ୍ଷା

ବେଙ୍ଗାଲୁରୁ,୧୯।୧୦: ବେଙ୍ଗାଲୁରୁ ଟେଷ୍ଟ ଭାରତୀୟ ଷ୍ଟାର ଖେଳାଳିଙ୍କ ସରଫରାଜ ଖାନ୍‌ କ୍ୟାରିୟର ପ୍ରଥମ ଶତକ ମାରିଛନ୍ତି। ଦ୍ୱିତୀୟ ଇନିଂସରେ ଟିମ ଇଣ୍ଡିଆ ରୋହିତ ଶର୍ମାଙ୍କ ରୂପରେ...

ଇତିହାସ ରଚିଲେ ବିରାଟ କୋହଲି… ହାସଲ କଲେ ସ୍ବତନ୍ତ୍ର ରେକର୍ଡ

ବେଙ୍ଗାଲୁରୁ,୧୮।୧୦: ବିରାଟ କୋହଲି ତାଙ୍କ ଟେଷ୍ଟ କ୍ୟାରିୟରରେ ୯୦୦୦ ରନ ପୂରଣ କରିଛନ୍ତି। ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ବାଙ୍ଗାଲୋରରେ...

‘ଧୋନୀଙ୍କ ଭଳି କ୍ୱାଲିଟି ଆଣ’

ନୂଆଦିଲ୍ଲୀ,୧୮।୧୦: ବେଙ୍ଗାଲୁରୁ ଟେଷ୍ଟର ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ୩୫୬ ରନ୍‌ରେ ଅଗ୍ରଣୀ ରହିଥିଲା। ଏହାକୁ ନେଇ ପୂର୍ବତନ କ୍ରିକେଟର ସଞ୍ଜୟ ମାଞ୍ଜରେକର ରୋହିତ ଶର୍ମାଙ୍କ ଅଧିନାୟକତ୍ୱ...

ଜେଏସ୍‌ଡବ୍ଲ୍ୟୁ ସ୍ପୋଟର୍‌ସ କ୍ରିକେଟ ନିର୍ଦ୍ଦେଶକ ଭାବେ ଗାଙ୍ଗୁଲି ନିଯୁକ୍ତ

ନୂଆଦିଲ୍ଲୀ, ୧୮ା୧୦: ଭାରତର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଗୁରୁବାର ଜେଏସ୍‌ଡବ୍ଲ୍ୟୁ ସ୍ପୋଟର୍‌ସର କ୍ରିକେଟ ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଛନ୍ତି। ସଂସ୍ଥାର ସେ ସମସ୍ତ କ୍ରିକେଟ...

ଅଶ୍ୱିନଙ୍କ କ୍ୟାରିୟରର ସବୁଠୁ ଖରାପ ଦିନ, ପ୍ରଥମ ଥର ପାଇଁ ଘଟିଲା ଏଭଳି

ନୂଆଦିଲ୍ଲୀ,୧୮।୧୦: ଟିମ୍‌ ଇଣ୍ଡିଆର ଭେଟେରାନ ସ୍ପିନର ଆର୍‌. ଅଶ୍ୱିନଙ୍କ ପାଇଁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚ୍‌ ସ୍ମରଣୀୟ ହୋଇ ରହିବ। କାରଣ ମ୍ୟାଚ୍‌ର ପ୍ରଥମ...

ବଡ଼ ଗେମ୍‌ ଖେଳିବା ଯୋଜନାରେ କେ ଏଲ୍‌ ରାହୁଲ, ୧୩ ଦିନ ମଧ୍ୟରେ LSG ମାଲିକଙ୍କୁ ଲାଗିପାରେ ଝଟ୍‌କା

ନୂଆଦିଲ୍ଲୀ,୧୮।୧୦: ଆଇପିଏଲ୍‌ ୨୦୨୫ର ମେଗା ଅକ୍ସନ ପୂର୍ବରୁ ସବୁ ଟିମ୍‌ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। କେଉଁ ଦଳ ପ୍ରଥମେ କାହାକୁ ରିଟେନ୍‌ କରିବେ ତାହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri