Posted inଖେଳ

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନକୁ ହରାଇଲା ଭାରତ

ଦୁବାଇ, ୬ା୧୦: ମହିଳା ଟି୨୦ ବିଶ୍ୱକପରେ ପାକିସ୍ତାନକୁ ୬ ଉଇକେଟରେ ହରାଇ ପ୍ରଥମ ବିଜୟ ହାସଲ କରିଛି ଭାରତ। ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ୨୦ ଓଭରରେ ୮ଉଇକେଟ ହରାଇ ୧୦୫ ରନ୍‌ କରିଥିଲା। ଜବାବରେ ଭାରତ ୧୮.୫ ଓଭରରେ ୪ ଉଇକେଟ ହରାଇ ବିଜୟ ହାସଲ କରିଛି।

ଚଳିତ ଟୁର୍ନାମେଣ୍ଟରେ ଦ୍ୱିତୀୟ ମ୍ୟାଚ ଖେଳିଥିବା ଭାରତ ଏହା ସହ ପ୍ରଥମ ବିଜୟ ହାସଲ କରିଛି। ପ୍ରଥମ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୫୮ ରନରେ ଭାରତକୁ ପରାସ୍ତ କରିଥିଲା। ଏହି ବିଜୟ ସହ ଗ୍ରୁପ୍‌ ଏ’ରେ ସ୍ଥାନ ପାଇଥିବା ଭାରତ ୨ ମ୍ୟାଚ୍‌ରୁ ଗୋଟିଏ ଲେଖାଏ ବିଜୟ ଓ ପରାଜୟ ସହ ୨ ପଏଣ୍ଟ ହାସଲ କରି ଚତୁର୍ଥ ସ୍ଥାନରେ ରହିଛି। ଭାରତ ଏହି ମ୍ୟାଚରେ ପୂଜା ବସ୍ତ୍ରକାରଙ୍କ ସ୍ଥାନରେ ସଜୀବନ୍‌ ସଜନାଙ୍କୁ ଖେଳାଇଥିଲା।

ଟସ୍‌ ଜିତି ପାକିସ୍ତାନ ପ୍ରଥମେ ବ୍ୟାଟିଂ କରିଥିଲା। ଏସିଆନ୍‌ ଚାମ୍ପିୟନ ଶ୍ରୀଲଙ୍କାକୁ ପ୍ରଥମ ମ୍ୟାଚ୍‌ରେ ପରାସ୍ତ କରିଥିବା ପାକିସ୍ତାନକୁ ପ୍ରଥମ ଓଭରରେ ଝଟକା ଦେଇଥିଲେ ରେଣୁକା ସିଂ ଠାକୁର। ଗୁଲ ଫିରୋଜାଙ୍କୁ ଖାତା ଖୋଲିବା ଆଗରୁ ସେ ପ୍ୟାଭିଲିୟନ ଫେରାଇଥିଲେ। ମୁନିବା ଅଲୀ ୧୭ ରନ୍‌ କରିଥିଲେ ମଧ୍ୟ ପାକିସ୍ତାନର ରନ୍‌ଗତିକୁ ନିୟନ୍ତ୍ରଣରେ ରଖିଥିଲେ ଭାରତୀୟ ବୋଲର। ଅରୁନ୍ଧତୀ ରେଡ୍ଡୀ ଓ ଶ୍ରେୟଙ୍କା ପାଟିଲ ଚମତ୍କାର ବୋଲିଂ କରିବା ସହ ରନ୍‌ ଗତି ଉପରେ ଅଙ୍କୁଶ ଲଗାଇଥିଲେ।

ପାକିସ୍ତାନ ମଧ୍ୟକ୍ରମରେ ସିଦ୍ରା ଅମିନ(୮), ଓମାଇମା ସୋହେଲ(୩) ଓ ଆଲିୟା ରିଆଜ୍‌(୩) ବିଫଳ ହୋଇଥିଲେ। ତେବେ ଅଭିଜ୍ଞ ନିଦା ଦର ସର୍ବାଧିକ ୨୮ ରନ୍‌ କରିଥିଲେ। ୩୪ ବଲ୍‌ ଖେଳି ସେ ଗୋଟିଏ ଚୌକା ମାରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଅଧିନାୟିକା ଫାତିମା ସାନା ୧୩ ଓ ସୟଦା ଅରୁବା ଶାହ ଅପରାଜିତ ୧୪ ରନ୍‌ କରିବାରୁ ପାକିସ୍ତାନ ୧୦୫ରେ ପହଞ୍ଚିଥିଲା। ଭାରତ ପକ୍ଷରୁ ଅରୁନ୍ଧତୀ ରେଡ୍ଡୀ ୩ ଓ ଶ୍ରେୟଙ୍କା ପାଟିଲ ୨ ଉଇକେଟ ନେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ରେଣୁକା, ଦୀପ୍ତି ଶର୍ମା ଓ ଆଶା ଶୋବନା ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।

୧୦୬ ରନ୍‌ ଲକ୍ଷ୍ୟ ନେଇ ଆରମ୍ଭ କରିଥିବା ଭାରତ ଆକ୍ରମଣାତ୍ମକ ଖେଳିବା ଆଶା କରାଯାଉଥିଲା। ତେବେ ଦୁଇ ଓପନର ସ୍ମୃତି ମାନ୍ଧନା(୭) ଓ ଶେଫାଳି ବର୍ମା(୩୨) ଧିମା ବ୍ୟାଟିଂ କରି ପ୍ରଥମ ଉଇକେଟରେ ୧୮ ରନ୍‌ ଯୋଡିଥିଲେ। ପରେ ଜେମିମା ରୋଡ୍ରିଗୁଏଜ(୨୩) ଓ ଶେଫାଳି ବର୍ମା ତୃତୀୟ ଉଇକେଟରେ ୪୩ ରନ୍‌ ଯୋଡିଥିଲେ। ଜେମିମା ଖାତା ଖୋଲିବା ଆଗରୁ ଲଗାତର ବଲରେ ଆଉଟ ହୋଇଥିଲେ। ଅଧିନାୟିକା ହରମନ୍‌ପ୍ରୀତ୍‌ କୌର ୨୪ ବଳ୍‌ରୁ ୨୯ ରନ୍‌ କରିଥିବା ବେଳେ ରିଟାୟର୍ଡ ହର୍ଟ ହୋଇଥିଲେ।

ବିଜୟ ପାଇଁ ୪ ରନ ଆବଶ୍ୟକ ଥିବା ହରମନଙ୍କ ଗୋଡ ଖସିବା କାରଣରୁ ବେକରେ ଆଘାତ ଲାଗିଥିଲା। ସଜୀବନ୍‌ ସଜନା ପ୍ରଥମ ବଲରେ ଚୌକା ମାରି ମ୍ୟାଚକୁ ଷ୍ଟାଇଲରେ ଶେଷ କରିଥିଲେ। ପାକିସ୍ତାନ ପକ୍ଷରୁ ଫାତିମା ସାନା ୨, ଓମାଇମା ସୋହେଲ ଓ ସାଦିଆ ଇକବାଲ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଭାରତର ଅରୁନ୍ଧତୀ ରେଡ୍ଡୀଙ୍କୁ ପ୍ଲେୟର ଅଫ ଦ ମ୍ୟାଚ୍‌ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜାଣନ୍ତୁ ଦେଶର ସୁନାଝିଅଙ୍କ ବିଷୟରେ

ଅବନୀ ଲେଖ୍‌ରା। ୧୨ ବର୍ଷର ହୋଇଥିବାବେଳେ ଏକ ଦୁର୍ଘଟଣାରେ ତାଙ୍କର ପାରାଲିସିସ୍‌ ହୋଇଯାଏ। ଫଳରେ ତାଙ୍କୁ ହ୍ବିଲ ଚେୟାରର ସାହାରା ନେବାକୁ ପଡିଲା। ତାଙ୍କର ଦୁନିଆ...

ଶାମିଙ୍କୁ ନେଇ ଟିମ୍‌ ଇଣ୍ଡିଆର ଚିନ୍ତା ବଢ଼ିଲା

ନୂଆଦିଲ୍ଲୀ,୫।୧୦: ଦଳକୁ କେବେ ଫେରିବେ ମହମ୍ମଦ ଶାମି, ଏହା ଉପରେ କ୍ରିକେଟ ପ୍ରଶଂସକଙ୍କ ନଜର। କାରଣ ଆସନ୍ତା ମାସ ଭାରତୀୟ ଟିମ୍‌ ଲାଗି ବେଶ ଗୁରୁତ୍ୱପୂର୍ଣ୍ଣ।...

ହାତରେ ନୂଆ ଟାଟୁ କଲେ ରିଙ୍କୁ ସିଂ: ୫ ଛକା ସହ ଅଛି କନେକ୍ସନ

ନୂଆଦିଲ୍ଲୀ,୫।୧୦: ନିକଟରେ ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂ ହାତରେ ଏକ ଟାଟୁ କରିଛନ୍ତି। ଏହି ଟାଟୁରେ ସେ ‘ଗଡ୍‌ସ ପ୍ଲାନ୍‌’ ଲେଖିଛନ୍ତି। ରିଙ୍କୁ...

ବୀରେନ୍ଦ୍ର ସେହଓ୍ବାଗଙ୍କୁ କିଏ ଡ୍ରେସିଂ ରୁମରେ ପିଟିଥିଲେ, କଲାର ଧରି…

ନୂଆଦିଲ୍ଲୀ,୫।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନର୍‌ ବିରେନ୍ଦ୍ର ସେହୱାଗ ସବୁ ସମୟରେ ସବୁଠାରୁ ବିପଜ୍ଜନକ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ବିବେଚିତ ହୋଇଛନ୍ତି। ସବୁବେଳେ ପଡ଼ିଆରେ ରିସ୍କ...

କୋହଲି ନୁହନ୍ତି, ମଇଦାନରେ ଟିମ୍‌ ଇଣ୍ଡିଆର ଏହି ଖେଳାଳି ସ୍ଲେଜିଂ ମାଷ୍ଟର; ଗୁମର ଖୋଲିଲେ ଅଷ୍ଟ୍ରେଲୀୟ…

ନୂଆଦିଲ୍ଲୀ,୫।୧୦: ବିଗତ କିଛି ବର୍ଷ ମଧ୍ୟରେ ଭାରତ-ଅଷ୍ଟ୍ରେଲିଆ କ୍ରିକେଟରେ ପ୍ରତିଦ୍ୱନ୍ଦ୍ୱିତା ରୋମାଞ୍ଚର ଖୋରାକ ଯୋଗାଉଛି। ଖେଳର ତିନୋଟି ଫର୍ମାଟରେ ଉଭୟ ଟିମ୍‌ ବିଶ୍ୱର ଶ୍ରେଷ୍ଠ କ୍ରିକେଟ...

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ରେକର୍ଡ: ସବୁଠୁ ବଡ଼ ପରାଜୟ

ନୂଆଦିଲ୍ଲୀ,୫।୧୦:ମହିଳା ଟି-୨୦ ବିଶ୍ୱକପ ୨୦୨୪ର ପ୍ରଥମ ମ୍ୟାଚରେ ଭାରତକୁ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ନ୍ୟୁଜିଲାଣ୍ଡ ଭାରତକୁ ୫୮ ରନରେ ପରାସ୍ତ କରିଛି। ଏହି ପରାଜୟ...

ଲାଇଭ୍‌ ମ୍ୟାଚ୍‌ ସମୟରେ ରାଗିଗଲେ ଅଧିନାୟକ: ଅମ୍ପାୟାରଙ୍କ ସହ କଲେ ଝଗଡ଼ା

ନୂଆଦିଲ୍ଲୀ,୫।୧୦:ମହିଳା ଟି-୨୦ ବିଶ୍ୱକପରେ ଭାରତ ବନାମ ନ୍ୟୁଜିଲାଣ୍ଡ ମ୍ୟାଚରେ ଏକ ମଜାଦାର ଘଟଣା ଘଟିଛି। ଭାରତୀୟ ଅଧିନାୟକ ହରମାନପ୍ରୀତ କୌର ଅମ୍ପାୟାରଙ୍କ ସହ ଝଗଡା କରିଥିଲେ।...

ସର୍ଭେରେ ଖୁଲାସା: ଧୋନୀଙ୍କ ସିଏସ୍‌କେ ନା ରୋହିତଙ୍କ ଏମ୍‌ଆଇ, ଜାଣନ୍ତୁ କିଏ ଆଇପିଏଲର ସବୁଠାରୁ ଲୋକପ୍ରିୟ ଟିମ୍‌

ନୂଆଦିଲ୍ଲୀ,୫।୧୦: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ରେ, ପ୍ରତ୍ୟେକ ଦଳର ପ୍ରଶଂସକମାନେ ସେମାନଙ୍କ ଦଳକୁ ସବୁଠାରୁ ଲୋକପ୍ରିୟ ବୋଲି ବିବେଚନା କରନ୍ତି, କିନ୍ତୁ ନିକଟରେ ହୋଇଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri