Posted inଖେଳ

ସେମିଫାଇନାଲ ମ୍ୟାଚ୍‌ ପରେ ପିଚ୍‌କୁ ନେଇ ବିବାଦ, ରଶିଦ ଖାନ୍‌ ଉଠାଇଲେ ବଡ଼ ପ୍ରଶ୍ନ

ତ୍ରିନିଦାଦ,୨୭।୬: ଟି୨୦ ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲ ମୁକାବିଲା ଶେଷ ହୋଇଛି। ଦକ୍ଷିଣ ଆଫ୍ରିକା ଏହି ମୁକାବିଲାକୁ ୯ ଉଇକେଟରେ ଜିତି ଫାଇନାଲରେ ପ୍ରବେଶ କରିଛି। ହେଲେ ଏହି ମୁକାବିଲା ଖେଳାଯାଇଥିବା ପିଚ୍‌କୁ ନେଇ ବିବାଦ ଉପୁଜିଛି। କାରଣ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଆଫଗାନିସ୍ତାନ ମାତ୍ର ୫୬ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଏହାକୁ ନେଇ କ୍ରିକେଟ ବିଶେଷଜ୍ଞ ଏବଂ କମେଣ୍ଟେଟର୍ସ ଆଇସିସି ଉପରେ ପ୍ରଶ୍ନ ଉଠାଇଥିଲେ। ଏହି କ୍ରମରେ ଆଫଗାନିସ୍ତାନ ଅଧିନାୟକ ରଶିଦ ଖାନ ମଧ୍ୟ ବଡ଼ ଅଭିଯୋଗ କରିଛନ୍ତି।

ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ଆଫଗାନିସ୍ତାନ। ହେଲେ ଦଳର ଖେଳାଳି ବ୍ୟାଟିଂ କରିବା ବେଳେ ପିଚ୍‌ରେ ସ୍ବିଂ ହେଉଥିବା ଦେଖିବାକୁ ପାଇଥିଲେ। ଏହାଛଡ଼ା ମଇଦାନରେ ଅନେକ ଫାଟ ରହିଥିଲା। ଏନେଇ ପିଚ୍‌ ରିପୋର୍ଟରେ ଦର୍ଶାଯାଇଥିଲା। କମେଣ୍ଟ୍ରି କରୁଥିବା ସଞ୍ଜୟ ମାଞ୍ଜରେକର ଏବଂ ନବଜୋତ ସିଂ ସିଦ୍ଧୁ ପିଚ୍‌କୁ ବହୁତ ଖରାପ ବୋଲି କହିଥିଲେ। ଏତେ ବଡ଼ ମ୍ୟାଚ୍‌ରେ ଏଭଳି ପିଚ୍‌ ପ୍ରସ୍ତୁତ କରିବା ନୈରାଶ୍ୟଜନକ ବୋଲି କହିଥିଲେ।

ରଶିଦ ଖାନ୍‌ ଆଇସିସିର ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ଟସ୍‌ ସମୟରେ ସେ କହିଥିଲେ ଯେ ତାଙ୍କ ବିମାନ ପ୍ରାୟ ୪ ଘଣ୍ଟା ବିଳମ୍ବରେ ତ୍ରିନିଦାଦରେ ପହଞ୍ଚିଥିଲା। ଏଣୁ ଦଳକୁ ଆରାମ କରିବା ଏବଂ ଅଭ୍ୟାସ କରିବାକୁ ସୁଯୋଗ ପାଇ ନ ଥିଲା। ଏହାର ପ୍ରଭାବ ମ୍ୟାଚ୍‌ ଉପରେ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସର୍ଭେରେ ଖୁଲାସା: ଧୋନୀଙ୍କ ସିଏସ୍‌କେ ନା ରୋହିତଙ୍କ ଏମ୍‌ଆଇ, ଜାଣନ୍ତୁ କିଏ ଆଇପିଏଲର ସବୁଠାରୁ ଲୋକପ୍ରିୟ ଟିମ୍‌

ନୂଆଦିଲ୍ଲୀ,୫।୧୦: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ରେ, ପ୍ରତ୍ୟେକ ଦଳର ପ୍ରଶଂସକମାନେ ସେମାନଙ୍କ ଦଳକୁ ସବୁଠାରୁ ଲୋକପ୍ରିୟ ବୋଲି ବିବେଚନା କରନ୍ତି, କିନ୍ତୁ ନିକଟରେ ହୋଇଥିବା ଏକ...

ମହିଳା ଟି ୨୦ ବିଶ୍ୱକପରେ ଦୁର୍ଘଟଣା, ଗୁରୁତର ଆହତ ହେଲେ ଖେଳାଳି

ନୂଆଦିଲ୍ଲୀ,୫।୧୦: ଶୁକ୍ରବାର ୱେଷ୍ଟଇଣ୍ଡିଜ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ଆଇସିସି ମହିଳା ଟି -୨୦ ବିଶ୍ୱକପ୍ର ତୃତୀୟ ମ୍ୟାଚରେ ଏକ ଦୁର୍ଘଟଣା ଘଟିଛି। ଦକ୍ଷିଣ...

ମହିଳା ଟି୨୦ ବିଶ୍ୱକପ: ନ୍ୟୁଜିଲାଣ୍ଡଠାରୁ ହାରିଲା ଭାରତ

ଦୁବାଇ, ୪।୧୦: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପରେ ଭାରତ ପରାଜୟ ସହ ଅଭିଯାନ ଆରମ୍ଭ କରିଛି। ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ହରମନପ୍ରୀତ କୌରଙ୍କ ଦଳ...

ଓଡ଼ିଶା ରଣଜୀ ଦଳ ଘୋଷିତ: ଗୋବିନ୍ଦ ପୋଦ୍ଦାର ଅଧିନାୟକ

ଭୁବନେଶ୍ୱର, ୪।୧୦ (ତପନ ସ୍ବାଇଁ): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଘରୋଇ କ୍ରିକେଟର ସର୍ବୋଚ୍ଚ ଟୁର୍ନାମେଣ୍ଟ ରଣଜୀ ଟ୍ରଫି ୨୦୨୪-୨୫ ସିଜନର ପ୍ରଥମ ୨ଟି ମ୍ୟାଚ...

ସାହାଣୀ କପ ଫୁଟବଲ: ରାଉରକେଲାକୁ ହରାଇ ବରଗଡ଼ ଫାଇନାଲରେ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଫୁଟବଲ ଆସୋସିଏସନ ଅଫ ଓଡ଼ିଶା ଓ ବରଗଡ଼ ଜିଲା କ୍ରୀଡ଼ା ସଂସଦର ମିଳିତ ଆୟୋଜନରେ ଅନୁଷ୍ଠିତ...

ରିଷଭ ପନ୍ତଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ନୂଆଦିଳ୍ଲୀ,୪।୧୦:ଭାରତୀୟ କ୍ରିକେଟର୍‌ ରିଷଭ ପନ୍ତ ଆଜି ୨୮ ବର୍ଷରେ ପଦାର୍ପଣ କରିଛନ୍ତି। ପନ୍ତ ୪ ଅକ୍ଟୋବର ୧୯୯୭ରେ ଉତ୍ତରାଖଣ୍ଡର ରୁର୍‌କିରେ ଜନ୍ମଗ୍ରହଣ କରିଥିଲେ। ପନ୍ତ ନିଜର...

କାଙ୍ଗାଳ ପାକିସ୍ତାନ: ୪ ମାସ ହେବ କ୍ରିକେଟର୍‌ଙ୍କୁ ମିଳିନି ଦରମା

ଇସଲାମାବାଦ୍‌,୪।୧୦: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ରେ ବିବାଦ ଶେଷ ହେବାର ନାଁ ଧରୁନି। ପାକିସ୍ତାନର ଅନେକ ତାରକା ଖେଳାଳିଙ୍କୁ ଗତ ଚାରିମାସ ଧରି ଦରମା ଦିଆଯାଇ...

ଶାମିଙ୍କ ଉପରେ ବଡ଼ ଅଭିଯୋଗ ଆଣିଲେ ପତ୍ନୀ ହସିନ ଜହାଁ, ଝିଅଙ୍କ…

ନୂଆଦିଲ୍ଲୀ,୪।୧୦: ଭାରତୀୟ ତାରକା ବୋଲର୍‌ ମହମ୍ମଦ ଶାମିଙ୍କ ଉପରେ ଗମ୍ଭୀର ଅଭିଯୋଗ ଲଗାଇଛନ୍ତି ପତ୍ନୀ ହସିନ ଜହାଁ। ଝିଅ ଆୟରାଙ୍କ ପାସପୋର୍ଟ କରିବାକୁ ଶାମି ସହଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri