ଭାରତକୁୁ ଶୁଭେଚ୍ଛା ଜଣାଇଲା ବିଶ୍ୱସ୍ବାସ୍ଥ୍ୟ ସଂଗଠନ

ଜେନେଭା,୩।୧: ଭାରତରେ କୋଭିଶିଲ୍ଡ ଏବଂ କୋଭାକ୍ସିନ୍‌ ଟିକାର ସାର୍ବଜନୀକ ବ୍ୟବହାର ପାଇଁ ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ (ଡିସିଜିଆଇ) ପକ୍ଷରୁ ମଞ୍ଜୁରୀ ଦିଆଯାଇଛି। ଏନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଭାରତକୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି। କରୋନା ଲଢ଼େଇରେ ଭାରତ ଗ୍ରହଣ କରିଥିବା ପଦକ୍ଷେପକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ସ୍ବାଗତ ଜଣାଇଛି। ବିଶ୍ୱସ୍ବାସ୍ଥ୍ୟ ସଂଗଠନର ଦକ୍ଷିଣ ପୂର୍ବ ଏସିଆର ଆଞ୍ଚଳିକ ନିର୍ଦ୍ଦେଶକ ଡ. ପୁନମ୍‌ କ୍ଷେତ୍ରପାଳ ସିଂ କହିଛନ୍ତି ଯେ,କରୋନା ଲଢ଼େଇରେ ଭାରତ ବେଶ୍‌ ଭଲ ପ୍ରଦର୍ଶନ କରିଛି। ଭାରତ ସରକାର ଠିକ ସମୟରେ ଉପଯୁକ୍ତ ନିଷ୍ପତ୍ତି ନେଇଥିବା ସେ କହିଛନ୍ତି।

Share