ଇରାନର ଅଣ୍ଟା ଭାଙ୍ଗିଦେଲା ଇସ୍ରାଏଲ୍‌, ଆକ୍ରମଣରେ କ୍ଷେପଣାସ୍ତ୍ର ଇନ୍ଧନ କାରଖାନା ଧ୍ୱଂସ

ତେହରାନ,୨୭।୧୦: ଇରାନ ଉପରେ ଇସ୍ରାଏଲର ଆକ୍ରମଣ ପରେ ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଉଛି। ବର୍ତ୍ତମାନ ବିଶ୍ୱ ଇରାନର ପ୍ରତିକ୍ରିୟାକୁ ଅପେକ୍ଷା କରିଛି। ଏସବୁ ମଧ୍ୟରେ ଶନିବାର ହୋଇଥିବା ଆକ୍ରମଣରେ ଇସ୍ରାଏଲ ଇରାନର ଅଣ୍ଟାକୁ ଭାଙ୍ଗି ଦେଇଛି। ଜେରୁଜେଲମ ପୋଷ୍ଟ ଅନୁଯାୟୀ ଇସ୍ରାଏଲ ସେନା(ଆଇଡିଏଫ୍‌) ଏକ ଡଜନ ଠିକଣା ସ୍ଥାନକୁ ଟାର୍ଗେଟ କରିଛି। ଜାଣିଶୁଣି ଇସ୍ରାଏଲ ସେନା(ଆଇଡିଏଫ୍‌) ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ପାଇଁ କଠିନ ଇନ୍ଧନ ଉତ୍ପାଦିତ ହେଉଥିବା ସାଇଟ୍‌ ଉପରେ ଆକ୍ରମଣ କରିଥିଲା। ଏହି କାରଣରୁ ଇରାନ ଅନେକେ କ୍ଷତି ସହିଛି।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଇସ୍ରାଏଲ ପ୍ରତିରକ୍ଷା ବାହିନୀ ମଧ୍ୟ ଇରାନର ଏଭଳି ସ୍ଥାନକୁ ଟାର୍ଗେଟ କରିଛି ଯାହାକୁ ଇରାନ ନିଜେ କରିପାରୁ ନ ଥିଲା ଏବଂ ତାକୁ ଚାଇନାଠାରୁ କିଣିବାକୁ ପଡ଼ୁଥିଲା। କେବଳ ଏତିକି ନୁହେଁ ଆଇଡିଏଫ୍‌ ଇସ୍ରାଏଲ୍‌ର ୪ ଏସ୍‌-୩୦୦ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ମଧ୍ୟ ନଷ୍ଟ କରିଦେଇଛି। ଏହାକୁ ଇରାନର ଆଣବିକ ଏବଂ ଶକ୍ତି କାର୍ଯ୍ୟକ୍ରମକୁ ସୁରକ୍ଷା ଦେବା ଲାଗି ନିୟୋଜିତ ହୋଇଥିଲା।

କହିରଖୁଛୁ, ଅକ୍ଟୋବର ପହିଲାରେ ଇସ୍ରାଏଲ ଉପରେ ଇରାନ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ଦୂରଗାମୀ ବାଲିଷ୍ଟିକ କ୍ଷେପଣାସ୍ତ୍ର ଖେବର ଏବଂ ହଜ୍‌ କାସେମ୍‌ର ବ୍ୟବହାର କରାଯାଇଥିଲା। ଶନିବାର କରାଯାଇଥିବା ଏହି ଆକ୍ରମଣରେ କ୍ଷେପଣାସ୍ତ୍ର ଚଳାଉଥିବା କଠିନ ଇନ୍ଧନ ମିଶ୍ରଣ କାରଖାନାକୁ ସମ୍ପୂର୍ଣ୍ଣ ଭାବେ ନଷ୍ଟ କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରୁ ବେଆଇନ ଭାରତୀୟ ପ୍ରବାସୀ ବିଦା

ଓ୍ବାଶିଂଟନ,୨୭ା୧୦: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଆସନ୍ତା ମାସରେ ହେବାକୁ ଯାଉଥିବାବେଳେ ଏହା ପୂର୍ବରୁ ସେଠାରେ ବେଆଇନ ଭାବେ ପ୍ରବେଶ କରି ରହିଯାଇଥିବା ଭାରତୀୟମାନଙ୍କୁ ବିଦା କରିଦିଆଯାଇଛି।...

ବାଂଲାଦେଶରେ ହିନ୍ଦୁଙ୍କ ବିଶାଳ ରାଲି

ଢାକା,୨୬ା୧୦: ସଂଖ୍ୟାଲଘୁ ଅଧିକାର ଦାବିରେ ବାଂଲାଦେଶ ହିନ୍ଦୁ ସମ୍ପ୍ରଦାୟର ହଜାର ହଜାର ଲୋକ ଚିଟ୍ଟାଗଙ୍ଗ୍‌ର ଐତିହାସିକ ଲାଲ୍‌ଦିଘି ମଇଦାନରେ ଶୁକ୍ରବାର ବିଶାଳ ରାଲି କରିଛନ୍ତି। ସେମାନଙ୍କର...

ଆଫ୍ରିଦି ହେଲେ ପାକିସ୍ତାନର ମୁଖ୍ୟ ବିଚାରପତି

ଇସଲାମାବାଦ,୨୬।୧୦: ୟାହିୟା ଆଫ୍ରିଦି ଶନିବାର ପାକିସ୍ତାନର ୩୦ତମ ପ୍ରଧାନ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ସୂଚନା ରାଷ୍ଟ୍ରପତି ଭବନର ମିଡିଆ ୱିଙ୍ଗ ଦ୍ୱାରା...

ଇରାନର ଦକ୍ଷିଣ ପୂର୍ବରେ ଜୋରଦାର ଆକ୍ରମଣ, ୧୦ ପୋଲିସ କର୍ମୀ ମୃତ

ଦୁବଇ,୨୬।୧୦: ଶନିବାର ଇରାନର ଅଶାନ୍ତ ଦକ୍ଷିଣ ପ୍ରଦେଶ ସିସ୍ତାନ ଏବଂ ବାଲୁଚିସ୍ତାନରେ ଏକ ପୋଲିସ କନଭେନ ଉପରେ ଏକ ବଡ଼ ଆକ୍ରମଣ ହୋଇଛି। ନ୍ୟୁଜ ଏଜେନ୍ସି...

ଜେଲରେ ବନ୍ଦ ଥିବା ନୋବେଲ ଶାନ୍ତି ପୁରସ୍କାର ବିଜେତା ନର୍ଗିସଙ୍କର ବଢିଲା ସମସ୍ୟା

ଦୁବଇ,୨୬।୧୦: ନୋବେଲ ଶାନ୍ତି ପୁରସ୍କାର ବିଜୟୀନି ନର୍ଗିସ ମୋହମ୍ମଦିଙ୍କ ସମସ୍ୟା ଥମିବାର ଯେମିତି ନାଁ ନେଉନାହିଁ। ତାଙ୍କୁ ପୁଣିଥରେ ଇରାନ କର୍ତ୍ତୃପକ୍ଷ ଅତିରିକ୍ତ ୬ମାସ କାରାଦଣ୍ଡରେ...

ଯୁଆଡେ ଚାହିଁଲେ ସେଆଡେ ହିନ୍ଦୁ, ବାଂଲାଦେଶରେ ସନାତନ ଜାଗରଣ ମଞ୍ଚର ବଡ଼ ପ୍ରଦର୍ଶନ

ଢାକା,୨୬।୧୦: ବାଂଲାଦେଶରେ ଲାଗାତାର ଭାବେ ସଂଖ୍ୟାଲଘୁ ବିଶେଷ କରି ହିନ୍ଦୁଙ୍କୁ ଟାର୍ଗେଟ କରାଯାଉଛି । ବର୍ତ୍ତମାନ ସଂଖ୍ୟାଲଘୁଙ୍କ ବିରୋଧରେ ଚାଲିଥିବା ହିଂସା ବିରୋଧରେ ସ୍ବର ଉତ୍ତୋଳନ...

ପ୍ରତିଶୋଧ ନେଲା ଇସ୍ରାଏଲ, ରାତି ଅଧରେ ତେହହେରାନରେ ମିସାଇଲ ମାଡ

ତେହେରାନ,୨୬।୧୦: ସକାଳୁ ସକାଳୁ ଇରାନ ଉପରେ ଜୋରଦାର ଆକ୍ରମଣ କରିଛି ଇସ୍ରାଏଲ । ପ୍ରତିଶୋଧ ନେବାକୁ ଇସ୍ରାଏଲ ପକ୍ଷରୁ ବି ବଡ଼ ଧରଣର ଆକ୍ରମଣ ହୋଇଛି...

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri