କେୟାର ହସ୍ପିଟାଲ ପକ୍ଷରୁ ବିଶ୍ୱ ମେରୁଦଣ୍ଡ ଦିବସ

ଭୁବନେଶ୍ୱର, ୧୫।୧୦: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ବିଶ୍ୱ ମେରୁଦେଣ୍ଡ ଦିବସ ଶନିବାର ହସ୍ପିଟାଲ ପରିସରରେ ପାଳିତ ହୋଇଯାଇଛି। ଚଳିତ ବର୍ଷର ସ୍ଲୋଗାନ୍‌ ‘ମୁଭ ଇୟୋର ସ୍ପାଇନ୍‌’ ରହିଛି। ବିଶେଷକରି ଲୋକମାନଙ୍କୁ ବିଭିନ୍ନ ପ୍ରକାର ମେରୁଦଣ୍ଡ ରୋଗ ସମ୍ପର୍କରେ ସଚେତନତା କରାଇବା ପାଇଁ ପ୍ରତି ବର୍ଷ ଅକ୍ଟୋବର ୧୬କୁ ମେରୁଦଣ୍ଡ ଦିବସ ଭାବେ ପାଳନ କରାଯାଇଥାଏ। ଅପରପକ୍ଷରେ କେୟାର ମଲ୍ଟି-ସ୍ପେସିଆଲିଟି ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଭିନ୍ନ ରୂପରେ ମେରୁଦଣ୍ଡ ଦିବସ ପାଳନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ୧୦୦ରୁ ଅଧିକ ସାଧାରଣ ବ୍ୟକ୍ତି, କେୟାର ହସ୍ପିଟାଲର ଡାକ୍ତର ଓ ନର୍ସମାନେ ବିଶ୍ୱ ମେରୁଦଣ୍ଡ ଦିବସକୁ ଯୋଗ ମାଧ୍ୟମରେ ପାଳନ କରାଯାଇଥିଲା। ମେରୁଦଣ୍ଡ ରୋଗର କାରଣ, ଲକ୍ଷଣ ଓ ଚିକିତ୍ସା ସମ୍ପର୍କରେ ଜନ ସଚେତନତା ସୃଷ୍ଟି କରିବା ପାଇଁ କେୟାର ହସ୍ପିଟାଲ ପକ୍ଷରୁ ଏଭଳି ଏକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ସେହିଭଳି ଭୁବନେଶ୍ୱରଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବରିଷ୍ଠ ସ୍ନାୟୁଶଲ୍ୟ ଡା. ଆତ୍ମରଞ୍ଜନ ଦାଶ, ଡା. ସୁଶାନ୍ତ ଦାସ, ଡା.ଦୀପକ ପରିଡ଼ା, ସ୍ନାୟୁରୋଗ ବିଶେଷଜ୍ଞ ଡା. ଶୁଭ୍ରାଂଶୁ ଶେଖର ଜେନା, ଡା. ମିତାଲି କର ପ୍ରମୁଖ ଯୋଗଦେଇ ଆମେ କିଭଳି ନିଜର ମେରୁଦଣ୍ଡର ଯତ୍ନ ନେବା ସେ ସମ୍ପର୍କରେ ବିସ୍ତୃତ ଭାବେ ସାଧାରଣ ଲୋକଙ୍କୁ ସଚେତନ କରାଇଥିଲେ। ଏ ସମ୍ପର୍କରେ କେୟାର ହସ୍ପିଟାଲ ଭୁବନେଶ୍ୱର ଶାଖାର ଏଚ୍‌ସିଓଓ କ୍ରିଶଲେୟ ଆନନ୍ଦ କହିଥିଲେ, ଆମ ହସ୍ପିଟାଲରେ କରାଯାଉଥିବା ଅତ୍ୟାଧୁନିକ ସର୍ଜରି ରୋଗୀଙ୍କ ପାଇଁ ବେଶ୍‌ ଲାଭଦାୟକ ହୋଇଥିବାବେଳେ ରୋଗୀଙ୍କୁ ସୁଲଭ ମୂଲ୍ୟରେ ଗୁଣାତ୍ମକ ଚିକିତ୍ସା ଆଦି ସମ୍ପର୍କରେ ସୂଚନା ଦେଇଥିବା ବେଳେ ଏଭିପି ଡ. ଲୋକନାଥ ଦାଶ, ବିଜୁ ସ୍ବାସ୍ଥ୍ୟ କାର୍ଡ ଜରିଆରେ ମିଳୁଥିବା ଉପକାରିତା ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ଦଳ ନେତା ଦେଲେ ବଡ଼ ସୂଚନା, ଦୀପାବଳି ପୂର୍ବରୁ…

ଭୁବନେଶ୍ୱର,୧୯ା୧୦: ଆସନ୍ତା ୨୬ ତାରିଖରେ ଓଡ଼ିଶା ଆସିବେ ବରିଷ୍ଠ କଂଗ୍ରେସ ନେତା ଚରଣ ଦାସ ମହନ୍ତ। ଏନେଇ ସୂଚନା ଦେଇଛନ୍ତି କଂଗ୍ରେସ ବିଧାୟକ ଦଳ ନେତା...

ରାଜଧାନୀରେ ଚାଞ୍ଚଲ୍ୟ, ସେଲୁନ୍‌ ନାଁରେ ଚାଲିଥିଲା ସେକ୍ସ ରାକେଟ୍‌

ଭୁବନେଶ୍ୱର,୧୯।୧୦: ରାଜଧାନୀରେ ଫିଟିଲା ସେକ୍ସ ରାକେଟର କଳା କାରନାମା । ରାଜଧାନୀ ଭୁବନେଶ୍ୱରରେ ଏକ ସେଲୁନ ଆଣ୍ଡ ସ୍ପା ନାଁରେ ଭିତରେ ଚାଲିଥିଲା ସେକ୍ସ ରାକେଟର...

ଆସିଲା ଆଲର୍ଟ, ସୃଷ୍ଟି ହେଲା ବଡ଼ ଘୂର୍ଣ୍ଣିବଳୟ, ଏହି ଜିଲାରେ…

ଭୁବନେଶ୍ୱର,୧୯।୧୦: ବଙ୍ଗୋପସାଗରରେ ବଢୁଛି ବାତ୍ୟା ଭୟ। ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ବାତ୍ୟା, ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବ ବୋଲି ବିଭିନ୍ନ ଅନ୍ତର୍ଜାତୀୟ ମଡେଲ ପୂର୍ବାନୁମାନ...

ବରିଷ୍ଠ ବିଜେଡି ନେତା ନୃସିଂହ ସାହୁ ଦେଲେ ଖୋଲା ବୟାନ, କାର୍ତ୍ତିକ ପାଣ୍ଡିଆନ ଓ ନବୀନ ପଟ୍ଟନାୟକଙ୍କ ଭିତରେ…

ଭୁବନେଶ୍ୱର,୧୯।୧୦: ନିର୍ବାଚନ ବେଳେ ଯେଉଁ ମୁହଁରେ ତାଲା ପଡ଼ିଥିଲା, ଏବେ କିନ୍ତୁ ବୋଲ ମାନୁନାହିଁ। ଭୋଟ ପୂର୍ବରୁ କାର୍ଯ୍ୟାନୁଷ୍ଠାନ ଭୟରେ ଚୁପ ଥିବା ବଜେଡିର ବରିଷ୍ଠ...

ବଦଳିବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାଁ: ମନ୍ତ୍ରୀ

ଭୁବନେଶ୍ୱର,୧୯।୧୦: ବଦଳିବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାମ । ନୂଆ ନାମ ହେବ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’। ଏନେଇ ସୂଚନା ଦେଇଛନ୍ତି...

‘ଭାଜପାରେ ମିଶିଯିବ ବିଜେଡି’

ଭୁବନେଶ୍ୱର,୧୯।୧୦: ଗତ କିଛିଦିନ ଧରି ବିଜେଡିର ତୁଙ୍ଗ ନେତାମାନେ ଦଳ ବିରୋଧରେ ବୟାନବାଜି କରୁଛନ୍ତି। ଏଥିନେଇ ଦଳରେ କନ୍ଦଳ ସୃଷ୍ଟି ହୋଇଥିବା କୁହାଯାଉଛି। ତେବେ ବିଜେଡି...

ବୋଲ ମାନୁନି ବିଜେଡି ନେତାଙ୍କ ତୁଣ୍ଡ, ଏବେ ପଦ୍ମନାଭ କହିଲେ କାହିଁକି…

ଭୁବନେଶ୍ୱର,୧୯।୧୦: ନିର୍ବାଚନ ବେଳେ ଯେଉଁ ମୁହଁରେ ତାଲା ପଡ଼ିଥିଲା, ଏବେ କିନ୍ତୁ ବୋଲ ମାନୁନାହିଁ। ଭୋଟ ପୂର୍ବରୁ କାର୍ଯ୍ୟାନୁଷ୍ଠାନ ଭୟରେ ଚୁପ୍‌ ଥିବା ବିଜୁ ଜନତା...

ବିଜେଡିକୁ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ଟାର୍ଗେଟ, କହିଲେ…

ସିଂହପୁର,୧୯।୧୦(ଅନଙ୍ଗ ଉଦୟ ବେଉରିଆ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ସିଂହପୁରସ୍ଥିତ କାଳୀପଡ଼ିଆଠାରେ ଶୁକ୍ରବାର ଅପରାହ୍ନରେ ବିଞ୍ଝାରପୁର ଭାଜପା ପକ୍ଷରୁ ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri