ଟାଟା ଷ୍ଟିଲ୍‌କୁ ୱାର୍ଲଡ୍‌ ୱାଟର ଆୱାର୍ଡ

ଭୁବନେଶ୍ୱର, ୭।୨: ଟାଟା ଷ୍ଟିଲ୍‌ର ଫେରୋ ଆଲଏଜ୍‌ ଆଣ୍ଡ ମିନେରାଲ୍ସ ଡିଭିଜନ (ଏଫ୍‌ଏଏମ୍‌ଡି)କୁ ନିକଟରେ ଏକ ସମ୍ମାନଜନକ ମାନ୍ୟତା ସହ ପୁରସ୍କୃତ କରାଯାଇଛି। ବିଶେଷକରି ଜଳ ପରିଚାଳନା ପ୍ରକ୍ରିୟାରେ ଉନ୍ନତି ଆଣିବା ଏବଂ ତା’ର ପରିଚାଳନାରେ ଦୀର୍ଘ ସ୍ଥାୟିତ୍ୱକୁ ତ୍ୱରାନ୍ବିତ କରିବା ପାଇଁ ଟାଟା ଷ୍ଟିଲ୍‌ ଏଫ୍‌ଏଏମ୍‌ଡିର ଅତ୍ୟାଧୁନିକ ଡିଜିଟାଲ ଜ୍ଞାନକୌଶଳକୁ ଭାରତର ପ୍ରମୁଖ ଜଳ ପତ୍ରିକା ୱାଟର ଡାଇଜେଷ୍ଟ ମାନ୍ୟତା ପ୍ରଦାନ କରିଛି। ଏପରିକି ଜଳ ଯୋଦ୍ଧାମାନଙ୍କ ଅବଦାନକୁ ସ୍ବୀକୃତି ପ୍ରଦାନ ପାଇଁ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଟାଟା ଷ୍ଟିଲ୍‌ ଏଫ୍‌ଏଏମ୍‌ଡିକୁ ଉକ୍ତ ସମ୍ମାନଜନକ ପୁରସ୍କାର ମଧ୍ୟ ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ନୂଆଦିଲ୍ଲୀଠାରେ ୱାଟର ଡାଇଜେଷ୍ଟ ପକ୍ଷରୁ ଆୟୋଜିତ ‘ୱାଟର ଡାଇଜେଷ୍ଟ ୱାର୍ଲଡ୍‌ ୱାଟର ଆୱାର୍ଡ ୨୦୨୩-୨୪ ରେ ଟାଟା ଷ୍ଟିଲ୍‌ର ଏଫ୍‌ଏଏମ୍‌ଡିକୁ ଏକ୍ସଲେନ୍ସ ଇନ୍‌ ଡିଜିଟାଲାଇଜେଶନ୍‌ ବର୍ଗରେ ପୁରସ୍କୃତ (ବିଜୟୀ) କରାଯାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ସ୍ବତନ୍ତ୍ର ସମ୍ମାନ ସମାରୋହରେ ଭାରତ ସରକାରଙ୍କ ଜଳଶକ୍ତି ମନ୍ତ୍ରଣାଳୟର ବିଭାଗୀୟ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଟାଟା ଷ୍ଟିଲ୍‌ ଏଫ୍‌ଏଏମ୍‌ଡିକୁ ଉକ୍ତ ପୁରସ୍କାର ପ୍ରଦାନ ସହ ସମ୍ବର୍ଦ୍ଧିତ କରିଥିଲେ। ଏହି ଅବସରରେ ଟାଟା ଷ୍ଟିଲ୍‌ର ରେସିଡେଣ୍ଟ ଏକ୍‌ଜିକ୍ୟୁଟିଭ୍‌ (ଦିଲ୍ଲୀ) ସୁଗନ୍ଧା ଜୟସ୍ବାଲ ମନ୍ତ୍ରୀ ଶେଖାଓ୍ବତଙ୍କଠାରୁ ଉକ୍ତ ପୁରସ୍କାର ଗ୍ରହଣ କରିଥିଲେ।
ଏ ସମ୍ପର୍କରେ ଟାଟା ଷ୍ଟିଲ୍‌ର କାର୍ଯ୍ୟନିର୍ବାହୀ ଭାରପ୍ରାପ୍ତ ଅଧିକାରୀ (ଏଫ୍‌ଏଏମ୍‌ଡି) ପଙ୍କଜ ସତିଜା କହିଛନ୍ତି, ଏହି ପୁରସ୍କାର ପାଇ ଆମେ ଗର୍ବ ଅନୁଭବ କରୁଛୁ, ଯାହା ଆମକୁ ଜଳ ପରିଚାଳନା ଦିଗରେ ଆମର ଯାତ୍ରା ଜାରି ରଖିବାକୁ ପ୍ରେରଣା ଦେବ। ଏହି ପୁରସ୍କାର ଅଭିନବ ଡିଜିଟାଲ ସମାଧାନ ଗ୍ରହଣ ଦିଗରେ ଆମର ପ୍ରତିବଦ୍ଧତା ଦର୍ଶାଇବା ସହ ଆମ ଦୀର୍ଘସ୍ଥାୟିତ୍ୱ ରଣନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ଆମର ଦାୟିତ୍ୱସମ୍ପନ୍ନ ବ୍ୟବସାୟିକ ଅଭ୍ୟାସକୁ ମାନ୍ୟତା ପ୍ରଦାନ କରିଥିବାରୁ ମୁଁ ଜୁରି ସଦସ୍ୟଙ୍କୁ ଧନ୍ୟବାଦ ଜଣାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri