ଚିନ୍ତାରେ ଓଟିଇଟି ପରୀକ୍ଷାର୍ଥୀ

ପାରଳାଖେମୁଣ୍ଡି,୨୬ା୬ (ଗିରିଧାରୀ ପରିଛା): ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଆୟୋଜିତ ଓଟିଇଟି ପରୀକ୍ଷାକୁ ନେଇ ଏବେ ଚିନ୍ତାରେ ପଡ଼ିଛନ୍ତି ବହୁ ପରୀକ୍ଷାର୍ଥୀ। ଗୋଟିଏ ଦିନରେ ୨ଟି ପେପର ପାଇଁ ପରୀକ୍ଷା ହେବାକୁ ଯାଉଥିବା ବେଳେ ପରୀକ୍ଷା କେନ୍ଦ୍ର ଭିନ୍ନ ଭିନ୍ନ ସହରରେ ପଡ଼ିଥିବାରୁ ପରୀକ୍ଷାର୍ଥୀଙ୍କ ସମସ୍ୟା ବଢ଼ି ଯାଇଛି। ମାଧ୍ୟମିକ ଶିକ୍ଷା ବୋର୍ଡର ଏଭଳି ଅଜବ ନୀତି ଅନେକଙ୍କୁ ଆଶ୍ଚର୍ଯ୍ୟ କରିଛି । ପ୍ରକାଶ ଥାଉକି ଆସନ୍ତା ଜୁଲାଇ ୧ ତାରିଖରେ ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେବ । ଏହି ପରୀକ୍ଷା ଦେବା ପାଇଁ ଆବେଦନ କରିଥିବା ପରୀକ୍ଷାର୍ଥୀଙ୍କ ଆଡମିଟ କାର୍ଡ ଆସିଯାଇଛି। ହେଲେ ଆଡମିଟ କାର୍ଡରେ ଯେଉଁ ଯେଉଁ ସ୍ଥାନରେ ପରୀକ୍ଷା ସେଣ୍ଟର ହେଇଥିବା ଉଲ୍ଲେଖ ରହିଛି ତାକୁ ନେଇ ହିଁ ବିଦ୍ୟାର୍ଥୀଙ୍କ ଚିନ୍ତା ବଢିଯାଉଛି। ପାରଳାଖେମୁଣ୍ଡିର ଗୌରଚନ୍ଦ୍ର ସାହିର ସାଗରୀକା ମିଶ୍ର ଚଳିତ ଥର ଓଟିଇଟି ପରୀକ୍ଷାର ପେପର ୧ ଓ ପେପର ୨ ପରୀକ୍ଷା ଦେବା ପାଇଁ ଆବେଦନ କରିଥିଲେ । ହେଲେ ପେପର ୧ ପାଇଁ ଛତ୍ରପୁରରେ ସେଣ୍ଟର ପଡ଼ିଥିବା ବେଳେ ପେପର ୨ ପାଇଁ ବ୍ରହ୍ମପୁର ସହରରେ ପରୀକ୍ଷା ସେଣ୍ଟର ପଡ଼ିଛି। କମ ସମୟ ଭିତରେ ସାଗରିକା ଦୁଇଟି ସହରରେ ୨ଟି ପରୀକ୍ଷା କିଭଳି ଉପସ୍ଥିତ ରହିବେ ତାକୁ ନେଇ ଚିନ୍ତାରେ ପଡ଼ିଛନ୍ତି । ତେବେ କେବଳ ସାଗରିକା ନୁହଁନ୍ତ, ଗଜପତି ଜିଲାରେ ଏଭଳି ଅନେକ ପରୀକ୍ଷାର୍ଥୀଙ୍କ ଦୂର ସ୍ଥାନରେ ପରୀକ୍ଷା କେନ୍ଦ୍ର ପଡ଼ିଥିବାରୁ ସେମାନେ କ’ଣ କରିବେ ଜାଣି ପାରୁନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri