Categories: ବାଣିଜ୍ୟ

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୧୧।୯ (ଅଭୟ ଦାଶ): କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ଦ୍ୱିତୀୟ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ବିଶେଷକରି ମଙ୍ଗଳବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୩୬୨ (୩୬୧.୭୫) ପଏଣ୍ଟ ବଢି ୮୧,୯୨୧ (୮୧,୯୨୧.୨୯) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ରେ ମଧ୍ୟ ୧୦୫ (୧୦୪.୭୦) ପଏଣ୍ଟ ବୃଦ୍ଧି ଘଟି ୨୫,୦୪୧ (୨୫,୦୪୧.୧୦)ଅଙ୍କରେ କାରବାର ଶେଷ ହୋଇଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡ୍‌କ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହ ଏନ୍‌ଏସ୍‌ଇ ନିଫ୍ଟି ମିଡକ୍ୟାପ, ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ବୃଦ୍ଧି ଘଟିଛି।

Share