ପୋଲିସ ଡିଜି ଭାବେ ଦାୟିତ୍ୱ ନେଲେ ୱାଇ.ବି ଖୁରାନିଆ

କଟକ,୧୬।୮: ୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଯୋଗେଶ ବାହାଦୁର ଖୁରାନିଆ ଶୁକ୍ରବାର ରାଜ୍ୟ ପୋଲିସ ମୁଖ୍ୟାଳୟରେ ନୂତନ ପୋଲିସ ଡିଜି ଭାବେ ବିଧିବଦ୍ଧ ଦାୟିତ୍ୱ ଗ୍ରହଣ କରିଛନ୍ତି। ନବନିଯୁକ୍ତ ପୋଲିସ ଡିଜି ୱାଇ.ବି ଖୁରାନିଆ କଟକ ପୋଲିସ ମୁଖ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ ଅନ୍‌ର ଦିଆଯାଇଥିଲା। ପରବର୍ତ୍ତୀ ସମୟରେ ଅତିରିକ୍ତ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅରୁଣ ସଡଙ୍ଗୀଙ୍କଠାରୁ ଖୁରାନିଆ ଦାୟିତ୍ୱ ଗ୍ରହଣ କହିଥିଲେ।

ସୂଚନା ଯୋଗ୍ୟ, ଖୁରାନିଆ ପୂର୍ବରୁ ଦୌତନଗରୀ ଭୁବନେଶ୍ୱର ଓ କଟକ କମିଶନରେଟ ପୋଲିସ କମିଶନର ଭାବେ କାର୍ଯ୍ୟ କରିଥିଲେ। ଏପରିକି ସେ ନୟାଗଡ଼, ରାଉରକେଲା, ଯାଜପୁର, ମୟୂରଭଞ୍ଜ ଏବଂ ଗଞ୍ଜାମ ଜିଲାର ଏସପି ଭାବେ କାର୍ଯ୍ୟ କରିଥିଲେ। ଏହାଛଡ଼ା ସେ ଉତ୍ତରାଞ୍ଚଳ ଓ ଦକ୍ଷିଣାଞ୍ଚଳ ଡିଆଇଜି ଏବଂ ବିଜୁ ପଟ୍ଟନାୟକ ପୋଲିସ ପ୍ରଶିକ୍ଷଣ ଏକାଡେମୀର ମଧ୍ୟ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଥିଲେ। ଓଡ଼ିଶା ପୋଲିସ ଡିଜି ଦାୟିତ୍ୱ ନେବା ପୂର୍ବରୁ ଖୁରାନିଆ ବିଏସ୍‌ଏଫର ସ୍ପେଶାଲ ଡିଜ ଭାବେ କାର୍ଯ୍ୟରତ ଥିଲେ।

ତେବେ ବିଏସଏଫ ସ୍ପେଶାଲ ଡିଜି ପଦରୁ ତାଙ୍କୁ ହଟାଯାଇଥିବା ଜାତୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଥିଲା। ଜମ୍ମୁ-କଶ୍ମିରରେ ଗତ ବର୍ଷେ ମଧ୍ୟରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ବୃଦ୍ଧି ପାଇଁ କେନ୍ଦ୍ର ଗୃହ ମନ୍ତ୍ରାଳୟ ଏଭଳି ପଦକ୍ଷେପ ନେଇଥିବା ଚର୍ଚ୍ଚା ହେଉଛି। ବିଏସଏଫ ଡିଜି ନୀତିନ ଅଗ୍ରଓ୍ବାଲଙ୍କୁ ତାଙ୍କ ମୂଳ କ୍ୟାଡର କେରଳ ପଠାଯାଇଥିବା ବେଳେ ସ୍ପେଶାଲ ଡିଜି ଖୁରାନିଆଙ୍କୁ ଓଡ଼ିଶା ପଠାଯାଇଥିବା କୁହାଯାଉଛି।

ଓଡ଼ିଶାରେ ନୂଆ ସରକାର ଆସିଥିବା ବେଳେ ଆଇନ ଶୃଙ୍ଖଳା ସାଙ୍ଗକୁ ଗଞ୍ଜେଇ, ବ୍ରାଉନସୁଗାର ଭଳି ନିଶା ଚୋରାଚାଲାଣ, ସାଇବର କ୍ରାଇମ ଭଳି ଚ୍ୟାଲେଞ୍ଜ ନୂଆ ଡିଜିଙ୍କ ଆଗରେ ରହିବ। ତେବେ କେନ୍ଦ୍ରୀୟ ଡେପୁଟେଶନରେ ଯିବା ପୂର୍ବରୁ ଖୁରାନିଆ ଓଡ଼ିଶାରେ ବିଭିନ୍ନ ଦାୟିତ୍ବରେ ଦକ୍ଷତା ଦେଖାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri