ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣି

ଭୁବନେଶ୍ୱର,୧୧।୫(ବ୍ୟୁରୋ): କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ୧୫ ଜିଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଦକ୍ଷିଣ ଓଡ଼ିଶା ସହ ଉପକୂଳ ଓଡ଼ିଶାର ୧୫ ଜିଲାକୁ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ପବନ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ବହିବାର ଆଶଙ୍କା ରହିଛି। ସେହି ସବୁ ଜିଲାଗୁଡିକ ହେଲା ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ନୟାଗଡ଼, ଖୋର୍ଦ୍ଧା, ଭଦ୍ରକ, କଟକ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଳାହାଣ୍ଡି ଏବଂ ପୁରୀ ଜିଲା। ଉକ୍ତ ଜିଲାକୁ ସତର୍କ କରାଯାଇଛି । କାଳବୈଶାଖୀ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବଜ୍ରପାତ ସମୟରେ ସୁରକ୍ଷିତ ସ୍ଥାନକୁ ଯିବା ପାଇଁ ଲୋକଙ୍କୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପରାମର୍ଶ ଦେଇଛି ।

Share