ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ ଆଉ ୩ ଦିନ ଘନ କୁହୁଡ଼ି ରହିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏନେଇ ରାଜ୍ୟର ୯ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ,କଳାହାଣ୍ଡି ଓ ନବରଙ୍ଗପୁର। ଏନେଇ ସତର୍କତା ଅବଳମ୍ବନ କରିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଏପରିକି ରାଜ୍ୟରେ ୫ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। ଏହାସହ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବନୁମାନ କରାଯାଇଛି। ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖାଦେଇଥିଲା। କଟକ ଏବଂ ଭୁବନେଶ୍ୱରରେ ମଧ୍ୟ କୁହୁଡ଼ି ରହିଥିଲା। ହେଲେ ଦୃଶ୍ୟମାନ ଦୂରତା ୨୦୦ମିଟରରୁ କମ ରହିବାର ସମ୍ଭାବନା ଥିବାରୁ ମଧ୍ୟରାତ୍ରରୁ ସକାଳ ଯାଏଁ ଯାତାୟାତରେ ସମସ୍ୟା ଉପୁଜିବାର ସମ୍ଭାବନା ରହିଛି।