୨୧ ଜିଲାକୁ ୟେଲୋ ଓ୍ବାର୍ନିଂ, ୮ ଜିଲାକୁ ସତର୍କ ରହିବା ପାଇଁ ପରାମର୍ଶ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଓଡ଼ିଶାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହା ସ୍ପଷ୍ଟ କରାଯାଇଥିବା ବେଳେ ୨୧ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଜିଲା ଗୁଡ଼ିକ ମଧ୍ୟରେ ୮ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଅନ୍ୟ ୧୩ଟି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ସୋମବାର ସକାଳ ସାଢ଼େ ୮ ପର୍ଯ୍ୟନ୍ତ ଏସବୁ ଜିଲାର ଲୋକଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।

ଲଘୁଚାପ ସୃଷ୍ଟି ହୋଇଥିବାରୁ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ ଜିଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି।

Share