ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଶନିବାରଠାରୁ ଉପକୂଳ ସମେତ ରାଜ୍ୟର ଅଧିକାଂଶ ଜିଲାରେ ପ୍ରବଳ ବର୍ଷା ହୋଇଛି। ଏହାର ପ୍ରଭାବରେ ରବିବାର ମଧ୍ୟ କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ତେବେ ପ୍ରବଳ ବର୍ଷା ନେଇ ୭ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ ବିଭାଗ।
ଏହି ଜିଲାଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର। ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।